Posted inଖେଳ

ଜାମସେଦପୁରକୁ ହରାଇଲା ଇଷ୍ଟବେଙ୍ଗଲ

ମାର୍ଗାଓ, ୮ା୩ (ପି.ଟି.)-ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ଏସ୍‌ସି ଇଷ୍ଟବେଙ୍ଗଲ ୨-୧ ଗୋଲ୍‌ରେ ଜାମସେଦପୁର ଏଫ୍‌ସିକୁ ହରାଇ ଦେଇଛି। ପାଖାପାଖି ଏକ ମାସ ବ୍ୟବଧାନରେ ଦଳର ଏହା ପ୍ରଥମ ବିଜୟ। କୋଲକାତାଭିତ୍ତିକ ଏହି ଦଳ ବର୍ତ୍ତମାନ ୧୬ ପଏଣ୍ଟ ସହ ପଏଣ୍ଟ ଟେବୁଲର ୯ମ ସ୍ଥାନକୁ ଉନ୍ନୀତ ହୋଇଛି। ଅନ୍ୟ ପକ୍ଷରେ ଏହି ପରାଜୟ ଦ୍ୱାରା ଜାମସେଦପୁର ଏଫ୍‌ସିର ଆଇଏସ୍‌ଏଲ ଏଫ୍‌ସି ପ୍ଲେ-ଅଫ୍‌ ଆଶାକୁ ଆଉ ଏକ ଶକ୍ତ ଧକ୍କା ପହଞ୍ଚାଇଛି। ଦଳ ବର୍ତ୍ତମାନ ପ୍ଲେ-ଅଫ୍‌ ସ୍ଥାନରୁ ୪ ପଏଣ୍ଟ ପଛରେ ୭ମରେ ରହିଛି। ମ୍ୟାଚରେ ବିଜୟୀ ଦଳ ତରଫରୁ ମ୍ୟାଟିଜ ଷ୍ଟିନ୍‌ମ୍ୟାନ (୬ଷ୍ଠ) ଏବଂ ଆନ୍ଥୋନୀ ପିଲ୍‌କିଙ୍ଗ୍‌ଟନ (୬୮ତମ) ଗୋଲ ସ୍କୋର କରିଥିବାବେଳେ ଜାମସେଦପୁର ତରଫରୁ ବିଳମ୍ବରେ ପିଟର ହାର୍ଟଲି (୮୩ତମ ମିନିଟ) ଏକ ସାନ୍ତ୍ୱନାମୂଳକ ଗୋଲ ଦେଇଥିଲେ। ଇଷ୍ଟବେଙ୍ଗଲ ଦଳ ଅଧିକାଂଶ ସମୟ ମ୍ୟାଚକୁ ନିଜ ନିୟନ୍ତ୍ରଣରେ ରଖିଥିଲା। ଦଳର ରକ୍ଷଣଭାଗ ଖେଳାଳିମାନଙ୍କ ପ୍ରଦର୍ଶନ ମଧ୍ୟ ଉଚ୍ଚକୋଟୀର ଥିଲା।
ରବିବାର ହାଇଦ୍ରାବାଦ ଓ ନର୍ଥଇଷ୍ଟ ୟୁନାଇଟେଡ୍‌ ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ ଗୋଲଶୂନ୍ୟ ଭାବେ ଶେଷ ହୋଇଛି। ଫଳରେ ଦୁଇ ଦଳ ମଧ୍ୟରେ ପଏଣ୍ଟ ବଣ୍ଟୁଆରା ହୋଇଛି। ଉଭୟ ଦଳ ସମାନ ୧୬ଟି ଲେଖାଏ ମ୍ୟାଚ ଖେଳି ସମାନ ୨୩ ପଏଣ୍ଟ ଲେଖାଏ ଅର୍ଜନ କରିଛନ୍ତି। ତେବେ ଗୋଲ ବ୍ୟବଧାନ ଭିତ୍ତିରେ ହାଇଦ୍ରାବାଦ ତୃତୀୟ ଓ ନର୍ଥଇଷ୍ଟ ୟୁନାଇଟେଡ୍‌ ୪ର୍ଥ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri