କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ

ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ।
କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍‌ଫର୍ମରେ ହେଲ୍ପ ଡେସ୍କ ବ୍ୟବସ୍ଥା କରାଯାଇଛି। ହେଲ୍ପ ଡେସ୍କ ପାଇଁ ୮୧୧୪୩୮୨୩୭୧ ନଂ ଜାରି କରାଯାଇଛି। ସେହିପରି ଖୋର୍ଦ୍ଧା ରୋଡ୍‌ ପାଇଁ ହେଲ୍ପ ଡେସ୍କ- ୦୬୭୪୨୪୯୨୨୪୫, ଭଦ୍ରକ ପାଇଁ ହେଲ୍ପ ଲାଇନ ନଂ- ୯୪୩୭୪୪୩୪୬୯ ଜାରି କରାଯାଇଛି।

କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନା ପଠାଯାଇଥିବା ଜଣାପଡ଼ିଛି।

ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି ଘଟଣାସ୍ଥଳରେ ରେଳବାହିନୀ ଟିମ୍‌ ପହଞ୍ଚିଥିବା ଜଣାପଡ଼ିଛି। ଆର୍‌ପିଏଫ୍‌ ଏବଂ ଜିଆର୍‌ପିଏଫ୍‌ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କରୁଥିବା ଜଣାପଡ଼ିଛି। କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଘଟଣାସ୍ଥଳରେ ସମସ୍ତ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି । ହେଲେ ଟ୍ରେନ୍‌ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ। ଏନେଇ ଅଧିକ ଅପଡେଟ୍‌ର ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri