Posted inଖେଳ

ମୁମ୍ବାଇର ସହଜ ବିଜୟ

ନୂଆଦିଲ୍ଲୀ,୭ା୩: ଓମେନ୍ସ ପ୍ରିମିୟର ଲିଗ୍‌ରେ ଗୁରୁବାର ୟୁପି ଓ୍ବାରିଅର୍ଜ ବିପକ୍ଷ ମ୍ୟାଚକୁ ୪୨ ରନ୍‌ରେ ଜିତି ନେଇଛି ମୁମ୍ବାଇ ଇଣ୍ଡିଆନ୍ସ। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୬ ଉଇକେଟ ହରାଇ ୧୬୦ ରନ୍‌ ସ୍କୋର କରିଥିଲା। ଜବାବରେ ୟୁପି ୨୦ ଓଭରରେ ୯ ଉଇକେଟ ହରାଇ ୧୧୮ ରନ୍‌ କରିଥିଲା।

ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୧୭ ରନ୍‌ରେ ଦୁଇ ଓପନରଙ୍କ ଉଇକେଟ ହରାଇଥିଲା। ତେବେ ଅଧିନାୟିକା ହରମନ୍‌ପ୍ରୀତ୍‌ କୌର(୩୩) ଓ ନାଟାଲି ସ୍କିଭର ବ୍ରଣ୍ଟ(୪୫) ତୃତୀୟ ଉଇକେଟରେ ୫୯ ରନ୍‌ ଯୋଡିଥିଲେ। ବ୍ରଣ୍ଟ ୩୧ ବଲ୍‌ ଖେଳି ୮ ଚୌକା ମାରିଥିଲେ। ଅଧିନାୟିକା ହରମନ୍‌ପ୍ରୀତ ୩୦ ବଲ୍‌ ଖେଳି ୩ ଚୌକା ଓ ୧ ଛକା ମାରିଥିଲେ। ଶେଷ ଭାଗରେ ଆମେଲିଆ କେର୍‌ (୩୯) ଓ ଏସ୍‌. ସାଜନା (୨୨) ଦ୍ରୁତ ରନ୍‌ ସଂଗ୍ରହ କରିବାରୁ ମୁମ୍ବାଇ ୧୬୦ ରନ୍‌ରେ ପହଞ୍ଚିଥିଲା। ୟୁପି ପକ୍ଷରୁ ଚାମାରି ଅଟ୍ଟାପାଟ୍ଟୁ ୨, ରାଜେଶ୍ୱରୀ ଗାଏକ୍ୱାଡ, ଦୀପ୍ତି ଶର୍ମା ଓ ସାଇମା ଠାକୁର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ଦୀପ୍ତି ଶର୍ମାଙ୍କ ଅପରାଜିତ ୫୩ ରନ୍‌ ସତ୍ତ୍ୱେ ୟୁପି ପରାଜିତ ହୋଇଥିଲା। ମୁମ୍ବାଇ ପକ୍ଷରୁ ଶାଇକା ଇଶାକ୍‌ ୩, ବ୍ରଣ୍ଟ ୨, ଶବନିମ ଇସ୍‌ମାଇଲ, ପୂଜା ବସ୍ତ୍ରକାର ଓ ହିଲି ମାଥ୍ୟୁସ୍‌ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ନାଟାଲି ସ୍କିଭର ବ୍ରଣ୍ଟଙ୍କୁ ପ୍ଲେୟର ଅଫ୍‌ ଦ ମ୍ୟାଚ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri