Posted inଖେଳ

ଇଷ୍ଟବେଙ୍ଗଲକୁ ହରାଇଲା ଏଟିକେ ମୋହନବାଗାନ

ଭାସ୍କୋର, ୨୮।୧୧-
ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଷ୍ଟବେଙ୍ଗଲ ଓ ଏଟିକେ ମୋହନବାଗାନ ମଧ୍ୟରେ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ସବୁଠାରୁ ପ୍ରତୀକ୍ଷିତ ମ୍ୟାଚ ଶୁକ୍ରବାର ଆୟୋଜିତ ହୋଇ ଯାଇଛି। କୋଲକାତାର ଏହି ଦୁଇ ଫୁଟବଲ ମହାଶକ୍ତି ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ଏଟିକେ ମୋହନବାଗାନ ୨-୦ ଗୋଲରେ ଇଷ୍ଟବେଙ୍ଗଲକୁ ପରାସ୍ତ କରିଛି। ରୟ କ୍ରିଷ୍ଣା ଓ ମନଭୀର ସିଂଙ୍କ ଗୋଲ ଏଟିକେ ମୋହନବାଗାନକୁ ବିଜୟ ସ୍ବାଦ ଚଖାଇଛି।
ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିବାପରେ ଦ୍ୱିତୀୟାର୍ଦ୍ଧ ଆରମ୍ଭରୁ ଖେଳ ଉତ୍ତେଜନାପୂର୍ଣ୍ଣ ରହିଥିଲା। ୪୯ତମ ମିନିଟରେ କ୍ରିଷ୍ଣା ଚମତ୍କାର ଢଙ୍ଗରେ ଏକ ଗୋଲ ଦେଇ ଏଟିକେ ମୋହନବାଗାନକୁ ଅଗ୍ରଣୀ କରାଇଥିଲେ। ଇଷ୍ଟବେଙ୍ଗଲ ଗୋଲ ପରିଶୋଧ ପାଇଁ ଉଦ୍ୟମକୁ ଜୋରଦାର କରିଥିଲେ ହେଁ ସଫଳ ହୋଇ ନ ଥିଲା। ୮୫ତମ ମିନିଟରେ ମନଭୀର ଆଉ ଏକ ଗୋଲ ଦେଇ ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇଥିଲେ। ଫଳରେ ଏଟିକେ ମୋହନବାଗାନର ବିଜୟ ନିଶ୍ଚିତ ହୋଇ ଯାଇଥିଲା। ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚରେ କେରଳ ବ୍ଲାଷ୍ଟର୍ସକୁ ହରାଇଥିବା ଏଟିକେ ୨ ମ୍ୟାଚରୁ ୨ ବିଜୟ ସହ ୬ ପଏଣ୍ଟ ପାଇ ଟେବୁଲର ଶୀର୍ଷସ୍ଥାନରେ ଅପରିବର୍ତ୍ତିତ ରହିଛି। ଅନ୍ୟପକ୍ଷରେ ଆଇଏସଏଲ୍‌ରେ ପ୍ରଥମ ମ୍ୟାଚ ଖେଳିଥିବା ଇଷ୍ଟବେଙ୍ଗଲ ନିଜର ପ୍ରଥମ ବିଜୟ ଅପେକ୍ଷାରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri