ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ରେକର୍ଡ

ଭୁବନେଶ୍ୱର,୨୫।୩(ଅଭୟ ଦାଶ): ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ସମସ୍ତ ରେକର୍ଡ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୨୫ ତାରିଖ ସୁଦ୍ଧା ପୂର୍ବତଟ ରେଳପଥ ୨୫୦ ନିୟୁତ ଟନ୍‌ ପଣ୍ୟ ପରିବହନ କରି ୨୦୨୨-୨୩ ଆର୍ଥିକ ବର୍ଷର ସର୍ବୋଚ୍ଚ ମାଲ୍‌ ପରିବହନ ରେକର୍ଡକୁ ଅତିକ୍ରମ କରିଛି। କ୍ରମାଗତ ୫ଥର ପାଇଁ ୨୦୦ ମିଲିୟନ ଟନ୍‌ ପଣ୍ୟ ବୋଝେଇ କ୍ଷେତ୍ରରେ ପୂର୍ବତଟ ରେଳପଥ ମାଇଲ ଖୁଣ୍ଟ ଅତିକ୍ରମ କରିବାରେ ମଧ୍ୟ ପ୍ରଥମ ଜୋନ ହୋଇପାରିଛି। ପୂର୍ବତଟ ରେଳପଥର ୩ଟି ରେଳ ମଣ୍ଡଳ ଦ୍ୱାରା ଉତ୍ତମ ପ୍ରଦର୍ଶନ ପାଇଁ ଏହି ଲକ୍ଷ ହାସଲ ହୋଇପାରିଛି।

୨୦୧୯-୨୦ ଆର୍ଥିକ ବର୍ଷରେ ୨୦୦ ନିୟୁତ ଟନ୍‌ ପଣ୍ୟ ବୋଝେଇ କରିବା ପାଇଁ ପୂର୍ବତଟ ରେଳବାଇ ଅବିଭକ୍ତ ଦକ୍ଷିଣ ପୂର୍ବ ରେଳପଥ ପରେ ଦ୍ୱିତୀୟ ରେଳ ଜୋନ୍‌ ଥିଲା। ବର୍ତ୍ତମାନ ଏହା ୨୫୦ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିବା ପ୍ରଥମ ରେଳ ଜୋନ୍‌ ହୋଇପାରିଛି।

୨୦୨୩-୨୪ଆର୍ଥିକ ବର୍ଷରେ, ପୂର୍ବତଟ ରେଳପଥ ୧୪୯.୫୦ ନିୟୁତ ଟନ୍‌ କୋଇଲା, ୧୨.୯ ନିୟୁତ ଟନ୍‌ ଇସ୍ପାତ କାରଖାନାକୁ କଞ୍ଚାମାଲ ପରିବହନ କରିଛି। ସେହିପରି ୨୦.୧୫ ନିୟୁତ ଟନ୍‌ ଷ୍ଟିଲ ଆଣ୍ଡ ସ୍ଲାଗ, ୩୭.୪ ନିୟୁତ ଟନ୍‌ ଲୁହାପଥର, ୧.୨୧ ନିୟୁତ ଟନ୍‌ ସିମେଣ୍ଟ, ୩.୧୬ ନିୟୁତ ଟନ ଖାଦ୍ୟ ଶସ୍ୟ ପରିବହନ କରିଥିବା ବେଳେ ୬.୪ ନିୟୁତ ଟନ୍‌ ସାର, ୩.୦ ନିୟୁତ ଟନ୍‌ ଖଣିଜ ତୈଳ ଏବଂ ଏହା ସହିତ କଣ୍ଟେନର ଏବଂ ଅନ୍ୟାନ୍ୟ ସାମଗ୍ରୀରେ ୨୩.୨୭ ନିୟୁତ ଟନ୍‌ ପଣ୍ୟ ପରିବହନ କରାଯାଇଛି। ଗତ ବର୍ଷର ସମାନ ସମୟ ଅବଧି ତୁଳନାରେ ଏହା ୬%ରୁ ଅଧିକ ପଣ୍ୟ ପରିବହନ ହୋଇପାରିଛି।

ରେଳପଥ ମହାପ୍ରବନ୍ଧକ ମନୋଜ ଶର୍ମାଙ୍କ ନେତୃତ୍ୱରେ ପୂର୍ବତଟ ରେଳପଥ ଉଲ୍ଲେଖନୀୟ ସଫଳତା ହାସଲ କରିଛି। ସକରାତ୍ମକ ମନୋଭାବ ଏବଂ ନିରନ୍ତର କଠିନ ପରିଶ୍ରମ ରେଳବାଇ ଜୋନ୍‌ ପାଇଁ ସଫଳତା ଆଣିଦେଇଛି ବୋଲି ମହାପ୍ରବନ୍ଧକ ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?