Posted inଜାତୀୟ

ଦ୍ରୌପଦୀଙ୍କୁ ବିଜୟ ପ୍ରମାଣପତ୍ର ଦେଲେ ଇସି

ନୂଆଦିଲ୍ଲୀ,୨୩ା୭: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁକ୍ରବାର ନିର୍ବାଚନ କମିଶନ(ଇସି) ବିଜୟ ପ୍ରମାଣପତ୍ର ଦେଇଛନ୍ତି। ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀଙ୍କ ସପକ୍ଷରେ ଫଳାଫଳ ଆସିଥିବା ନେଇ ରିଟର୍ନିଂ ଅଫିସର ଇସିଙ୍କୁ ଆନୁଷ୍ଠାନିକ ଭାବେ ଜଣାଇବା ପରେ ଏହି ସାର୍ଟିଫିକେଟ ପ୍ରଦାନ କରାଯାଇଛି। ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଏବଂ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ ମିଳିତ ଭାବେ ଉକ୍ତ ପ୍ରମାଣପତ୍ରରେ ସ୍ବାକ୍ଷର କରିଛନ୍ତି। ଏହି ପ୍ରମାଣପତ୍ରକୁ ସ୍ବରାଷ୍ଟ୍ର ସଚିବଙ୍କ ନିକଟକୁ ପଠାଯିବ। ଆସନ୍ତା ୨୫ରେ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଦ୍ରୌପଦୀ ଭାରତର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେବାବେଳେ ସଚିବ ଏହାକୁ ପଢ଼ି ଶୁଣାଇବେ। ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେବାକୁ ଥିବାବେଳେ ନୂଆ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ଗତ ୧୮ରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହାର ଫଳାଫଳ ଗୁରୁବାର ଆସିଥିଲା। ୬୪ ବର୍ଷୀୟା ଦ୍ରୌପଦୀ ୬୪% ବୈଧ ଭୋଟ ପାଇ ବିରୋଧୀଙ୍କ ମିଳିତ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ହରାଇ ଇତିହାସ ରଚିଛନ୍ତି। ଏଥିସହ ଦେଶର ପ୍ରଥମ ଆଦିବାସୀ ମହିଳା ଏବଂ ସର୍ବକନିଷ୍ଠ ରାଷ୍ଟ୍ରପତି ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଦ୍ରୌପଦୀଙ୍କୁ ୬,୭୬,୮୦୩ ଭୋଟ ମିଳିଥିବାବେଳେ ଯଶଓ୍ବନ୍ତ ୩,୮୦,୧୭୭ ଭୋଟ ପାଇଥିବା ରାଜ୍ୟ ସଭା ସେକ୍ରେଟାରି ଜେନେରାଲ ତଥା ରିଟର୍ନିଂ ଅଫିସର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri