ରୋଗ ଭଲ ପାଇଁ ଖାଉଛନ୍ତି ବାଲି

ଗୋପାଳପୁର,୬ା୬(ଡି.ଏନ.ଏ.): ଔଷଧ ଖାଇଲେ ରୋଗ ଭଲ ହୁଏ। କିନ୍ତୁ ଜଣେ ବ୍ୟକ୍ତି ତାଙ୍କ ଗୋଡ଼ହାତ ବିନ୍ଧାରୁ ଉପଶମ ପାଇବା ପାଇଁ ବାଲି ଖାଉଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କୀର୍ତ୍ତିପୁର ଗ୍ରାମରେ। ବାଲି ଖାଇଲେ ବି ତାଙ୍କର ହଜମ ହୋଇ ଯାଉଥିବା ଜଣାପଡ଼ିଛି।
ରାଜ୍ୟର କୌନୁଜ ଅଞ୍ଚଳର ମୂଳ ବାସିନ୍ଦା ହୀରାଲାଲ ବାଲିନା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କିର୍ତ୍ତିପୁର ଗ୍ରାମରେ ରୁହନ୍ତି। ସେ ବର୍ଷକୁ ୫ ମାସ କିର୍ତ୍ତିପୁର ଅଞ୍ଚଳରେ ରହି ଏକ ଅତର ଭାଟିରେ ଶ୍ରମିକ ଭାବେ କାମ କରନ୍ତି। ପ୍ରାୟ ୧୦ ବର୍ଷ ହେଲା ହୀରାଲାଲ୍‌ ଗଞ୍ଜାମ ଜିଲାକୁ ଆସୁଛନ୍ତି। ତାଙ୍କ କହିବା ଅନୁସାରେ ପିଲାବେଳେ ଥରେ ନଦୀକୁ ଗାଧୋଇ ଯାଇଥିବା ବେଳେ ଜଣେ ବୃଦ୍ଧଙ୍କୁ ଦେଖି ସ୍ବାସ୍ଥ୍ୟ ସମସ୍ୟା ଜଣାଇଥିଲେ।
ଅଧିକାଂଶ ସମୟ ଗୋଡ଼, ହାତ ବିନ୍ଧୁଛି, ଖାଦ୍ୟ ଠିକ୍‌ ଭାବେ ହଜମ ହୋଇପାରୁନାହିଁ ବୋଲି ହୀରାଲାଲ୍‌ କହିଥିଲେ। ପରେ ବୃଦ୍ଧ ଜଣକ ନଦୀବାଲି ଖାଇ ଗାଧୋଇଲେ ରୋଗ ଭଲ ହୋଇଯିବ ବୋଲି ତାଙ୍କୁ କହିଥିଲେ। ସେବେଠାରୁ ପ୍ରାୟ ୩୦ ବର୍ଷ ହେଲା ହୀରାଲାଲ ପ୍ରତ୍ୟେକ ଦିନ ସକାଳ ଓ ସନ୍ଧ୍ୟାରେ ବାଲି ଖାଉଛନ୍ତି ଏବଂ ତାହା ହଜମ ମଧ୍ୟ ହୋଇଯାଉଛି। ବିବାହ ପରେ ସ୍ତ୍ରୀଙ୍କୁ ମଧ୍ୟ ବାଲି ଖୁଆଉଥିଲେ ବୋଲି ସେ କହିଛନ୍ତି। ଇତିମଧ୍ୟରେ ସେ ତାଙ୍କ ସ୍ତ୍ରୀ ଓ ପିଲାଙ୍କୁ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri