Posted inଜାତୀୟ

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ ମେ ହମ୍‌ ଭୋଟ ଦେଙ୍ଗେ’ ଶାସକ ଭାଜପା ଏବଂ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବିରୋଧରେ ଯାଉଥିବାରୁ ଏହାକୁ ଇସି ବନ୍ଦ କରିଥିବା ଦଳ ପକ୍ଷରୁ ଅଭିଯୋଗ ହୋଇଛି। ତେବେ ଇସି ଏହା ଉପରେ କୌଣସି ପ୍ରତିକ୍ରିୟା ଦେଇନାହିଁ।
ଆପ୍‌ର ବରିଷ୍ଠ ନେତ୍ରୀ ଆତିଶୀ ରବିବାର ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି, ବୋଧହୁଏ ପ୍ରଥମ ଥର ପାଇଁ ନିର୍ବାଚନ କମିଶନ କୌଣସି ଦଳର ପ୍ରଚାର ଗୀତ ଉପରେ ନିଷେଧାଦେଶ ଲଗାଇଛନ୍ତି। ଉକ୍ତ ଗୀତରେ ଭାଜପା ବିଷୟ ଉଲ୍ଲେଖ ନାହିଁ କି ଏହା ଆଦର୍ଶ ନିର୍ବାଚନ ଆଚରଣ ବିଧିର ଉଲ୍ଲଂଘନ କରୁନାହିଁ। ଏଥିରେ ତଥ୍ୟଗତ ଭିଡିଓ ଓ ଘଟଣାବଳୀ ସାମିଲ ହୋଇଥିଲା। ଭାଜପା ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରୁଥିଲେ ମଧ୍ୟ ନିର୍ବାଚନ କମିଶନ ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ଆତିଶୀ ଅଭିଯୋଗ କରିଛନ୍ତି। ଯଦି ଭାଜପା ଏକଚ୍ଛତ୍ରବାଦ କରେ ତେବେ ଠିକ୍‌ ଏବଂ ଅନ୍ୟ କିଏ ଏହାକୁ ନେଇ ଯଦି ପ୍ରଶ୍ନ ଉଠାଇଲେ ତେବେ ଭୁଲ୍‌। ଏଥିରୁ ଜଣାପଡ଼ୁଛି ଗଣତନ୍ତ୍ର ବିପଦରେ ରହିଛି। ଭାଜପାର ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ବିରୋଧରେ ଇସି କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ଏବଂ ବିରୋଧୀ ଦଳଗୁଡ଼ିକର ପ୍ରଚାର ବନ୍ଦ କରନ୍ତୁ ନାହିଁ ବୋଲି ଦିଲ୍ଲୀ ମନ୍ତ୍ରୀ ଆତିଶୀ କହିଛନ୍ତି। ସୂଚନାଯୋଗ୍ୟ, ଆପ୍‌ର ୨ ମିନିଟ୍‌ର ପ୍ରଚାର ଗୀତକୁ ଦଳୀୟ ନେତା ଦିଲୀପ ପାଣ୍ଡେ ଲେଖିବା ସହ ଗାଇଥିବାବେଳେ ଗୁରୁବାର ଦଳର ମୁଖ୍ୟାଳୟରେ ଏହାକୁ ଉନ୍ମୋଚନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

୫ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ କେତେ ଖର୍ଚ୍ଚ ହୋଇଛି? ସଂସଦରେ ତଥ୍ୟ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୬।୮: ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ପବିତ୍ରା ମାର୍ଗେରିଟା ଗୁରୁବାର (ଅଗଷ୍ଟ ୬) ସଂସଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦୨୬ରେ ସରକାରୀ ବିଦେଶ ଗସ୍ତରେ ହୋଇଥିବା ଖର୍ଚ୍ଚ ସମ୍ପର୍କରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୮: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କରିଥିଲେ। ସେମାନେ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri