Posted inଖେଳ

ପୂର୍ବୀ କ୍ଷେତ୍ର ଆଇସିଏଆର୍‌ କ୍ରୀଡ଼ା ଉଦ୍‌ଘାଟିତ

ଭୁବନେଶ୍ୱର, ୧୪।୧୨(ତପନ ସ୍ବାଇଁ): କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ ଖେଳ ପଡ଼ିଆରେ ପୂର୍ବୀ କ୍ଷେତ୍ର ଆଇସିଏଆର କ୍ରୀଡ଼ା ପ୍ରତିଯୋଗିତା ବୁଧବାର ଉଦ୍‌ଘାଟିତ ହୋଇଛି। ଚଳିତ ମାସ ୧୬ ପର୍ଯ୍ୟନ୍ତ ହେବାକୁଥିବା ଏହି ପ୍ରତିଯୋଗିତାରେ ପୂର୍ବ ଭାରତର ୧୨ ରାଜ୍ୟ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ପୂର୍ବ ଉତ୍ତର ପ୍ରଦେଶ ଓ ଉତ୍ତର-ପୂର୍ବର ସମସ୍ତ ରାଜ୍ୟରେ ଭାରତୀୟ କୃଷି ଗବେଷଣା ପରିଷଦ ଅଧୀନରେ ଥିବା ୨୬ ଅନୁଷ୍ଠାନରୁ ପାଖାପାଖି ୫୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ନୂଆଦିଲ୍ଲୀସ୍ଥିତ ଭାରତ ସରକାରଙ୍କ ଉଦ୍ଭିଦ ବିବିଧତା ଏବଂ କୃଷକ ଅଧିକାର ପ୍ରାଧିକରଣର ଅଧ୍ୟକ୍ଷ ତ୍ରିଲୋଚନ ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। କ୍ରୀଡ଼ା ଦ୍ୱାରା ଶାରୀରିକ ଏବଂ ମାନସିକ ସ୍ତରରେ ତୀକ୍ଷ୍ଣ, ସନ୍ତୁଳିତ ଭାବପ୍ରବଣ ଏବଂ ସାମାଜିକ ଭାବରେ ସୁପରିଚାଳିତ ବ୍ୟକ୍ତିତ୍ୱର ସାମଗ୍ରିକ ବିକାଶରେ ପରିଣତ ହୁଏ ବୋଲି ଏହି ଅବସରରେ ସେ ପ୍ରକାଶ କରିଥିଲେ। ଏନ୍‌ଆର୍‌ଆର୍‌ଆଇ କଟକର ନିର୍ଦ୍ଦେଶକ ଅମରେଶ କୁମାର ନାୟକ ଉତ୍ସବରେ ସଭାପତିତ୍ୱ କରିଥିଲେ। ପ୍ରତିଯୋଗିତାରେ ହାଇଜମ୍ପ, ଲଙ୍ଗଜମ୍ପ, ଆଥ୍‌ଲେଟିକ୍ସ, ଶଟ୍‌ପୁଟ୍‌, ଜାଭେଲିନ୍‌ ଥ୍ରୋ, ବାସ୍କେଟବଲ, ଫୁଟ୍‌ବଲ, ଭଲିବଲ, ବ୍ୟାଡ୍‌ମିଣ୍ଟନ, ଟେବୁଲ ଟେନିସ, କ୍ରିକେଟ, କବାଡ଼ି ଆଦି ଇଭେଣ୍ଟ ଅନୁଷ୍ଠିତ ହେବ। ଆୟୋଜକ କମିଟି ଅଧ୍ୟକ୍ଷ ଏମ୍‌.ଜେ. ବେଗ୍‌ ଅଂଶଗ୍ରହଣକାରୀ ଅନୁଷ୍ଠାନ ଏବଂ ଖେଳାଳିମାନଙ୍କୁ ସ୍ବାଗତ କରିଥିଲେ ଏବଂ ସମ୍ପାଦକ ପ୍ରତାପ ଭଟ୍ଟାଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଓଡ଼ିଶାର ଚିତ୍ତାକର୍ଷକ ଗୋଟିପୁଅ ନୃତ୍ୟ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri