ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କଲା ପୂର୍ବତଟ ରେଳପଥ

ଭୁବନେଶ୍ୱର,୫ା୧୧: ପୂର୍ବତଟ ରେଳପଥ ପକ୍ଷରୁ ନିକଟରେ ସତର୍କତା ସଚେତନତା ସପ୍ତାହ-୨୦୨୨ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପୂର୍ବତଟ ରେଳପଥ ମୁଖ୍ୟାଳୟ, ଭୁବନେଶ୍ୱରଠାରେ ଏକ ପୁରସ୍କାର ବିତରଣ ସମାରୋହର ଆୟୋଜନ କରାଯାଇଥିଲା। ସତର୍କତା ସଚେତନତା ସପ୍ତାହ-୨୨ ଉପଲକ୍ଷେ ଅନ୍‌-ଦି-ସ୍ପଟ୍‌ ପ୍ରବନ୍ଧ, ବିତର୍କ ଏବଂ ଚିତ୍ରାଙ୍କନ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ଏହି ଅବସରରେ ପୂର୍ବତଟ ରେଳପଥ ଚିଫ୍‌ ମେକାନିକାଲ ଇଞ୍ଜିନିୟର ତଥା କାର୍ଯ୍ୟକାରୀ ଅତିରିକ୍ତ ମହାପ୍ରବନ୍ଧକ ଆର୍‌. ରାଜା ଗୋପାଳ ସମ୍ମାନିତ ଅତିଥି ଭାବେ ଯୋଗଦେଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ବିତରଣ କରିଥିଲେ। ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ସହ ରେଳ କର୍ମଚାରୀଙ୍କ ପିଲାଙ୍କୁ ମିଶାଇ ମୋଟ ୬୦ଜଣ ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଉକ୍ତ ସମାରୋହରେ ପୂର୍ବତଟ ରେଳପଥର ସମସ୍ତ ପ୍ରମୁଖ ବିଭାଗୀୟ ଅଧିକାରୀ, ବରିଷ୍ଠ ଅଧିକାରୀ, ରେଳ କର୍ମଚାରୀ, ସ୍କୁଲ ଛାତ୍ରୀଛାତ୍ର ଏବଂ ସେମାନଙ୍କ ପିତାମାତା ଓ ଶିକ୍ଷକମାନେ ଯୋଗଦେଇଥିଲେ। ପୂର୍ବତଟ ରେଳପଥର ମୁଖ୍ୟ ସତର୍କତା ଅଧିକାରୀ ତଥା ବରିଷ୍ଠ ଉପ ମହାପ୍ରବନ୍ଧକ ସଞ୍ଜୟ କୁମାର ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ବାଂଲାଦେଶର ନାଲିଆଖି

ଆସନ୍ତା ସେପ୍ଟେମ୍ବର ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ନୂଆଦିଲ୍ଲୀଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ ବୋଲି ସ୍ଥିର କରାଯାଇଛି । ୧୧ ରାଷ୍ଟ୍ର…

‘ସିଏଜି’ ହାତରେ ‘ନିପୁଣ’ ବିଫଳତା, ବିଦ୍ୟାର୍ଥୀ ଲେଖିପାରୁ ନାହାନ୍ତି ନାଁ

ଭୁବନେଶ୍ୱର,୧୮।୮(ରବିନାରାୟଣ ଜେନା): ଶିକ୍ଷାକୁ ସାର୍ବଜନୀନ କରିବାପାଇଁ କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ସମସ୍ତେ ଗୁରୁତ୍ୱ ଦେଉଛନ୍ତି । ଛାତ୍ରୀଛାତ୍ରଙ୍କୁ ଗୁଣବତ୍ତା ଶିକ୍ଷା ଯୋଗାଇବା…

ଭାଜପାର ନୂଆ ଦଳକୁ ଫେରିଲେ ରାମ ମାଧବ; ତାଙ୍କୁ କାହିଁକି ସୁଯୋଗ ଦିଆଗଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସଭାପତି ନୀତିନ ନବିନଙ୍କ ନେତୃତ୍ୱରେ ଏକ ନୂତନ ଜାତୀୟ ଦଳ ଘୋଷଣା କରିଛି। ନୀତିନ ନବିନଙ୍କୁ ଜାତୀୟ କାର୍ଯ୍ୟକାରୀ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri