ଆର୍‌ଆର୍‌ର ସହଜ ବିଜୟ…

ମୁମ୍ବାଇ, ୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୫୨ତମ ମ୍ୟାଚ୍‌ରେ ଶନିବାର ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ପଞ୍ଜାବ କିଙ୍ଗସ(ପିବିକେଏସ୍‌) ବିପକ୍ଷରେ ସହଜ ବିଜୟ ହାସଲ କରିଛି। ୧୯୦ ରନ୍‌ର ପିଛା କରି ଆର୍‌ଆର୍‌ ୧୯.୪ ଓଭରରେ ୪ ଓ୍ବିକେଟ ହରାଇ ରନ୍‌ ୧୯୦ ସଂଗ୍ରହ କରିଛି।

ଆର୍‌ଆର୍‌ ପକ୍ଷରୁ ୟେଶାଭି ଜୟଶ୍ୱାଲ ୪୧ ବଲ୍‌ରେ ୬୮ ରନ୍‌ କରିଥିବାବେଳେ ଜୋସ୍‌ ବଟଲର ୧୬ ବଲ୍‌ରେ ୩୦ ରନ୍‌ କରିଥିଲେ। ସଞ୍ଜୁ ସାମସନ୍‌ ୧୨ ବଲ୍‌ରେ ୨୩ ରନ୍‌ କରିଥିଲେ। ସେହିପରି ଦେବଦତ୍ତ ପାଦିକଲ ୩୨ ବଲ୍‌ରେ ୩୧ ରନ୍‌ କରିଥିଲେ। ଶିମରୋନ ହେଟମେୟର ବଲ୍‌ରେ ରନ୍‌ କରି ଅପରାଜିତ ରହିଥିଲେ।

ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ପିବିକେଏସ୍‌ ଅଧିନାୟକ ମୟଙ୍କ ଅଗ୍ରଓ୍ବାଲଟସ ଜିଣିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆର୍‌ଆର୍‌ ଅଧିନାୟକ ସଞ୍ଜୁ ସାମସନ ନେତୃତ୍ୱରେ ଟିମ୍‌ ବୋଲିଂ ଆରମ୍ଭ କରିଥିଲା। ନିର୍ଦ୍ଧାରିତ ୨୦ ଓଭରରେ ପିବିକେଏସ୍‌ ୫ ଓ୍ବିକେଟ ହରାଇ ୧୮୯ ରନ୍‌ କରିଥିଲା। ଫଳରେ ଆର୍‌ଆର୍‌ ପାଇଁ ବିଜୟ ଲକ୍ଷ୍ୟ ୧୯୦ ରନ୍‌ ରହିଥିଲା।

ପିବିକେଏସ୍‌ ପକ୍ଷରୁ ଜନି ବୈରଷ୍ଟୋ ୪୦ ବଲ୍‌ରେ ୫୬ ରନ୍‌ କରଥିବାବେଳେ ଶିଖର ଧାଓ୍ବନ ୧୬ ବଲ୍‌ରେ ୧୨ ରନ୍‌, ଭାଙ୍କୁ ରାଜପାକ୍ଷେ ୧୮ ବଲ୍‌ରେ ୨୭ ରନ୍‌, ମୟଙ୍କ ଅଗ୍ରଓ୍ବାଲ ୧୩ ବଲ୍‌ରେ ୧୫ ରନ୍‌ କରିଥିଲେ। ସେହିପରି ଜିତେଶ ଶର୍ମା ୧୮ ବଲ୍‌ରେ ୩୮ ରନ୍‌ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri