Posted inଜାତୀୟ

ରାଜନୈତିକ ଦଳର ପଞ୍ଜୀକରଣ ରଦ୍ଦ ଲାଗି କ୍ଷମତା ଚାହୁଁଛି ଇସି

ନୂଆଦିଲ୍ଲୀ,୨୭।୬(ପି.ଟି.): ଦୁର୍ନୀତିରେ ଲିପ୍ତ ଥିବା ଅଣସ୍ବୀକୃତିପ୍ରାପ୍ତ ଦଳଗୁଡ଼ିକୁ ଚିହ୍ନଟ କରି ସେଗୁଡ଼ିକୁ ହଟାଇବା ପ୍ରକ୍ରିୟା ଚାଲିଥିବାବେଳେ ରାଜନୈତିକ ଦଳଗୁଡ଼ିକର ପଞ୍ଜୀକରଣ ରଦ୍ଦ କରିବା ଲାଗି ନିର୍ବାଚନ କମିଶନ (ଇସି) କ୍ଷମତା ଚାହୁଁଛନ୍ତି। କୌଣସି ଜନ ସଂଗଠନକୁ ରାଜନୈତିକ ଦଳ ଭାବେ ପଞ୍ଜୀକରଣ କରିବା କ୍ଷମତା ଇସିଙ୍କର ରହିଛି। ତେବେ ପଞ୍ଜୀକରଣ ରଦ୍ଦ କରିବା କ୍ଷମତା ଏହାକୁ ମିଳିନାହିଁ। ନିକଟରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କେନ୍ଦ୍ର ବ୍ୟବସ୍ଥାପିକା ସଚିବଙ୍କ ସହ ଆଲୋଚନା କଲାବେଳେ ରାଜନୈତିକ ଦଳର ପଞ୍ଜୀକରଣ ରଦ୍ଦ କ୍ଷମତା କମିଶନଙ୍କୁ ମିଳିବା ଲାଗି ଚାପ ପକାଇଥିବା ଜଣାପଡ଼ିଛି।

ଅନେକ ପଞ୍ଜୀକୃତ ଦଳ କଦାପି ନିବାଚନ ଲଢ଼ୁ ନ ଥିବା ଜଣାପଡ଼ିଛି। ଏହି ଦଳଗୁଡ଼ିକ କେବଳ କାଗଜ କଲମରେ ରହିଛନ୍ତି। ଆୟକର ଛାଡ଼ ସୁବିଧା ହାସଲ ଲକ୍ଷ୍ୟରେ ଏଭଳି ରାଜନୈତିକ ଦଳ ଗଠନ ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ଇସି ଅନୁଭବ କରିଛନ୍ତି। କମିଶନଙ୍କୁ ପଞ୍ଜୀକରଣ କ୍ଷମତା ମିଳିଥିବାବେଳେ ଉପଯୁକ୍ତ କାରଣ ଆଧାରରେ ପଞ୍ଜୀକରଣ ରଦ୍ଦ କ୍ଷମତା ମଧ୍ୟ ମିଳିବା ଉଚିତ ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଇସିଙ୍କୁ ଏହି କ୍ଷମତା ଦେଲାବେଳେ ତାହାର ଯେପରି ଦୁରୁପଯୋଗ ନ ହୁଏ, ସେଥିପାଇଁ ପର୍ଯ୍ୟାପ୍ତ ସୁରକ୍ଷା ବ୍ୟବସ୍ଥା ରଖାଯାଇ ପାରିବ। ସମ୍ବିଧାନ ଅନୁଯାୟୀ ମୁକ୍ତ ଓ ସ୍ବଚ୍ଛ ନିର୍ବାଚନ ପରିଚାଳନା ଲାଗି ନିର୍ବାଚନ କମିଶନ ସ୍ବାଧୀନ ଭାବେ କାର୍ଯ୍ୟ କରିବା ଆବଶ୍ୟକ ବୋଲି ବରିଷ୍ଠ ଅଧିକାରୀ ଜଣକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?