Odisha Elections 2024

ମାଲଦ୍ୱୀପ ରାଷ୍ଟ୍ରପତି ନିର୍ବାଚନରେ ନିର୍ବାଚନ କମିଶନ ଅରୁଣ ଗୋୟଲ ହେଲେ ପର୍ଯ୍ୟବେକ୍ଷକ, ଚାଇନା ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ

ମାଲେ/ନୂଆଦିଲ୍ଲୀ,୧୧।୯: ମାଲଦ୍ୱୀପରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେଉଛି। ଭାରତ ଏବଂ ଚାଇନା ପାଇଁ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମାଲଦ୍ୱୀପରେ ନିର୍ବାଚନ ଆୟୋଗଙ୍କ ନିମନ୍ତ୍ରଣ କ୍ରମେ ମାଲଦ୍ୱୀପରେ ଚାଲିଥିବା ରାଷ୍ଟ୍ରପତି ନିର୍ବାଚନରେ ପର୍ଯ୍ୟବେକ୍ଷକ ଭାବରେ ନିର୍ବାଚନ କମିଶନର ଅରୁଣ ଗୋୟଲଙ୍କ ନେତୃତ୍ୱରେ ତିନି ଜଣିଆ ପ୍ରତିନିଧୀ ସେଠାକୁ ଯାଇଛନ୍ତି। ଭାରତର ନିର୍ବାଚନ ଆୟୋଗ ଏହି ସୂଚନା ଦେଇଛନ୍ତି।

ଅନ୍ୟ ଦେଶ ତଥା ସଂଗଠନର ଆନ୍ତର୍ଜାତୀୟ ପର୍ଯ୍ୟବେକ୍ଷକମାନେ ମଧ୍ୟ ନିର୍ବାଚନ ପର୍ଯ୍ୟବେକ୍ଷଣ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ପଦ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଶନିବାର ମାଲଦ୍ୱୀପରେ ଅନୁଷ୍ଠିତ ହୋଇଥିଲା, କିନ୍ତୁ ଯଦି ଏଥିରେ କେହି ସଂଖ୍ୟାଗରିଷ୍ଠତା ପାଇ ନାହାଁନ୍ତି, ତେବେ ସର୍ବାଧିକ ଭୋଟ ପାଇଥିବା ପ୍ରଥମ ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ଚୟନ କରିବାକୁ ସେପ୍ଟେମ୍ବର ୩୦ରେ ଭୋଟ ଗ୍ରହଣ କରାଯିବ।
ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହଙ୍କୁ ଭାରତ ସମର୍ଥକ ବିବେଚନା କରାଯାଏ। ସେ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥି ସହିତ ତାଙ୍କର ମୁଖ୍ୟ ବିରୋଧୀ ପ୍ରାର୍ଥୀ ମହମ୍ମଦ ମୁଇଜଙ୍କ ଦଳ ’ପିପୁଲ୍ସ ନ୍ୟାସନାଲ କଂଗ୍ରେସ’ ଚାଇନା ସମର୍ଥକ ବୋଲି ବିବେଚନା କରାଯାଏ। ତେଣୁ ଭାରତରେ ଜି -୨୦ସମ୍ମିଳନୀ ସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ନିର୍ବାଚନର ଫଳାଫଳକୁ ନେଇ ଚିନ୍ତିତ ହେବେ। ଯଦିଓ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଆସିନାହାଁନ୍ତି, ତେବେ ସେ ଦେଶର ରାଷ୍ଟ୍ରପତି କିଏ ହେବେ ତାହା ଜାଣିବାକୁ ମଧ୍ୟ ଆଗ୍ରହ ପ୍ରକାଶ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋଖବେର ଇରାନର କାର୍ଯ୍ୟକାରୀ ରାଷ୍ଟ୍ରପତି

ଦୁବାଇ,୨୦ା୫: ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ମୃତ୍ୟୁ ଘଟିବା ପରେ ଦେଶର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମନେଇ ସୋମବାର ପ୍ରଥମ ଉପରାଷ୍ଟ୍ରପତି...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

ଶେଷ ହେଉଛି ଜେଲନସ୍କିଙ୍କ ଟର୍ମ, ଏବେ ପ୍ରଶ୍ନ କ’ଣ ହେବ ୟୁକ୍ରେନରେ

କ୍ୱିଭ,୨୦।୫: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ କାର୍ଯ୍ୟକାଳ ନିୟମ ଅନୁଯାୟୀ ଆଜି ବା ସୋମବାର ଶେଷ ହେଉଛି, କିନ୍ତୁ ସେ ତାଙ୍କ ପଦରେ ରହିବେ। ତେବେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri