Posted inଜାତୀୟ

ସୋନିଆ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ହୋଇଥିବା ଟୁଇଟ୍‌କୁ ସଂଶୋଧନ କରିବାକୁ ଖାର୍ଗେଙ୍କୁ ନିର୍ଦ୍ଦେଶ ଦେଲେ ଇସି

ନୂଆଦିଲ୍ଲୀ,୮।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ମନ୍ତବ୍ୟ ସଂପର୍କରେ କଂଗ୍ରେସ ଟୁଇଟର ହ୍ୟାଣ୍ଡେଲ ଦ୍ୱାରା କରାଯାଇଥିବା ଟୁଇଟ୍‌କୁ ସଂଶୋଧନ କରିବାକୁ ନିର୍ବାଚନ ଆୟୋଗ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କହିଛନ୍ତି।

ସୂଚନାଯୋଗ୍ୟ, ଶନିବାର ହୁବଲିରେ ଏକ ପ୍ରଚାର ରାଲିରେ ସୋନିଆ ଗାନ୍ଧୀ ଭାଜପାକୁ ଟାର୍ଗେଟ କରି କହିଥିଲେ, କର୍ନାଟକର ପ୍ରତିଷ୍ଠା, ସାର୍ବଭୌମତ୍ୱ କିମ୍ବା ଅଖଣ୍ଡତା ପାଇଁ କଂଗ୍ରେସ କାହାକୁ ବିପଦ ସୃଷ୍ଟି କରିବାକୁ ଦେବ ନାହିଁ। ଏହି ବିବୃତ୍ତିକୁ ନେଇ କଂଗ୍ରେସ ତାର ଟୁଇଟର ହ୍ୟାଣ୍ଡେଲରେ ପୋଷ୍ଟ କରିଥିଲା। ଏହାକୁ ନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ ଆୟୋଗରେ ଅଭିଯୋଗ କରିଥିଲା। ତେବେ ସାର୍ବଭୌମତ୍ୱ ଶବ୍ଦ କେବଳ ଦେଶକୁ ଦର୍ଶାଉଛି ବୋଲି କଂଗ୍ରେସ ଅଭିଯୋଗରେ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

ଭିଜିଲାନ୍ସ ଜାଲରେ ମହାକାଳପଡ଼ା ଯୁଗରୁପା ସରକାରୀ ହାଇସ୍କୁଲ ପ୍ରଧାନଶିକ୍ଷକ, ଲାଞ୍ଚ ନେଇଥିବା ବେଳେ ଧରାପଡିଲେ

ମହାକାଳପଡ଼ା,୧୮।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ସ୍ଥାନୀୟ ଚଡେଇ ଗୁଆଁ ସ୍ଥିତ ଯୁଗରୁପା ଉଚ୍ଚ ବିଦ୍ୟାପୀଠ ପ୍ରଧାନ ଶିକ୍ଷକ ରଘୁନାଥ…

ଶେଷ ହେବ ଗ୍ରୀଷ୍ମର ଯନ୍ତ୍ରଣା: ହେଲାଣି ପ୍ରବଳ ବର୍ଷା; ମାତ୍ର ୮ ଦିନ ମଧ୍ୟରେ ଦେଶରେ ପ୍ରବେଶ କରିବ ମୌସୁମୀ

ନୂଆଦିଲ୍ଲୀ,୧୮।୫: ତାମିଲନାଡୁରେ ପ୍ରବଳ ବର୍ଷା ଯୋଗୁ ଲୋକଙ୍କୁ ଗରମରୁ ଆଶ୍ୱସ୍ତି ମିଳିଛି। ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି ଯେ ଦକ୍ଷିଣ ଅଞ୍ଚଳରେ ବାୟୁମଣ୍ଡଳୀୟ ସଞ୍ଚାଳନ…

କେନ୍ଦୁଝରରେ ଚାଞ୍ଚଲ୍ୟ, ବନ୍ଧୁକ ଦେଖାଇ ଲୁଟି ନେଲେ ୮ ଲକ୍ଷ ଭତ୍ତା ଟଙ୍କା

କେନ୍ଦୁଝର,୧୮।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ବାଉରୀ ପଦା ପଞ୍ଚାୟତର ପିଇଓଙ୍କ ଠାରୁ ଭତ୍ତା ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଫାଙ୍କା ଗୁଳି ଚାଳନା କରି…

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri