Posted inଜାତୀୟ

ଇବୋଲା ଭୟ: ଭାରତ-ଆଫ୍ରିକା ଫୋରମ ସମ୍ମିଳନୀ ସ୍ଥଗିତ

ନୂଆଦିଲ୍ଲୀ, ୨୨ା୫ (ପି.ଟି.):ଆଫ୍ରିକୀୟ ଦେଶଗୁଡ଼ିକରେ କାୟା ମେଲାଇଥିବା ମାରାତ୍ମକ ‘ଇବୋଲା’ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ଏବଂ ଆଫ୍ରିକୀୟ ୟୁନିୟନ (ଏୟୁ) ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚଳିତ ମେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀରେ ହେବାକୁ ଥିବା ଚତୁର୍ଥ ‘ଭାରତ-ଆଫ୍ରିକା ଫୋରମ ସମ୍ମିଳନୀ’ (ଆଇଏଏଫ୍‌ଏସ୍‌) କୁ ସ୍ଥଗିତ ରଖାଯାଇଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଇଏ) ଗୁରୁବାର ଏହି ମେଗା ଇଭେଣ୍ଟ ସ୍ଥଗିତ ହେବା ନେଇ ସୂଚନା ଦେଇଛି। ଆଫ୍ରିକୀୟ ଦେଶଗୁଡ଼ିକ ସହ ଆଲୋଚନା ପରେ ସମ୍ମିଳନୀର ନୂଆ ତାରିଖ ଧାର୍ଯ୍ୟ କରାଯିବ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଆଫ୍ରିକାରେ ଇବୋଲାରେ ଏପର୍ଯ୍ୟନ୍ତ ୧୩୬ରୁ ଅଧିକ ଲୋକ ପ୍ରାଣ ହରାଇସାରିଲେଣି।
ଏହି ସମ୍ମିଳନୀ ମାଧ୍ୟମରେ ଆଫ୍ରିକା ମହାଦେଶ ସହ ନିଜର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଭାରତ ଏକ ମହତ୍ତ୍ୱାକାଂକ୍ଷୀ ରୋଡ୍‌ମ୍ୟାପ ପ୍ରସ୍ତୁତ କରିଥିଲା। ଆଫ୍ରିକାର ଅନେକ ଶୀର୍ଷ ନେତା ଏହି ସମ୍ମିଳନୀରେ ଯୋଗଦେବା ପାଇଁ ସମ୍ମତି ଜଣାଇଥିଲେ। ଏହାପୂର୍ବରୁ ୨୦୧୫ ଅକ୍ଟୋବରରେ ନୂଆଦିଲ୍ଲୀରେ ଶେଷ ଥର ପାଇଁ ଏହି ସମ୍ମିଳନୀ ଆୟୋଜିତ ହୋଇଥିଲା। ୨୦୧୮ରୁ ଭାରତ ଆଫ୍ରିକାରେ ନିଜର କୂଟନୈତିକ ଉପସ୍ଥିତି ବୃଦ୍ଧି କରି ସେଠାରେ ୧୭ଟି ନୂଆ ମିଶନ ଖୋଲିଛି, ଯଦ୍ଦ୍ବାରା ଏବେ ମିଶନ ସଂଖ୍ୟା ୪୬ରେ ପହଞ୍ଚିଛି। ଏଭଳି ସ୍ଥିତିରେ ସମ୍ମିଳନୀ ସ୍ଥଗିତ ହେବା ଦ୍ୱାରା ଦ୍ୱିପାକ୍ଷିକ ଆଲୋଚନା କିଛି ସମୟ ପାଇଁ ବିଳମ୍ବିତ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଅକ୍ଟୋବର ୯ରେ ନକ୍ଷତ୍ର ବଦଳାଇବେ ଶନିଦେବ: ଚମକିବ ଏହି ୫ ରାଶିର ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କୁ ନ୍ୟାୟ ଓ କର୍ମର କାରକ ଗ୍ରହ ଭାବେ ମାନ୍ୟତା ଦିଆଯାଇଛି। କୁହାଯାଏ, ଶନିଦେବ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରନ୍ତି।…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?