Posted inଖେଳ

ଇଷ୍ଟବେଙ୍ଗଲକୁ ହରାଇଲା ଏଟିକେ ମୋହନବାଗାନ

ଭାସ୍କୋର, ୨୮।୧୧-
ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଷ୍ଟବେଙ୍ଗଲ ଓ ଏଟିକେ ମୋହନବାଗାନ ମଧ୍ୟରେ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ସବୁଠାରୁ ପ୍ରତୀକ୍ଷିତ ମ୍ୟାଚ ଶୁକ୍ରବାର ଆୟୋଜିତ ହୋଇ ଯାଇଛି। କୋଲକାତାର ଏହି ଦୁଇ ଫୁଟବଲ ମହାଶକ୍ତି ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ଏଟିକେ ମୋହନବାଗାନ ୨-୦ ଗୋଲରେ ଇଷ୍ଟବେଙ୍ଗଲକୁ ପରାସ୍ତ କରିଛି। ରୟ କ୍ରିଷ୍ଣା ଓ ମନଭୀର ସିଂଙ୍କ ଗୋଲ ଏଟିକେ ମୋହନବାଗାନକୁ ବିଜୟ ସ୍ବାଦ ଚଖାଇଛି।
ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିବାପରେ ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ ଖେଳ ଉତ୍ତେଜନାପୂର୍ଣ୍ଣ ରହିଥିଲା। ୪୯ତମ ମିନିଟରେ କ୍ରିଷ୍ଣା ଚମତ୍କାର ଢଙ୍ଗରେ ଏକ ଗୋଲ ଦେଇ ଏଟିକେ ମୋହନବାଗାନକୁ ଅଗ୍ରଣୀ କରାଇଥିଲେ। ଇଷ୍ଟବେଙ୍ଗଲ ଗୋଲ ପରିଶୋଧ ପାଇଁ ଉଦ୍ୟମକୁ ଜୋରଦାର କରିଥିଲେ ହେଁ ସଫଳ ହୋଇ ନ ଥିଲା। ୮୫ତମ ମିନିଟରେ ମନଭୀର ଆଉ ଏକ ଗୋଲ ଦେଇ ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇଥିଲେ। ଫଳରେ ଏଟିକେ ମୋହନବାଗାନର ବିଜୟ ନିଶ୍ଚିତ ହୋଇ ଯାଇଥିଲା। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚରେ କେରଳ ବ୍ଲାଷ୍ଟର୍ସକୁ ହରାଇଥିବା ଏଟିକେ ୨ ମ୍ୟାଚରୁ ୨ ବିଜୟ ସହ ୬ ପଏଣ୍ଟ ପାଇ ଟେବୁଲର ଶୀର୍ଷସ୍ଥାନରେ ଅପରିବର୍ତ୍ତିତ ରହିଛି। ଅନ୍ୟପକ୍ଷରେ ଆଇଏସଏଲ୍‌ରେ ପ୍ରଥମ ମ୍ୟାଚ ଖେଳିଥିବା ଇଷ୍ଟବେଙ୍ଗଲ ନିଜର ପ୍ରଥମ ବିଜୟ ଅପେକ୍ଷାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ସୁରକ୍ଷିତ ଘରକୁ ଫେରିଛନ୍ତି ପିଭି ସିନ୍ଧୁ, ଏକ ଭାବପ୍ରବଣ ପୋଷ୍ଟରେ ଦେଲେ ସୂଚନା

ବେଙ୍ଗାଲୁରୁ,୩।୩: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ବିଦେଶରେ ଥିବା ବ୍ୟାଟମିଣ୍ଟନ ତାରକା ପିଭି ସିନ୍ଧୁଙ୍କୁ ନେଇ ଆସିଛି ଏକ ଖୁସି ଖବର। ଦୁବଇରେ ଫସି ରହିଥିବା ଏହି ସଟଲର…

୨୦୨୬ ଟି-୨୦ ବିଶ୍ୱକପକୁ ସ୍ମରଣୀୟ କରିଦେଲା ସଞ୍ଜୁ ସାମସନଙ୍କ ଇନିଂସ

ନୂଆଦିଲ୍ଲୀ,୩।୩: ଟି-୨୦ ବିଶ୍ୱକପର ପ୍ରାରମ୍ଭିକ ମ୍ୟାଚରେ ପାନୀୟ ଗ୍ରହଣ କରିବା ପାଇଁ ଜଣାଶୁଣା ସଞ୍ଜୁ ସାମସନ ରବିବାର ରାତିରେ ଇଡେନ ଗାର୍ଡେନ୍ସରେ ଇତିହାସ ସୃଷ୍ଟି କରିଥିଲେ, ଯାହା…

ଫାଇନାଲକୁ ଯିବେ ଏହି ୨ ଦଳ: ଟି-୨୦ ବିଶ୍ୱକପ ଫାଇନାଲକୁ ନେଇ ବଡ଼ ଭବିଷ୍ୟବାଣୀ କଲେ…

ନୂଆଦିଲ୍ଲୀ,୩।୩: ପୂର୍ବତନ ଅଷ୍ଟ୍ରେଲିୟ ଦ୍ରୁତ ବୋଲର ଗ୍ଲେନ ମ୍ୟାକଗ୍ରା ଟି-୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ ଏକ ସାହସିକ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ ଭାରତ ଏବଂ…

ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଜିତିବ ୨୦୨୬ ଟି-୨୦ ବିଶ୍ୱକପ? ୨୦୦୭ ବିଶ୍ୱକପ ସହିତ ରହୁଛି ବିଶେଷ ସମ୍ପର୍କ

ନୂଆଦିଲ୍ଲୀ,୩।୩: ଭାରତୀୟ କ୍ରିକେଟ ଦଳ ୨୦୨୬ ଟି-୨୦ ବିଶ୍ୱକପ ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଟିମ ଇଣ୍ଡିଆ ମାର୍ଚ୍ଚ ୫ ରେ ଇଂଲଣ୍ଡ ବିପକ୍ଷରେ ସେମାନଙ୍କର ସେମିଫାଇନାଲ…

କିଏ ଅସନ୍ତୋଷ ପ୍ରକାଶ କଲେ, ଆଉ କେହି ଏହାକୁ ଏକ ପ୍ରଦର୍ଶନ ବୋଲି ଭାବିଥିଲେ…, IND vs PAK ହାତ ମିଳାଇବା ବିବାଦକୁ ନେଇ କ୍ରିକେଟ ଜଗତ ଦୁଇ ଭାଗ

ନୂଆଦିଲ୍ଲୀ,୩।୩: ଯେତେବେଳେ ବି ଭାରତ ଏବଂ ପାକିସ୍ତାନ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁହାଁମୁହିଁ ହୁଅନ୍ତି, ସେତେବେଳେ ଉତ୍ତେଜନା ସ୍ତର ଶୀର୍ଷରେ ଥାଏ। ଉଭୟ ଦଳର ଖେଳାଳିମାନେ…

ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିବା ପରେ ପାକିସ୍ତାନୀ କ୍ରିକେଟ୍‌ ଟିମକୁ କଠୋର ଦଣ୍ଡ ଦେଲା PCB, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୩।୩: ଟି-୨୦ ବିଶ୍ୱକପରୁ ବାଦ୍‌ ପଡ଼ିବା ପରେ ପାକିସ୍ତାନୀ କ୍ରିକେଟ୍‌ ଟିମକୁ ବଡ଼ ଝଟକା ଲାଗିଛି। PCB ପାକିସ୍ତାନର ଟି-୨୦ ବିଶ୍ୱକପ ଦଳର ପ୍ରତ୍ୟେକ ସଦସ୍ୟଙ୍କୁ ୫୦ଲକ୍ଷ…

ଟି-୨୦ରେ ନୂଆ ରେକର୍ଡ ସୃଷ୍ଟି କଲେ ସୂର୍ଯ୍ୟକୁମାର, ରୋହିତ ଶର୍ମାଙ୍କୁ ପକାଇଲେ ପଛରେ…

ନୂଆଦିଲ୍ଲୀ,୩।୩: ଭାରତୀୟ ଟି-୨୦ କ୍ରିକେଟରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଟିମ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏବେ ଭାରତର ସବୁଠାରୁ ସଫଳ ଟି-୨୦…

ବର୍ଷା ଯୋଗୁ ଯଦି ଭାରତ-ଇଂଲଣ୍ଡ ଟି-୨୦ ବିଶ୍ୱକପ ସେମିଫାଇନାଲ ବାତିଲ ହୁଏ, ତେବେ କିଏ ଯିବ ଫାଇନାଲକୁ? ଜାଣନ୍ତୁ କ’ଣ କହୁଛି ICC ନିୟମ

ନୂଆଦିଲ୍ଲୀ,୩।୩: ଭାରତ ଏବଂ ଇଂଲଣ୍ଡ ମାର୍ଚ୍ଚ ୫ରେ T20 ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ମୁମ୍ବାଇର ଐତିହାସିକ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri