Posted inଜାତୀୟ

ଦ୍ରୌପଦୀଙ୍କୁ ବିଜୟ ପ୍ରମାଣପତ୍ର ଦେଲେ ଇସି

ନୂଆଦିଲ୍ଲୀ,୨୩ା୭: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁକ୍ରବାର ନିର୍ବାଚନ କମିଶନ(ଇସି) ବିଜୟ ପ୍ରମାଣପତ୍ର ଦେଇଛନ୍ତି। ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀଙ୍କ ସପକ୍ଷରେ ଫଳାଫଳ ଆସିଥିବା ନେଇ ରିଟର୍ନିଂ ଅଫିସର ଇସିଙ୍କୁ ଆନୁଷ୍ଠାନିକ ଭାବେ ଜଣାଇବା ପରେ ଏହି ସାର୍ଟିଫିକେଟ ପ୍ରଦାନ କରାଯାଇଛି। ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଏବଂ କମିଶନର ଅନୁପ ଚନ୍ଦ୍ର ପାଣ୍ଡେ ମିଳିତ ଭାବେ ଉକ୍ତ ପ୍ରମାଣପତ୍ରରେ ସ୍ବାକ୍ଷର କରିଛନ୍ତି। ଏହି ପ୍ରମାଣପତ୍ରକୁ ସ୍ବରାଷ୍ଟ୍ର ସଚିବଙ୍କ ନିକଟକୁ ପଠାଯିବ। ଆସନ୍ତା ୨୫ରେ ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଦ୍ରୌପଦୀ ଭାରତର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେବାବେଳେ ସଚିବ ଏହାକୁ ପଢ଼ି ଶୁଣାଇବେ। ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେବାକୁ ଥିବାବେଳେ ନୂଆ ରାଷ୍ଟ୍ରପତିଙ୍କୁ ବାଛିବା ପାଇଁ ଗତ ୧୮ରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏହାର ଫଳାଫଳ ଗୁରୁବାର ଆସିଥିଲା। ୬୪ ବର୍ଷୀୟା ଦ୍ରୌପଦୀ ୬୪% ବୈଧ ଭୋଟ ପାଇ ବିରୋଧୀଙ୍କ ମିଳିତ ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ ହରାଇ ଇତିହାସ ରଚିଛନ୍ତି। ଏଥିସହ ଦେଶର ପ୍ରଥମ ଆଦିବାସୀ ମହିଳା ଏବଂ ସର୍ବକନିଷ୍ଠ ରାଷ୍ଟ୍ରପତି ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଦ୍ରୌପଦୀଙ୍କୁ ୬,୭୬,୮୦୩ ଭୋଟ ମିଳିଥିବାବେଳେ ଯଶଓ୍ବନ୍ତ ୩,୮୦,୧୭୭ ଭୋଟ ପାଇଥିବା ରାଜ୍ୟ ସଭା ସେକ୍ରେଟାରି ଜେନେରାଲ ତଥା ରିଟର୍ନିଂ ଅଫିସର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri