ପୂର୍ବତଟ ରେଳପଥକୁ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ରାଷ୍ଟ୍ରୀୟ ସମ୍ମାନ

ଭୁବନେଶ୍ୱର,୧୬।୧୧ (ବ୍ୟୁରୋ): ଭାରତୀୟ ରେଳପଥର ସବୁପ୍ରକାର କାର୍ଯ୍ୟ ସମ୍ପାଦନ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ପୂର୍ବତଟ ରେଳପଥକୁ ସମ୍ମାନଜନକ ‘ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତ ବେଷ୍ଟ ଜୋନାଲ ରେଲ୍‌ୱେ ସିଲ୍ଡ -୨୦୨୦’ ମିଳିବ। ଯେକୌଣସି ଜୋନାଲ ରେଳପଥ ପାଇଁ ଏହା ଅତ୍ୟନ୍ତ ସମ୍ମାନଜନକ ଓ ପୂର୍ବତଟ ରେଳପଥ ତୃତୀୟଥର ପାଇଁ ଏହି ସମ୍ମାନରେ ସମ୍ମାନିତ ହେବ। ଏହା ପୂର୍ବରୁ ପୂର୍ବତଟ ରେଳପଥ ୨୦୦୮-୦୯ ଓ ୨୦୧୫-୧୬ରେ ଏହି ପୁରସ୍କାର ଗ୍ରହଣ କରିଥିଲା।
ସ୍ବାଧୀନତା ସଂଗ୍ରାମୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ପଣ୍ଡିତ ଗୋବିନ୍ଦ ବଲ୍ଲଭ ପନ୍ତଙ୍କ ସ୍ମୃତିରେ ପ୍ରତିଷ୍ଠିତ ଏହି ସମ୍ମାନ ପ୍ରତିବର୍ଷ ଜୋନାଲ ରେଳପଥକୁ ଦିଆଯାଏ। ସମସ୍ତ ଜୋନାଲ ରେଳପଥ ମଧ୍ୟରେ ଯାହାର ପ୍ରଦର୍ଶନ ସର୍ବୋତ୍ତମ ବୋଲି ବିବେଚନା କରାଯାଏ, ଉକ୍ତ ରେଳପଥ ହିଁ ଏହି ସମ୍ମାନ ପାଇବାକୁ ହକ୍‌ଦାର ହୋଇଥାଏ। ଚୟନବେଳେ ଆୟ, ପଣ୍ୟ ପରିବହନ, ସମୟାନୁବର୍ତ୍ତିତା, ଯାତ୍ରୀ ସେବା, ଦୁର୍ଘଟଣା, ମରାମତି, କୋଚ୍‌, ଶକ୍ତି ଉପଯୋଗ, ଷ୍ଟକ୍‌, ମାନବସମ୍ବଳ, ସିଗ୍‌ନାଲ ଓ ଟେଲିକମ୍‌ ଯନ୍ତ୍ରାଂଶ, ଟ୍ରାକ୍‌ ନବୀକରଣ, ଟିକେଟ ଚେକିଂ, ସ୍କ୍ରାପ୍‌ ଅପସାରଣ ଆଦିକୁ ବିଚାରକୁ ନିଆଯାଇଥାଏ। ତେବେ ଜାତୀୟ ରେଳପଥ ପୁରସ୍କାର ବିତରଣ ଉତ୍ସବରେ ରେଳମନ୍ତ୍ରୀ ପୀୟୁଷ ଗୋୟଲ ଏହି ସମ୍ମାନ ହସ୍ତାନ୍ତର କରିବେ ବୋଲି ପୂର୍ବତଟ ରେଳପଥ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।
ମିଳିଥିବା ସୂଚନାନୁସାରେ, ୨୦୧୯-୨୦ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥ ୨୦୦.୮୫ ନିୟୁତ ଟନ୍‌ ମାଲ ପରିବହନ କରିଥିଲା। ଏହା ପୂର୍ବ ଆର୍ଥିକ ବର୍ଷ ତୁଳନାରେ ୪.୭୩% ବୃଦ୍ଧି ଘଟିଥିଲା। ଏହାବ୍ୟତୀତ ପୂର୍ବତଟ ରେଳପଥ ମଧ୍ୟ ରାଷ୍ଟ୍ରୀୟ ରେଳପଥ ପୁରସ୍କାର ବିତରଣ ସମାରୋହରେ ଟ୍ରାଫିକ୍‌ ପରିବହନ ସିଲ୍ଡ, ଆକାଉଣ୍ଟସ୍‌ ଆଣ୍ଡ୍‌ ଫାଇନାନ୍ସିଆଲ୍‌ ମ୍ୟାନେଜମେଣ୍ଟ ସିଲ୍ଡ ଓ ସେଲ୍ସ ମ୍ୟାନେଜମେଣ୍ଟ ସିଲ୍ଡ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri