ନିୟମିତ ଖାଆନ୍ତୁ ପିଜୁଳି

ପିଜୁଳିରେ ପ୍ରଚୁର ପରିମାଣରେ ଭିଟାମିନ୍ସ ଓ ମିନେରାଲ୍ସ ଭରି ରହିଥାଏ। ଏହାକୁ ନିୟମିତ ବ୍ୟବଧାନରେ ସେବନ କରିବା ଦ୍ୱାରା ଆମ ଶରୀରକୁ ଅନେକ ଉପକାର ମିଳିଥାଏ। ଯେମିତି କି: ଏଥିରେ ଥିବା ପୋଟାସିୟମ୍‌ ଓ ମ୍ୟାଗ୍‌ନେସିୟମ୍‌ ଆମର ହୃତ୍‌ପିଣ୍ଡ ଏବଂ ମାଂସପେଶୀକୁ ମଜଭୁତ ରଖିବା ସହ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ସେହିପରି କୁହାଯାଏ, ଏହାକୁ ନିୟମିତ ସେବନ କରିବା ଦ୍ୱାରା ଥଣ୍ଡା, କାଶଜନିତ ସମସ୍ୟା ଖୁବ୍‌ କମ୍‌ ଦେଖାଯାଇଥାଏ। ଅନ୍ୟପକ୍ଷେ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ୍‌ ଏ ଏବଂ ଭିଟାମିନ୍‌ କେ ଥିବାରୁ, ଏହାକୁ ଖାଇଲେ ଚୁଟି ମଜଭୁତ ହେବା ସହ ଆଖି ମଧ୍ୟ ସୁସ୍ଥ ରହିଥାଏ। ତା’ଛଡ଼ା ପିଜୁଳିରେ ବିଟାକାରୋଟିନ୍‌ ଥିବାରୁ ଏହା ଆମକୁ ଚର୍ମ ରୋଗରୁ ବି ମୁକ୍ତି ଦେଇଥାଏ। କୋଷ୍ଠ କାଠିନ୍ୟ ସମସ୍ୟା ପାଇଁ ବି ପିଜୁଳି ଖୁବ୍‌ ଉପକାରୀ। ନିୟମିତ ପିଜୁଳି ଖାଇବା ଦ୍ୱାରା କୋଷ୍ଠ କାଠିନ୍ୟ ସମସ୍ୟା ବି ଧୀରେ ଧୀରେ ଭଲ ହୋଇଯାଇଥାଏ। ସେହିପରି କୁହାଯାଏ ନିୟମିତ ପିଜୁଳି ଖାଇଲେ ପାଟି ଘା’ ହେବାର ଆଶଙ୍କା ଖୁବ୍‌ କମ୍‌ ରହିଥାଏ। ଏପରି କି ଏହା ଶରୀରରେ ଥିବା କୋଲେଷ୍ଟ୍ରୋଲ୍‌ ପରିମାଣକୁ ମଧ୍ୟ ନିୟନ୍ତ୍ରଣରେ ରଖିଥାଏ।


Enter your email to get our daily news in your inbox.

All Right Reserved By Dharitri.Com
ଏମଏସ ଧୋନିଙ୍କ ମେରିଲର ଭାପି କ୍ୟାମ୍ପସକୁ ପ୍ରଥମ ଗସ୍ତ, ଏକ ଉତ୍ସର୍ଗୀକୃତ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ପଦକ୍ଷେପ ସହିତ 'ଟ୍ରିଟମେଣ୍ଟ ଜରୁରୀ ହୈ' ଆନ୍ଦୋଳନକୁ ସୁଦୃଢ଼ କରେ।

“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ

ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ବିଶ୍ୱର ସବଠୁ ଖୁସି ଦେଶ କିଏ ଜାଣନ୍ତି: ଏହି ସ୍ଥାନରେ ଅଛି ଭାରତ

ଲଣ୍ଡନ,୨୦ା୩:ଫିନ୍‌ଲାଣ୍ଡ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ଭାବେ ନିଜର ମାନ୍ୟତା ବଜାୟ ରଖିଛି। କ୍ରମାଗତ ଭାବେ ୯ମ ଥର ପାଇଁ ବିଶ୍ୱର ସବୁଠୁ ସୁଖୀ ରାଷ୍ଟ୍ର ସୂଚୀ…

ଶରୀର ପାଇଁ ଉପକାରୀ ପଖାଳ: ମିଳିବ ଏସବୁ ଫାଇଦା

‘ପଖାଳ’ କେବଳ ଏକ ଖାଦ୍ୟ ନୁହେଁ, ବରଂ ଓଡ଼ିଆଙ୍କ ସହ ଜଡ଼ିତ ଏକ ଭାବପ୍ରବଣତା। ସାରା ବିଶ୍ୱରେ ଓଡ଼ିଆମାନେ ଯେଉଁଠି ଥାଆନ୍ତୁ ନା କାହିଁକି ପଖାଳ ପ୍ରତି…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

କୁମ୍ଭ ରାଶିରେ ସୃଷ୍ଟି ହେବ ଚତୁର୍ଗ୍ରହୀ ଯୋଗ, ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରଚୁର ଟଙ୍କା!

୧୬ ମାର୍ଚ୍ଚ ସନ୍ଧ୍ୟାରେ କୁମ୍ଭ ରାଶିରେ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେବ । ରାହୁ, ମଙ୍ଗଳ ଏବଂ ବୁଧ ଗ୍ରହ କୁମ୍ଭ ରାଶିରେ ପୂର୍ବରୁ ଅବସ୍ଥିତ ରହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri