ପୂର୍ବତଟ ରେଳପଥ: ଆୟ ବଢୁଛି, ହେଲେ ନୂତନ ପ୍ରକଳ୍ପକୁ ଉପେକ୍ଷା

ଯାଜପୁର ଅଫିସ,୧।୯: ପୂର୍ବତଟ ରେଳପଥରେ ଗତ ୫ ବର୍ଷରେ ବ୍ୟୟ ତୁଳନାରେ ଆୟ ୩ ଗୁଣରୁ ଊର୍ଦ୍ଧ୍ୱ ହୋଇଛି। ହେଲେ ୧ ଦଶନ୍ଧି ଧରି ଦାବି ହୋଇ ଆସୁଥିବା ୯୫.୯୫୦ କି.ମି. ବିଶିଷ୍ଟ ଯାଜପୁର ରୋଡରୁ ଧାମରା ଭାୟା ବିରଜା ମନ୍ଦିର ନୂତନ ରେଳପଥ ନିର୍ମାଣ ହୋଇ ପାରିନାହିଁ। ଏହାବାଦ୍‌ ଯାଜପୁର ରୋଡ ଷ୍ଟେଶନକୁ ଡିଭିଜନ ମାନ୍ୟତା ଦାବି ଉପରେ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ସଂପୃକ୍ତ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟ ଅନୁସାରେ ପୂର୍ବତଟ ରେଳପଥରେ ୨୦୧୭-୧୮ ରୁ ୨୦୨୧-୨୨ ମଧ୍ୟରେ ୨୭,୯୪୩ କୋଟି ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ୮୯,୬୬୯ କୋଟି ଟଙ୍କା ଆୟ ହୋଇଛି। ପାସେଞ୍ଜର, ଗୁଡ୍‌ସ, ସଣ୍ଡ୍ରି ଓ ଅନ୍ୟାନ୍ୟ କୋଚିଂ ବାବଦକୁ ୨୦୧୭-୧୮ରେ ୧୬୮୩୬.୫୩ କୋଟି, ୨୦୧୮-୧୯ରେ ୧୭୬୭୧.୧୬ କୋଟି, ୨୦୧୯-୨୦ରେ ୧୭୭୨୨.୬୫ କୋଟି, ୨୦୨୦-୨୧ରେ ୧୭୪୭୨.୧୧ କୋଟି ଓ ୨୦୨୧-୨୨ରେ ୧୯୯୬୧.୦୮ କୋଟି ଟଙ୍କା ଆୟ ହୋଇଛି। ହେଲେ ୧୦୪୨.୬୨ କୋଟି ଟଙ୍କାର ଯାଜପୁର ରୋଡ-ଧାମରା ପ୍ରକଳ୍ପ ନିର୍ମାଣ ହୋଇ ପାରୁନାହିଁ। ସତ୍ୟପ୍ରକାଶ ବେହୁରିଆ ମାଗିଥିବା ଆରଟିଆଇ ତଥ୍ୟ ଅନୁସାରେ ୨୦୧୨-୧୩ ରେ ଏହି ରେଳପଥ ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ପୂର୍ବତଟ ରେଳପଥ ପକ୍ଷରୁ ସର୍ବେକ୍ଷଣ ହୋଇଥିଲା। ୨୦୧୫ ଏପ୍ରିଲରେ ରେଳ ମନ୍ତ୍ରଣାଳୟ ଅଧୀନ ରେଳବାଇ ବୋର୍ଡ଼ ନିକଟରେ ଏହାର ନଥିପତ୍ର ଦାଖଲ ହୋଇଥିଲା ା ଏହି ରେଳପଥ ନିର୍ମାଣ ପାଇଁ ୯୯୫.୩୯୩ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ପ୍ରଥମେ ଆକଳନ ହୋଇଥିଲା। ଏହା ବର୍ତ୍ତମାନ ୧୦୪୨.୬୨ କୋଟି ଖର୍ଚ୍ଚ ବଢିବ ବୋଲି ବୋର୍ଡ ପକ୍ଷରୁ ଦର୍ଶାଯାଇଛି। ଏହି ରେଳପଥ ନିର୍ମାଣ ହେଲେ ପୂର୍ବତଟ ରେଳବାଇ ବର୍ଷକୁ ୩୧.୧୫ ପ୍ରତିଶତ ଲାଭ ପାଇବ। ଏହି ପ୍ରକଳ୍ପରେ ୮ଟି ଷ୍ଟେଶନ ନିର୍ମାଣ କରାଯିବ। ଏଥିପାଇଁ ଗତ ୧ ଦଶନ୍ଧି ଧରି ଦାବି, ଆନ୍ଦୋଳନ ଆଦି ହେଉଥିଲେ ହେଁ କିଛି ସୁଫଳ ମିଳି ପାରିନାହିଁ। ଯାଜପୁରରେ ବିଶ୍ୱପ୍ରସିଦ୍ଧ କ୍ଷେତ୍ରେଶ୍ୱରୀ ମା’ବିରଜାଙ୍କ ଶକ୍ତିପୀଠ ଥିବାବେଳେ ଭଦ୍ରକ ଜିଲାର ଆରଡ଼ିଠାରେ ବିଶ୍ୱପ୍ରସିଦ୍ଧ ଆଖଣ୍ଡଳମଣୀ ଧାମ ରହିଛି । ଏହି ୨ ଜାଗାକୁ ପ୍ରତିଦିନ ଦେଶ ବିଦେଶରୁ ଯାତ୍ରୀମାନେ ଆସିଥାଆନ୍ତି । ଏହି ରେଳପଥ ନିର୍ମାଣ ହେଲେ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ସମ୍ଭବ ହେବ ।

ଯାଜପୁର ଜିଲାର କଳିଙ୍ଗନଗର ଏସିଆ ମହାଦେଶର ଇସ୍ପାତ ରାଜଧାନୀଭାବେ ପରିଗଣିତ ହୋଇସାରିଲାଣି । ଏଠାରୁ ଧାମରା ଦେଇ ଦେଶ ବିଦେଶକୁ ମାଲ ପରିବହନ କରିବା ପାଇଁ ସୁଗମ ହେବ । ଏହି ରେଳପଥ ନିର୍ମାଣ ଦ୍ୱାରା ଜିଲାର ଉପତ୍ାଦିତ କୃଷିଜାତ ଦ୍ରବ୍ୟର ପରିବହନ ଉନ୍ନତି ଆସିବା ସହିତ ଖାଉଟୀ ସାମଗ୍ରୀ ଲୋକଙ୍କ ପାଖରେ ପହଞ୍ଚିବା ଅଧିକ ସୁବିଧାଜନକ ହେବ ବୋଲି ଦାବି ହୋଇ ଆସିଛି । ହେଲେ ବିଗତ ବଜେଟ୍‌ରେ ଏହି ପ୍ରକଳ୍ପକୁ ସ୍ଥାନ ମିଳି ନ ଥିବାରୁ ଜିଲାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଅନ୍ୟପକ୍ଷେ ନିକଟରେ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ପାରାଦୀପ-ଧାମରା (୮୦ କିିମି) ରେଳପ୍ରକଳ୍ପ ପାଇଁ ୧୪୭୨ କୋଟି ଟଙ୍କାର ପ୍ରସ୍ତାବ ଦିଆଯାଇଛି। ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ପାରାଦୀପ ଠାରୁ ଭଦ୍ରକ ଭାୟା କଟକ ୩୮ କି.ମି. ହ୍ରାସ ପାଇବ ବୋଲି ଆକ୍ସନ ପ୍ଲାନରେ ଦର୍ଶାଯାଇଛି।
ଯାଜପୁର-କେନ୍ଦୁଝରରୋଡ ଷ୍ଟେଶନକୁ ସ୍ବତନ୍ତ୍ର ରେଳ ଡିଭିଜନ ମାନ୍ୟତା ଦାବିକୁ ସଦାସର୍ବଦା ଅଗ୍ରାହ୍ୟ କରାଯାଉଛି। ଡିଭିଜନ ପାଇଁ ଏଠାରେ ଆବଶ୍ୟକ ଜମି ଯୋଗାଇ ଦେବାକୁ ରାଜ୍ୟ ସରକାର ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

ଜିଲାରେ ବିଶ୍ୱର ୯୮ ପ୍ରତିଶତ କ୍ରୋମାଇଟ ସହିତ ବିପୁଳ ପରିମାଣରେ ଖଣିଜ ସମ୍ପଦ ଭରପୁର ରହିଛି । ଏହାବାଦ ଜିଲାରେ ପର୍ଯ୍ୟଟନର ସୁବିଧା ରହିଛି । ଏବେ ଜିଲାରେ ୪ଟି ଜଙ୍କସନ ଓ ୨୧ଟି ରେଳ ଷ୍ଟେଶନ ରହିଛି । ପଡୋଶୀ ଜିଲାରେ ରହିଥିବା ଧାମରା ଓ ପାରାଦୀପ ବନ୍ଦର ସହ ବାଣିଜି୍ୟକ କାରବାର ବୃଦ୍ଧି ପାଇଁ ଏହି ଡିଭିଜନର ଆବଶ୍ୟକତା ରହିଛି । ବିରଜା ମନ୍ଦିରକୁ ରେଳପଥ ସଂଯୋଗ ଦାବି କରି ଆସୁଥିବା ସତ୍ୟପ୍ରକାଶ ବେହୁରା କୁହନ୍ତି, ପୂର୍ବତଟ ରେଳପଥ ବର୍ଷକୁ ହାରାହାରି ପ୍ରାୟ ୧୮ ହଜାର କୋଟି ଟଙ୍କା ଆୟ କରୁଛି। ହେଲେ ବିଡମ୍ବନା ଯେ, ୧୦୪୨.୬୨ କୋଟି ଟଙ୍କାର ପ୍ରକଳ୍ପକୁ କେନ୍ଦ୍ର ସରକାର ଅଣଦେଖା କରୁଛନ୍ତି। ଯାଜପୁର ରୋଡ ଷ୍ଟେଶନକୁ ଡିଭିଜନ ମାନ୍ୟତା ଉପରେ ରେଳବାଇ ଡିଭିଜନ କମିଟିର ଆବାହକ ଦୁଷ୍ମନ୍ତ କୁମାର ରାଉତ କୁହନ୍ତି, ସୁଦୃଢ ଭିତ୍ତିଭୂମି ରହିଥିଲେ ହେଁ ଏହି ଷ୍ଟେଶନକୁ ବିଭାଗୀୟ ଅବହେଳା କରାଯାଉଛି। ତେଣୁ ଏହା ପୁରଣ ନ ହେବା ପର୍ଯ୍ୟନ୍ତ ସଂଗ୍ରାମ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri