ପିଏମ୍‌ କିଷାନ ଖାତାର ବାଲାନ୍ସ ଜାଣିବାର ସହଜ ଉପାୟ

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଦ୍ୱାରା କୃଷକମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି। ୨୦୧୯ରୁ ଆରମ୍ଭ ହୋଇଥିବା ଏହି ଯୋଜନାରେ କୃଷକମାନଙ୍କ ଖାତାକୁ ବର୍ଷକୁ ୬ହଜାର ଟଙ୍କା ପଠାଯାଉଛି। ଏହା ୨ହଜାର ଲେଖାଏ ତିନୋଟି କିସ୍ତିରେ ମିଳୁଛି। ଏବେ ସୁଦ୍ଧା ଏହି ଯୋଜନାରେ ୫ଟି କିସ୍ତି ଦିଆଯାଇସାରିଛି।

ଏହି ଯୋଜନା ନେଇ ଲୋକଙ୍କ ମନରେ ଅନେକ ପ୍ରଶ୍ନ ରହିଥାଏ। ଯେପରିକି ପିଏମ୍‌ କିଷାନ୍‌ ଖାତାର ବାଲାନ୍ସ କିପରି ଜାଣିବେ। ଏଥିପାଇଁ କି କି ସୁବିଧା ରହିଛି ଆଦି। ତେବେ ଯଦି ଆପଣଙ୍କ ମନରେ ଏଭଳି ପ୍ରଶ୍ନ ଥାଏ, ତେବେ ସେ ବିଷୟରେ ଜାଣିରଖନ୍ତୁ ।
ଏହା ଜାଣିବା ପାଇଁ ସବୁଠାରୁ ସହଜ ଉପାୟ ହେଲା ଏସ୍‌ଏମ୍‌ଏସ୍‌। କହିବାର ଅର୍ଥ ପଇସା ଆସିଛି ଅଥବା ନାହିଁ ତାହା ଆପଣ ମେସେଜ୍‌ ପଠାଇ ଜାଣିପାରିବେ। କାରଣ ଯଦି ଆପଣ ନିଜ ଖାତା ସହ ମୋବାଇଲ ନଂ ରେଜିଷ୍ଟର କରିଥାନ୍ତି, ତେବେ ଆପଣଙ୍କୁ ଏହି ସୂଚନା ମିଳିଯିବ। ଏଣୁ ଏହି ସୁବିଧାର ଲାଭ ଉଠାଇବା ଲାଗି ଆପଣଙ୍କୁ ନିଜ ବ୍ୟାଙ୍କ ଖାତା ସହ ମୋବାଇଲ ନଂ ରେଜିଷ୍ଟର କରିବାକୁ ପଡ଼ିବ।

ଯଦି ଆପଣ ଏଭଳି କରିନାହାନ୍ତି ତେବେ ଆପଣ ନିଜ ପାସ୍‌ବୁକ୍‌ ଅପ୍‌ଡେଟ୍‌ କରି ନଚେତ ଏଟିଏମ୍‌ରୁ ମିନି ଷ୍ଟେଟ୍‌ମେଣ୍ଟ ବାହାର କରି ଖାତାର ସବିଶେଷ ସୂଚନା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri