ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର ଆଜରବୈଜାନ ସୀମାନ୍ତ ପାର୍ବତ୍ୟାଞ୍ଚଳରେ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେଥିରେ ଥିବା ଇରାନ ବହିର୍ବ୍ୟାପାର ମନ୍ତ୍ରୀ ହୋସେନ୍‌ ଅମିରାବଦେଲ୍ଲିଆନ, ପୂର୍ବ ଆଜରବୈଜାନ ପ୍ରଦେଶର ରାଜ୍ୟପାଳ, ଅନ୍ୟ ଅଫିସର ଓ ଅଙ୍ଗରକ୍ଷୀଙ୍କର ମଧ୍ୟ ମୃତ୍ୟୁ ଘଟିଛି। ହେଲିକପ୍ଟରଟି ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ରଇସିଙ୍କ ପରଲୋକରେ ବିଭିନ୍ନ ଦେଶର ନେତା ଶୋକବ୍ୟକ୍ତ କରିଛନ୍ତି। ଦିବଂଗତ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ମଙ୍ଗଳବାର ଗୋଟିଏ ଦିନ ଶୋକଦିବସ ପାଳନ ପାଇଁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ମଙ୍ଗଳବାର ବିଭିନ୍ନ ସରକାରୀ ଅଟ୍ଟାଳିକାରେ ଲାଗିଥିବା ଜାତୀୟ ପତାକା ଅର୍ଦ୍ଧନମିତ ରହିଛି ଏବଂ କୌଣସି ସରକାରୀ ମନୋରଞ୍ଜନ କାର୍ଯ୍ୟକ୍ରମ ହେବ ନାହିଁ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଘନ କୁହୁଡ଼ି ଓ ପ୍ରତିକୂଳ ପାଗ ଯୋଗୁ ରାଷ୍ଟ୍ରପତି ରଇସିଙ୍କ ହେଲିକପ୍ଟର ଦୁଘଟଣାଗ୍ରସ୍ତ ହେଲା ବୋଲି କୁହାଯାଉଥିବାବେଳେ ସରକାରୀ ଭାବେ ଦୁର୍ଘଟଣାର କାରଣ ସ୍ପଷ୍ଟ କରାଯାଇ ନାହିଁ। ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧକୁ ନେଇ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଥିଲାବେଳେ ଗତ ମାସରେ ଇସ୍ରାଏଲ୍‌ ଉପରେ ଇରାନ ଡ୍ରୋନ୍‌ ଓ ମିଶାଇଲ ଆକ୍ରମଣ କରିଥିଲା। ଇରାନରେ ଅଣୁଅସ୍ତ୍ର ନିର୍ମାଣ ପାଇଁ ଉପଯୁକ୍ତ ୟୁରାନିୟମ ଥିବାରୁ ଏହାକୁ ନେଇ ପାଶ୍ଚାତ୍ୟ ରାଷ୍ଟ୍ର ସହ ତେହରାନ୍‌ର ଉତ୍ତେଜନା ବଢ଼ିଥିଲା। ଏଥିସହିତ ୟୁକ୍ରେନ୍‌ ବିରୋଧୀ ଯୁଦ୍ଧରେ ତେହରାନ ରୁଷିଆକୁ ବୋମାବାହୀ ଡ୍ରୋନ୍‌ ଓ ସଶସ୍ତ୍ର ଯବାନ ଯୋଗାଇଥିବାରୁ ଏହା ମଧ୍ୟ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକୁ କ୍ଷୁବ୍ଧ କରିଥିଲା। ରାଷ୍ଟ୍ରପତିଙ୍କ ହେଲିକପ୍ଟର ଦୁର୍ଘଟଣା ପଛରେ ଇସ୍ରାଏଲର ସମ୍ପୃକ୍ତି ଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିବାବେଳେ ଜେରୁଜେଲମ୍‌ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri