Posted inଖେଳ

୬ ଓ୍ବିକେଟରେ ସିଏସକେର ସହଜ ବିଜୟ…

ଚେନ୍ନାଇ,୬।୫ : ଆଇପିଏଲ ୨୦୨୩ ର ୪୯ ତମ ମ୍ୟାଚରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)କୁ ଚେନ୍ନାଇର ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ୬ ଓ୍ବିକେଟରେ ପରାଜିତ କରିଛି।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ସିଏସକେ ୧୭.୪ ଓଭରରେ ୪ ଓ୍ବିକେଟ ହରାଇ ୧୪୦ ରନ କରିଥିଲା।
ସିଏସକେ ପକ୍ଷରୁ ଋତୁରାଜ ଗାଏକ୍ୱାଡ ୩୦ ରନ କରିଥିବାବେଳେ ଡୋମୋନ କନଓ୍ବେ ୪୪ ରନ, ଅଜିଙ୍କ୍ୟ ରାହାଣେ ୨୧, ଅମ୍ବାତି ରାୟଡୁ ୧୨, ଶିବମ ଦୁବେ ୨୬ , ଧୋନି ୨ ରନ କରିଥିଲେ।

ଏହି ମ୍ୟାଚରେ ଟସ ଜିତି ସିଏସେକେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳ ବୋଲିଂ କରିବାକୁ ଅଧିନାୟକ ଏମଏସ ଧୋନିଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇଥିଲା। ଏମଆଇ ଦଳ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଥିଲା।

ଧାର୍ଯ୍ୟ ୨୦ ଓଭରରେ ୮ ଓ୍ବିକେଟ ହରାଇ ଏମଆଇ ୧୩୯ ରନ କରିଛି। ଫଳରେ ସିଏସକେ ପାଇଁ ବିଜୟ ଲକ୍ଷ୍ୟ ୧୪୦ ରନ ରହିଥିଲା।

ଏମଆଇ ପକ୍ଷରୁ ନେହାଲ ଓ୍ବାଧେରା ୬୪ ରନ କରିଥିବାବେଳେ ସୂର୍ଯ୍ୟକୂମାର ଯାଦବ ୨୬ ରନ, ତ୍ରିସ୍ତାନ ଷ୍ଟୂବୋଟ ୨୦ ରନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri