ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଅନଶନ, ସମର୍ଥନ ଦେଉଛି…

କେନ୍ଦୁଝର,୩୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତଟ ରେଳପଥର ଓ୍ବେଲ୍‌ଫେୟାର, ସମ୍ବଲପୁର ସମେତ ଖୋର୍ଦ୍ଧା ମଣ୍ଡର ବିଭିନ୍ନ କର୍ମୀଦଳ ନିୟନ୍ତ୍ରକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ରେଳଚାଳକ, ସହଚାଳକ ଓ ଟ୍ରେନ୍‌ ପରିଚାଳକମାନେ ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ନେତୃତ୍ୱରେ ଅନଶନରେ ବସିଛନ୍ତି। ଏହାକୁ ଅଖିଳ ଭାରତୀୟ ରେଲଚାଳକ ସଂଘ ପୂର୍ଣ୍ଣ ସମର୍ଥନ ଜଣାଇଛି।

ସୂଚନାରୁ ପ୍ରକାଶ ଯେ, ୧୨୦କିଲୋମିଟର ଦୈନିକ ମାଇଲେଜ ଭତ୍ତା ପ୍ରଦାନ, ରେଳ ଚାଳକଙ୍କ ୯ଘଣ୍ଟା କାର୍ଯ୍ୟ ସମୟ ଲାଗୁ, ବେନିୟମ ଭାବରେ କାର୍ଯ୍ୟ ସମୟକୁ କାଟିଦେବା, ଦୁଇ ରାତି ଡ୍ୟୁଟି କଲାପରେ ରାତ୍ରି ବିଶ୍ରାମ ଦେବା, ରେଳ ଚାଳକଙ୍କୁ ୩୬ ଘଣ୍ଟା ଭିତରେ ନିଜ ମୁଖ୍ୟାଳୟକୁ ଫେରାଇ ଆଣିବା, ରେଳ ବୋର୍ଡର ନିୟମ ଅନୁଯାୟୀ ରନିଂ ରୁମ୍‌ ଖୋଲିବା, ଟ୍ରାଙ୍ଗୁଲାର କାର୍ଯ୍ୟ ଶୈଳୀକୁ ବନ୍ଦ କରିବା, ଗାର୍ଡ ବ୍ରେକ୍‌ ଭ୍ୟାନର ଉପଯୁକ୍ତ ମରାମତି, ସମସ୍ତ ରେଳ ଇଞ୍ଜିନରେ ଏସି ଲଗାଇବା ସହିତ ଖରାପ ଏସିଗୁଡିକର ତୁରନ୍ତ ମରାମତି କରିବା, ଇଞ୍ଜିନରେ ଟୁଲ ବକ୍ସ ଓ ଲାଇନ ବକ୍ସର ବ୍ୟବସ୍ଥା କରିବା ଆଦି ୧୧ଦଫା ଦାବି ନେଇ ରେଳ ଚାଳକ ଓ ରେଳ ପରିଚାଳକମାନେ ବାରମ୍ବାର ପ୍ରଶାସନ ନିକଟରେ ଦାବି କରି ଆସୁଛନ୍ତି। ମାତ୍ର ରେଳ ପ୍ରଶାସନ ସର୍ବଦା ଏହାକୁ ଅଣଦେଖା କରି ଆସୁଅଛି। ଏହାର ପ୍ରତିବାଦରେ ଆଜିଠାରୁ ଖୋର୍ଦ୍ଧା, ପାରାଦୀପ, ତାଳଚେର, ଜଖପୁରା ପ୍ରଭୃତି ସ୍ଥାନ ସମେତ କେନ୍ଦୁଝରଗଡ଼ରେ କାର୍ଯ୍ୟରତ ରେଳଚାଳକ, ସହଚାଳକ ଓ ରେଳ ପରିଚାଳକମାନେ ଅନଶନରେ ବସିଛନ୍ତି। ଜୋନ୍‌ସ୍ତରରେ ଅନୁଷ୍ଠିତ ହେଉଥିବା ଏହି ଧର୍ମଘଟରେ ଶ୍ରମିକ କଂଗ୍ରେସର ସାଧାରଣ ସମ୍ପାଦକ ରମେଶ ସାହୁ ନେତୃତ୍ୱ ନେଉଥିବା ବେଳେ ମଣ୍ଡଳ ସ୍ତରରେ ଭଞ୍ଜ, କେନ୍ଦୁଝରରେ ଆଶିଷ କୁମାର ମହାନ୍ତ ପ୍ରମୁଖ ନେତୃତ୍ୱ ନେଉଛନ୍ତି। ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନକୁ ବ୍ୟାପକ କରାଯିବା ସହିତ ଆବଶ୍ୟକ ପଡ଼ିଲେ ଚକା ବନ୍ଦ କରାଯିବ ବୋଲି ସଂଗଠନ ତରଫରୁ ରେଳ ପ୍ରଶାସକଙ୍କୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri