Posted inଜାତୀୟ

ତ୍ୱଓ୍ବାଙ୍ଗ ସଂଘର୍ଷ ପରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ଇର୍ଷ୍ଟନ କମାଣ୍ଡରର ମୁଖ୍ୟ

କୋଲକାତା,୧୬।୧୨: ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଭାରତ-ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ପରେ ଇର୍ଷ୍ଟନ କମାଣ୍ଡରର ମୁଖ୍ୟ ଲ୍ୟୁଟନାଣ୍ଟ ଜେନେରାଲ ଆର.ପି କଲିତାଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଶୁକ୍ରବାର ବିଜୟ ଦିବସର ୫୧ତମ ବାର୍ଷିକୀ ଅବସରରେ କୋଲକାତାରେ ପୁଷ୍ପମାଲ୍ୟ ଅର୍ପଣ ସମାରୋହରେ ଆରପି କାଲିତା ଗଣମାଧ୍ୟମକୁ ସମ୍ବୋଧିତ କରି କହିଛନ୍ତି ଯେ, ପିଏଲ୍‌ଏ ଏଲ୍‌ଏସିରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିଲା। ଏହାକୁ ବିରୋଧ କରି ଉଭୟ ପକ୍ଷର ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଯେଉଁଥିରେ ଅନେକ ଯବାନ ଆହତ ହୋଇଥିଲେ। ଏହି ଘଟଣା ପରେ ସ୍ଥାନୀୟ ସ୍ତରରେ ଏହାକୁ ସମାଧାନ କରାଯାଇଥିଲା। ଏହାକୁ ନେଇ ବୁମ୍‌ଲାରେ ଏକ ଫ୍ଲାଗ୍‌ ମିଟିଂ ମଧ୍ୟ କରାଯାଇଥିଲା। ବର୍ତ୍ତମାନ ଏଲ୍‌ଏସିରେ ପରିସ୍ଥିତି ନିୟନ୍ତ୍ରଣ ରହିଛି ବୋଲି ଲ୍ୟୁଟନାଣ୍ଟ ଜେନେରାଲ ଆର.ପି କଲିତା କହିଛନ୍ତି। ତେବେ ଶାନ୍ତି ହେଉ କିମ୍ବା ସଂଘର୍ଷ ହେଉ ପ୍ରାଥମିକ କାର୍ଯ୍ୟ ହେଉଛି ବାହ୍ୟ କିମ୍ବା ଆଭ୍ୟନ୍ତରୀଣ ବିପଦ ବିରୋଧରେ ଦେଶର ଆଞ୍ଚଳିକ ଅଖଣ୍ଡତା ନିଶ୍ଚିତ କରିବା ବୋଲି ଇର୍ଷ୍ଟନ କମାଣ୍ଡରର ମୁଖ୍ୟ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Read more

ଭୁବନେଶ୍ବର, ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

କ୍ରସ୍‌ ଭୋଟିଂକୁ ମାନିନେଲେ ସୌଭିକ୍‌, କହିଲେ ବାପାଙ୍କୁ ବହିଷ୍କାର କରିଥିଲେ, ପ୍ରତିଶୋଧ ନେଲି

ଭୁବନେଶ୍ୱର,୧୬ା୩:  ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ହୋଇଥିବା ଜୋର୍‌ଦାର ଚର୍ଚ୍ଚା ହେଉଛି। ତେବେ ଏହି କ୍ରସ୍‌ ଭୋଟିଂକୁ ମାନି ନେଇଛନ୍ତି ବିଧାୟକ ସୌଭିକ ବିଶ୍ବାଳ। ବିଜୁ…

ଭାରତୀୟ ଜାହାଜକୁ ହର୍ମୁଜ ଷ୍ଟ୍ରେଟ ଦେଇ ଆସିବାକୁ କେମିତି ଅନୁମତି ଦେଲା ଇରାନ୍? ଜୟଶଙ୍କର କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୬।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବଂ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ଇରାନର କଠୋର ଆଭିମୁଖ୍ୟ ମଧ୍ୟରେ, ଏଲପିଜି ବୋଝେଇ ଦୁଇଟି ଭାରତୀୟ ଜାହାଜ ଗୁଜୁରାଟ ଉପକୂଳରୁ ଆସିବାକୁ ଯାଉଛି…

ଆଉ ଅଭାବ ହେବନି ଗ୍ୟାସ! ଗୋଟିଏ ଘଣ୍ଟା ମଧ୍ୟରେ ଏଲପିଜି ନେଇ ଭାରତରେ ପହଞ୍ଚିବ ‘ଶିବାଲିକ’, ଜାଣନ୍ତୁ ଶିବାଲିକ କ’ଣ….

ନୂଆଦିଲ୍ଲୀ,୧୬।୩: ଉପସାଗରୀୟ ଅଞ୍ଚଳରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯୋଗୁ ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ମାର୍ଗଗୁଡ଼ିକ ଚାପରେ ପଡ଼ିଛି। ହର୍ମୁଜ ପ୍ରଣାଳୀ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।  ରବିବାର କୂଅରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri