ଫ୍ୟାଟ୍‌ ଜାତୀୟ ଖାଦ୍ୟ ଅଧିକ ଖାଉଥିଲେ…

ଅସନ୍ତୁଳିତ ଖାଦ୍ୟପେୟ ପାଇଁ ଅନେକେ ବିଭିନ୍ନ ପ୍ରକାର ରୋଗ ଦ୍ୱାରା ଆକ୍ରାନ୍ତ ହେଉଛନ୍ତି। ଆଜିକାଲି ଆମେ ଯଦି ନିଜର ଖାଦ୍ୟ ପ୍ରତି ସତର୍କ ରହିବା ତେବେ କେତେକ ରୋଗଠାରୁ ନିଜକୁ ଦୂରେଇ ରଖିପାରିବା। ବିଶେଷଭାବରେ ଅଧିକ ଫ୍ୟାଟ୍‌ ଜାତୀୟ ଖାଦ୍ୟ ପରବର୍ତ୍ତୀ ସମୟରେ କିଛି ରୋଗକୁ ପରୋକ୍ଷରେ ଆମନ୍ତ୍ରଣ କରିଥାଏ। ଅନ୍ୟପକ୍ଷରେ ଅଧିକ ତେଲ ମସଲାଯୁକ୍ତ ଖାଦ୍ୟ ହେଉ ଅବା ଫ୍ୟାଟ୍‌ ଜାତୀୟ ଖାଦ୍ୟ ଖାଇବା ଯୋଗୁ ବ୍ରେନ୍‌ ଷ୍ଟ୍ରୋକ୍‌ ପରି ଗୁରୁତର ସମସ୍ୟାର ସମ୍ମୁଖୀନ ହେବାର ଯଥେଷ୍ଟ ଆଶଙ୍କା ରହିଛି। ଏଭଳି ସତର୍କ ସୂଚନା ଦେଇଛନ୍ତି ୟୁନିଭର୍ସିଟି ଅଫ୍‌ ସିଓଲର ବିଶେଷଜ୍ଞମାନେ। ଏଭଳି ଖାଦ୍ୟ ନିୟମିତ ଏବଂ ଆବଶ୍ୟକତାଠାରୁ ଅଧିକ ଖାଇଲେ ତାହା ଶରୀରରେ ଚର୍ବି ପରିମାଣ ବଢ଼ାଇବାରେ ସାହାଯ୍ୟ କରିଥାଏ। ଏଥିଯୋଗୁ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହୁଏ ଏବଂ ପରବର୍ତ୍ତୀ ସମୟରେ ଷ୍ଟ୍ରୋକ୍‌ ପରି ସମସ୍ୟାର ସାମ୍‌ନା କରିବାକୁ ପଡ଼ିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଯୋଗୁ ହୃଦ୍‌ଜନିତ ସମସ୍ୟାକୁ ଏଡ଼ାଇ ଦିଆଯାଇ ନ ପାରେ। ତେଣୁ ସବୁବେଳେ ନିଜର ଖାଦ୍ୟପେୟ ପ୍ରତି ସତର୍କତା ଅବଲମ୍ବନ କରିବା ନିହାତି ଦରକାର ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri