Posted inଜାତୀୟ

ଇସିଙ୍କ କାର୍ଯ୍ୟାନୁଷ୍ଠାନ ବେଆଇନ: ଟିଏମ୍‌ସି

କୋଲକାତା, ୧୫।୪: ନିର୍ବାଚନ କମିଶନ (ଇସି) ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ଏବଂ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିରୋଧରେ ଏହାର କାର୍ଯ୍ୟାନୁଷ୍ଠାନ ବେଆଇନ ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ବୁଧବାର ଟିଏମ୍‌ସି ନିର୍ବାଚନ କମିଶନଙ୍କୁ ପତ୍ର ଲେଖି ଏହା ଜଣାଇଛି। ଟିଏମ୍‌ସି ଏବଂ ଭାଜପାର ଅଭିଯୋଗ ଉପରେ ନିର୍ବାଚନ ଆୟୋଗ ପାତରଅନ୍ତର ନୀତି ଅବଲମ୍ବନ କରୁଥିବା ଦୁଇ ପୃଷ୍ଠାର ପତ୍ରରେ ମମତା ବାନାର୍ଜୀଙ୍କ ଦଳ ଅଭିଯୋଗ କରିଛି। ସମ୍ବିଧାନ ଅନୁଯାୟୀ ନିର୍ବାଚନ କମିଶନ ଏକ ସ୍ବାଧୀନ ତଥା ନିରପେକ୍ଷ ଅନୁଷ୍ଠାନ। ତେବେ ପଶ୍ଚିମବଙ୍ଗରେ ଏହାର କାର୍ଯ୍ୟ କରିବାର ଢଙ୍ଗ ନିନ୍ଦନୀୟ ବୋଲି ଟିଏମ୍‌ସି କହିଛି। ଚଳିତ ନିର୍ବାଚନରେ ଏହା ପକ୍ଷପାତ ମନୋବୃତ୍ତି ପୋଷଣ କରିବା ସହ ଭାଜପା ସପକ୍ଷରେ ନିଷ୍ପତ୍ତି ନେଉଛି। ଇସିଙ୍କ ଏଭଳି ବେଆଇନ କାର୍ଯ୍ୟର ଉପଯୁକ୍ତ ଜବାବ ପଶ୍ଚିମବଙ୍ଗର ଜନସାଧାରଣ ଦେବେ ବୋଲି ପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୨ ଘଣ୍ଟା ସମୟ ଦେଲେ ସରପଞ୍ଚ ଚାମେଲୀ ଓଝା , କାର୍ଯ୍ୟାନୁଷ୍ଠାନ ନ ହେଲେ ଆପଣାଇବେ ଏହି ପନ୍ଥା…

କେନ୍ଦ୍ରାପଡ଼ା,୨୫ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ସରପଞ୍ଚ ଚାମେଲୀ ଓଝା   ଜଜାଙ୍ଗସ୍ଥିତ ଏସ୍‌ପି ଅଫିସ ସମ୍ମୁଖରେ ନ୍ୟାୟ ଦାବି କରି ବୁଧବାର ଧାରଣାରେ ବସିଥିଲେ।…

ଡେନ୍‌ମାର୍କରେ ମିଳିଲା ‘ଭାଇକିଂ’ ଯୁଗର ବିଶାଳ ବସ୍ତ୍ର ଉତ୍ପାଦନ କେନ୍ଦ୍ର

ସୋଫ୍ଟେନ (ଡେନମାର୍କ), ୨୫ା୬ (ଏପି): ୟୁରୋପର ପ୍ରାଚୀନ ଇତିହାସକୁ ନେଇ ବଡ଼ ପ୍ରତ୍ନତାତ୍ତ୍ୱିକ ସଫଳତା ମିଳିଛି। ଡେନ୍‌ମାର୍କରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଭାଇକିଂ ଯୁଗର ଏକ ବିଶାଳ ବସ୍ତ୍ର ଉତ୍ପାଦନ…

ମୌସୁମୀ ସକ୍ରିୟ, ବଢ଼ିବ ବର୍ଷା: ଏହି ସବୁ ଜିଲାରେ…

ଭୁବନେଶ୍ୱର,୨୫ା୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି ସ୍ଥାନରେ…

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri