ପଣ୍ୟ କାରବାରରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୩।୪(ଅନୁରାଧା ମହାରଣା): ୨୦୨୩-୨୪ ଆର୍ଥିକ ବର୍ଷରେ ଅର୍ଥାତ୍‌ ୧ ଏପ୍ରିଲ ୨୦୨୩ ରୁ ୩୧ ମାର୍ଚ୍ଚ ୨୦୨୪ ପର୍ଯ୍ୟନ୍ତ ପୂର୍ବତଟ ରେଳପଥ ୨୫୬.୨୨ ନିୟୁତ ଟନ୍‌ ଉତ୍ପାଦିତ ପଣ୍ୟ ବୋଝେଇ ଓ ପରିବହନ କରିଛି। ଏହା ପୂର୍ବ ଆର୍ଥିକ ବର୍ଷଠାରୁ ୧୪.୭୨ ନିୟୁତ ଟନ୍‌ ଅଧିକ ଏବଂ ୨୦୨୨-୨୩ ଆର୍ଥିକ ବର୍ଷ ତୁଳନାରେ ୬.୧% ଅଭିବୃଦ୍ଧି ପଞ୍ଜୀକରଣ କରିଛି। ପୂର୍ବତଟ ରେଳପଥ ଏହି ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ଭାରତୀୟ ରେଲଓ୍ବେର ସମସ୍ତ ରେକର୍ଡକୁ ଅତିକ୍ରମ କରିଛି। କ୍ରମାଗତ ଭାବେ ୫ ଥର ପାଇଁ ୨୦୦ ନିୟୁତ ଟନ୍‌ରୁ ଅଧିକ ପଣ୍ୟ ପରିବହନର ମାଇଲଖୁଣ୍ଟ ଅତିକ୍ରମ କରିବାରେ ପୂର୍ବତଟ ରେଳପଥ ମଧ୍ୟ ପ୍ରଥମ ଜୋନ୍‌ ହୋଇପାରିଛି। ୨୦୧୯-୨୦ ଆର୍ଥିକ ବର୍ଷରେ ୨୦୦ ନିୟୁତ ଟନ୍‌ ପଣ୍ୟ ବୋଝେଇ କରିବା ପାଇଁ ପୂର୍ବତଟ ରେଳପଥ ଅବିଭକ୍ତ ଦକ୍ଷିଣ-ପୂର୍ବ ରେଳପଥ ପରେ ଦ୍ୱିତୀୟ ରେଳ ଜୋନ ଅଟେ। ୨୦୨୩-୨୪ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥ ୧୫୨.୯୫ ନିୟୁତ ଟନ୍‌ କୋଇଲା, ୧୩.୨୯ ନିୟୁତ ଟନ୍‌ ଇସ୍ପାତ କାରଖାନାକୁ କଞ୍ଚାମାଲ ପରିବହନ, ୨୦.୭୭ ନିୟୁତ ଟନ୍‌ ଷ୍ଟିଲ ଆଣ୍ଡ ସ୍ଲାଗ, ୩୧.୨୬ ନିୟୁତ ଟନ୍‌ ଲୁହାପଥର, ୧.୨୪ ନିୟୁତ ଟନ୍‌ ସିମେଣ୍ଟ, ୩.୨୪ ନିୟୁତ ଟନ୍‌ ଖାଦ୍ୟଶସ୍ୟ ବୋଝେଇ କରି ପରିବହନ କରିଥିବାବେଳେ ୬.୪୬ ନିୟୁତ ଟନ୍‌ ସାର, ୩.୧୦ ନିୟୁତ ଟନ୍‌ ମିନେରାଲ ଅଏଲ ସହିତ କଣ୍ଟେନର ଏବଂ ଅନ୍ୟାନ୍ୟ ସାମଗ୍ରୀରେ ୧୯.୦୬ ନିୟୁତ ଟନ୍‌ ପଣ୍ୟ ବୋଝେଇ ଓ ପରିବହନ କରିପାରିଛି, ଯାହାକି ଗତ ବର୍ଷର ଅନୁରୂପ ଅବଧି ତୁଳନାରେ ଏହା ୬% ଅଧିକ। ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ ରେଳ ମଣ୍ଡଳ ୧୫୯.୯୪ ନିୟୁତ ଟନ୍‌ ପଣ୍ୟ ବୋଝେଇ ଓ ପରିବହନ ହାସଲ କରିଥିବାବେଳେ ୱାଲଟିୟର ରେଳମଣ୍ଡଳ ଦ୍ୱାରା ୭୬.୪୮ ନିୟୁତ ଟନ୍‌ ଏବଂ ସମ୍ବଲପୁର ରେଳମଣ୍ଡଳ ଦ୍ୱାରା ୧୯.୮୦ ନିୟୁତ ଟନ୍‌ ପଣ୍ୟ ବୋଝେଇ ଯୋଗଦାନ କରିଛି। ସମସ୍ତ ତିନୋଟି ରେଳ ମଣ୍ଡଳ ପୂର୍ବ ବର୍ଷ ତୁଳନାରେ ଭଲ ପ୍ରଦର୍ଶନ କରିଛନ୍ତି ଏବଂ ଗତ ବର୍ଷର ପଣ୍ୟ ବୋଝେଇ ଆକଳନକୁ ଅତିକ୍ରମ କରିଛନ୍ତି।
ତାଳଚେରରେ ଏମ୍‌ସିଏଲ୍‌ର କୋଇଲା କ୍ଷେତ୍ର, ପୂର୍ବତଟ ରେଳପଥ ପରିସୀମା ମଧ୍ୟରେ ଥିବା ପାଞ୍ଚଟି ବନ୍ଦର ଯଥା ପାରାଦୀପ, ଧାମରା, ବିଶାଖାପାଟଣା, ଗଙ୍ଗାଭରମ ଏବଂ ଗୋପାଳପୁର ସହିତ ଛତିଶଗଡ଼ର ବୈଲାଡିଲାରେ ଲୁହାପଥର ଖଣି, ପ୍ରମୁଖ ଇସ୍ପାତ ଏବଂ ଆଲୁମିନିୟମ କମ୍ପାନୀ, କେନ୍ଦୁଝର ଅଞ୍ଚଳର ଲୁହାପଥର ଖଣି ଏହି ସଫଳତା ପାଇଁ ପ୍ରମୁଖ ଯୋଗଦାନ ରହିଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri