ପୂର୍ବତଟ ରେଳପଥର ସର୍ବୋଚ୍ଚ ପଣ୍ୟ ପରିବହନ

ଭୁବନେଶ୍ୱର,୨୪।୧(ଅନୁରାଧା ମହାରଣା): ପୂର୍ବ ରେକର୍ଡକୁ ଅତିକ୍ରମକରି ସର୍ବୋଚ୍ଚ ପଣ୍ୟ ପରିବହନ କରିବାରେ ପୂର୍ବତଟ ରେଳପଥ ନୂଆ ରେକର୍ଡ କରିଛି। ୨୦୨୩-୨୪ ଆର୍ଥିକ ବର୍ଷରେ ମାଲ ପରିବହନରେ ଭାରତୀୟ ରେଳର ସମସ୍ତ ରେକର୍ଡକୁ ପୂର୍ବତଟ ରେଳପଥ ଅତିକ୍ରମ କରିଛି। ୨୦୨୩ ଏପ୍ରିଲ ୧ରୁ ୨୦୨୪ ଜାନୁୟାରୀ ୨୨ ପର୍ଯ୍ୟନ୍ତ ୨୯୫ ଦିନରେ ଏହି ରେଳପଥ ୨୦୨.୧୧୧ ନିୟୁତ ଟନ୍‌ ପଣ୍ୟ ପରିବହନ କରିଛି। ଏହା ଗତ ଆର୍ଥିକ ବର୍ଷରେ ଅର୍ଥାତ୍‌ ୨୦୨୨-୨୩ ଆର୍ଥିକ ବର୍ଷରେ ସମାନ ସମୟ ମଧ୍ୟରେ ୧୯୧.୩୯ ନିୟୁତ ଟନ୍‌ ସର୍ବାଧିକ ମାଲ ଲୋଡିଂର ପୂର୍ବ ରେକର୍ଡକୁ ଭଙ୍ଗ କରିଛି। ଫଳରେ ଗତ ଆର୍ଥିକ ବର୍ଷ ତୁଳନାରେ ୫.୬ ପ୍ରତିଶତ ପରିବହନ ବୃଦ୍ଧି ହୋଇଥିବା ରେକର୍ଡଭୁକ୍ତ ହୋଇଛି। ଏହାଦ୍ୱାରା ପୂର୍ବତଟ ରେଳପଥ କ୍ରମାଗତ ଭାବେ ପଞ୍ଚମ ଥର ପାଇଁ ୨୦୦ ନିୟୁତ ଟନ୍‌ ପଣ୍ୟ ବୋଝେଇର ମାଇଲଖୁଣ୍ଟ ଅତିକ୍ରମ କରିବାରେ ପ୍ରଥମ ରେଳ ଜୋନ୍‌ ଭାବେ ଧାରା ବଜାୟ ରଖିଛି। ପୂର୍ବତଟ ରେଳପଥର ତିନୋଟି ରେଳ ମଣ୍ଡଳ ଦ୍ୱାରା ଏହା ସମ୍ଭବ ହୋଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ପୂର୍ବତଟ ରେଳପଥ ୧୨୧.୭୪୭ ନିୟୁତ ଟନ କୋଇଲା, ୧୦.୬୫ନିୟୁତ ଟନର କଞ୍ଚାମାଲ ଇସ୍ପାତ କାରଖାନାକୁ, ୧୬.୩୯୮ ନିୟୁତ ଟନ୍‌ ପିଗ୍‌ ଆଇରନ ଏବଂ ଉତ୍ପାଦ ଇସ୍ପାତ, ୨୪.୦୧୮ ନିୟୁତ ଟନ୍‌ ଲୁହାପଥର, ୧.୧୯୨ ନିୟୁତ ଟନ୍‌ ସିମେଣ୍ଟ, ୨.୪୧୫ ନିୟୁତ ଟନ୍‌ର ଖାଦ୍ୟଶସ୍ୟ, ୫.୨୩୫ ନିୟୁତ ଟନ୍‌ ସାର, ୨.୪୨୫ ନିୟୁତ ଟନ୍‌ ଖଣିଜ ତେଲ, କଣ୍ଟେନରରେ ୩.୭୭୪ ନିୟୁତ ଟନ୍‌ ମାଲ ପରିବହନ ଏବଂ ୧୪.୩୫୮ ନିୟୁତ ଟନ୍‌ର ଅନ୍ୟାନ୍ୟ ସାମଗ୍ରୀ ପରିବହନ କରିଛି। ଏହି ପଣ୍ୟ ପରିବହନ ବାବଦରେ ପ୍ରାୟ ୨୦୫୫୧.୯ କୋଟି ଟଙ୍କା ଆୟ କରାଯାଇପାରିଛି। ଗତ ବର୍ଷ ତୁଳନାରେ ଏହି ଆୟ ୪.୨୬ ପ୍ରତିଶତ ବୃଦ୍ଧି ହୋଇଛି। ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା କହିଛନ୍ତି, ସକାରାତ୍ମକ ମନୋଭାବ ଏବଂ ନିରନ୍ତର କଠିନ ପରିଶ୍ରମ ପୂର୍ବତଟ ରେଳପଥକୁ କଠିନ ମାଇଲଖୁଣ୍ଟ ଅତିକ୍ରମ କରିବା ପାଇଁ ସହାୟକ ହୋଇପାରିଛି। ସୂଚନା ଥାଉକି, ୨୦୧୯-୨୦ ଆର୍ଥିକ ବର୍ଷରେ ସମପରିମାଣର ପଣ୍ୟ ପରିବହନ ପାଇଁ ୩୬୬ ଦିନ ଲାଗିଥିବାବେଳେ ୨୦୨୦-୨୧ରେ ୩୬୦ ଦିନ, ୨୦୨୧-୨୨ରେ ୩୨୦ ଦିନ ଏବଂ ୨୦୨୨-୨୩ ଆର୍ଥିକ ବର୍ଷରେ ୩୧୦ ଦିନ ସମୟ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri