ମାଲଦ୍ୱୀପ ରାଷ୍ଟ୍ରପତି ନିର୍ବାଚନରେ ନିର୍ବାଚନ କମିଶନ ଅରୁଣ ଗୋୟଲ ହେଲେ ପର୍ଯ୍ୟବେକ୍ଷକ, ଚାଇନା ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ

ମାଲେ/ନୂଆଦିଲ୍ଲୀ,୧୧।୯: ମାଲଦ୍ୱୀପରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେଉଛି। ଭାରତ ଏବଂ ଚାଇନା ପାଇଁ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ମାଲଦ୍ୱୀପରେ ନିର୍ବାଚନ ଆୟୋଗଙ୍କ ନିମନ୍ତ୍ରଣ କ୍ରମେ ମାଲଦ୍ୱୀପରେ ଚାଲିଥିବା ରାଷ୍ଟ୍ରପତି ନିର୍ବାଚନରେ ପର୍ଯ୍ୟବେକ୍ଷକ ଭାବରେ ନିର୍ବାଚନ କମିଶନର ଅରୁଣ ଗୋୟଲଙ୍କ ନେତୃତ୍ୱରେ ତିନି ଜଣିଆ ପ୍ରତିନିଧୀ ସେଠାକୁ ଯାଇଛନ୍ତି। ଭାରତର ନିର୍ବାଚନ ଆୟୋଗ ଏହି ସୂଚନା ଦେଇଛନ୍ତି।

ଅନ୍ୟ ଦେଶ ତଥା ସଂଗଠନର ଆନ୍ତର୍ଜାତୀୟ ପର୍ଯ୍ୟବେକ୍ଷକମାନେ ମଧ୍ୟ ନିର୍ବାଚନ ପର୍ଯ୍ୟବେକ୍ଷଣ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ ବୋଲି କହିଛନ୍ତି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ପଦ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ଶନିବାର ମାଲଦ୍ୱୀପରେ ଅନୁଷ୍ଠିତ ହୋଇଥିଲା, କିନ୍ତୁ ଯଦି ଏଥିରେ କେହି ସଂଖ୍ୟାଗରିଷ୍ଠତା ପାଇ ନାହାଁନ୍ତି, ତେବେ ସର୍ବାଧିକ ଭୋଟ ପାଇଥିବା ପ୍ରଥମ ଦୁଇ ପ୍ରାର୍ଥୀଙ୍କ ମଧ୍ୟରେ ଚୟନ କରିବାକୁ ସେପ୍ଟେମ୍ବର ୩୦ରେ ଭୋଟ ଗ୍ରହଣ କରାଯିବ।
ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହଙ୍କୁ ଭାରତ ସମର୍ଥକ ବିବେଚନା କରାଯାଏ। ସେ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥି ସହିତ ତାଙ୍କର ମୁଖ୍ୟ ବିରୋଧୀ ପ୍ରାର୍ଥୀ ମହମ୍ମଦ ମୁଇଜଙ୍କ ଦଳ ’ପିପୁଲ୍ସ ନ୍ୟାସନାଲ କଂଗ୍ରେସ’ ଚାଇନା ସମର୍ଥକ ବୋଲି ବିବେଚନା କରାଯାଏ। ତେଣୁ ଭାରତରେ ଜି -୨୦ସମ୍ମିଳନୀ ସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ନିର୍ବାଚନର ଫଳାଫଳକୁ ନେଇ ଚିନ୍ତିତ ହେବେ। ଯଦିଓ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଆସିନାହାଁନ୍ତି, ତେବେ ସେ ଦେଶର ରାଷ୍ଟ୍ରପତି କିଏ ହେବେ ତାହା ଜାଣିବାକୁ ମଧ୍ୟ ଆଗ୍ରହ ପ୍ରକାଶ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?