ଖରାଦିନେ ଖାଆନ୍ତୁ ଦହି; ବଢ଼ିବ ରୋଗପ୍ରତିରୋଧକ ଶକ୍ତି, ନିୟନ୍ତ୍ରଣରେ ରହିବ Cholesterol

ଖରାଦିନ ଆସିଲେ ଆମେ ସମସ୍ତେ ଥଣ୍ଡା ଜାତୀୟ ଖାଦ୍ୟ ଓ ପାନୀୟ ସେବନ କରିବା ଆରମ୍ଭ କରିଦେଉ; ଯଦ୍ଦ୍ବାରା ଆମ ଶରୀରକୁ ଶୀତଳତା ମିଳିଥାଏ। ଯେମିତିକି ତରଭୁଜ, ଖରଭୁଜ, ଲେମ୍ବୁପାଣି, ଲସି, ଆମ୍ବ ପଣା, ଦହି ସରବତ୍‌ ଇତ୍ୟାଦି। ତେବେ ଏକ ସର୍ବେକ୍ଷଣ ଅନୁଯାୟୀ, ଖରାଦିନେ ଯଦି ପ୍ରତ୍ୟେହ କିଛିକିଛି ଦହି ଖିଆଯାଏ, ତା’ହେଲେ ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। କାରଣ ଏଥିରେ ରହିଛି ଏମିତି କିଛି ଗୁଣକାରୀ ତତ୍ତ୍ୱ; ଯାହା ଆମର ରୋଗ ପ୍ରତିରୋଧକ ଶକ୍ତିକୁ ମଜଭୂତ୍‌ କରିବା ସଙ୍ଗେସଙ୍ଗେ ଆମ ସ୍ବାସ୍ଥ୍ୟକୁ ମଧ୍ୟ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ। ଦାନ୍ତ ଓ ହାଡ଼ ପାଇଁ ବି ଦହି ଖାଇବା ଉତ୍ତମ।

ଶରୀରରେ କୋଲେଷ୍ଟ୍ରୋଲ୍‌ର ମାତ୍ରାକୁ ନିୟନ୍ତ୍ରଣରେ ରଖିବାରେ ବି ଦହି ସାହାଯ୍ୟ କରେ। ତେଣୁ ଯେଉଁମାନେ ଓଜନ କମାଇବା ପାଇଁ ଚାହୁଁଥାନ୍ତି, ତାଙ୍କ ପାଇଁ ଦହିର ସେବନ ଭଲ ପରିଣାମ ଦେଇଥାଏ। ଏଥିସହିତ ଖରାଦିନେ ଦହି ଖାଇବା ଦ୍ୱାରା ପେଟ ଥଣ୍ଡା ରହିବା ସହ ହଜମ ଶକ୍ତି ବୃଦ୍ଧି ପାଇଥାଏ। ଖରାଦିନେ ପ୍ରଚୁର ଗରମ ଯୋଗୁ ଶରୀରରୁ ଜଳୀୟ ଅଂଶ କମିଯାଇ ଆମକୁ ଥକ୍କା ଲାଗିଥାଏ। ଏ କ୍ଷେତ୍ରରେ ଯଦି ପ୍ରତିଦିନ ଦହି ସରବତ୍‌ କିମ୍ବା ଦହି ପଖାଳ ଖିଆଯାଏ, ତା’ହେଲେ ଶରୀରରେ ଜଳୀୟ ଅଂଶ ନିୟନ୍ତ୍ରଣରେ ରହିବା ସହ ଆମକୁ ତାଜା ଅନୁଭବ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ କେମିତି ଅସ୍ତ୍ରବିରତି ବୃଦ୍ଧି କରିବାକୁ ବାଧ୍ୟ କରିଥିଲେ ଶେହବାଜ-ମୁନିର, ମନା କରିବା ସତ୍ତ୍ୱେ କିପରି ବଦଳିଲା ମନୋଭାବ, ଜାଣନ୍ତୁ…

ଓ୍ବାଶିଂଟନ୍‌, ୨୨।୪: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଅବଧି ଶେଷ ହେବା ପୂର୍ବରୁ ବୃଦ୍ଧି କରିଛନ୍ତି। ସେ ବୁଧବାର ସକାଳେ ଘୋଷଣା…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

୨୫ ଯାଏ କଳବଳ କରିବ ତାତି

ଭୁବନେଶ୍ୱର,୨୨।୪ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ଲହରୀ ଜାରି ରହିଛି। ସକାଳ ୯ଟା ବେଳକୁ ଖରା ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ତେବେ ଆସନ୍ତା ୪ଦିନ ଅର୍ଥାତ୍‌ ୨୫…

୮୫% ଇଥାନଲ ମିଶା ଇନ୍ଧନରେ ଚାଲିବ କାର୍‌

ନୂଆଦିଲ୍ଲୀ,୨୨ା୪: ଅଶୋଧିତ ତୈଳ ଆମଦାନୀ ହ୍ରାସ କରିବା ସହ ପ୍ରଦୂଷଣ କମାଇବା ପାଇଁ ଗତ ଏପ୍ରିଲ ୧ରୁ ଭାରତରେ ଇ୨୦ ପେଟ୍ରୋଲ (୨୦ ପ୍ରତିଶତ ଇଥାନଲ ଓ…

ସବୁଠୁ ଉତ୍ତପ୍ତ ୨୦ ସହର ମଧ୍ୟରୁ ୧୯ ଭାରତରେ

ନୂଆଦିଲ୍ଲୀ,୨୨ା୪: ଭାରତ ଏବେ ବିଶ୍ୱ ଉତ୍ତାପ ବୃଦ୍ଧିର କେନ୍ଦ୍ରସ୍ଥଳ ପାଲଟିଛି। ବିଶ୍ୱର ୨୦ଟି ସବୁଠୁ ଉତ୍ତପ୍ତ ସହର ମଧ୍ୟରୁ ୧୯ଟି ଭାରତରେ ରହିଥିବା ଏକ୍ୟୁଆଇ ପକ୍ଷରୁ ଜାରି…

୨୩% ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୨୨ା୪: ଆଗାମୀ ୨୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପଶ୍ଚିମବଙ୍ଗ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଥିବା ପ୍ରାର୍ଥୀଙ୍କ ମଧ୍ୟରୁ ୨୩ ପ୍ରତିଶତଙ୍କ…

ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ…

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri