Posted inଜାତୀୟ

୧୫ ରାଜ୍ୟର ୫୭ ରାଜ୍ୟ ସଭା ଆସନ ପାଇଁ ଜୁନ ୧୦ରେ ହେବ ଭୋଟିଂ

ନୂଆଦିଲ୍ଲୀ,୧୨ ।୫: ନିର୍ବାଚନ କମିଶନ ଗୁରୁବାର ରାଜ୍ୟ ସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବାକୁ ଘୋଷଣା କରିଛନ୍ତି । ନିର୍ବାଚନ କମିଶନଙ୍କ ସୂଚନା ଅନୁଯାୟୀ, ୧୫ ରାଜ୍ୟର ମୋଟ ୫୭ ରାଜ୍ୟ ସଭା ଆସନ ଲାଗି ଜୁନ ୧୦ରେ ଭୋଟ ଗ୍ରହଣ କରାଯିବ । ଏଥିମଧ୍ୟରୁ ଉତ୍ତର ପ୍ରଦେଶ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି । କାରଣ ଉତ୍ତର ପ୍ରଦେଶରେ ୧୧ ଆସନ ଖାଲି ହେଉଛି , ଯାହା ପାଇଁ ରାଜ୍ୟ ସଭା ନିର୍ବାଚନ ହେବ ।

ଯେଉଁ ସବୁ ରାଜ୍ୟରେ ରାଜ୍ୟ ସଭା ନିର୍ବାଚନ ହେବ ସେଥିମଧ୍ୟରେ ରହିଛି ଆନ୍ଧ୍ର ପ୍ରଦେଶର ୪ ଆସନ, ତେଲେଙ୍ଗାନାର ୨, ଛତିଶଗଡ଼ ୨, ମଧ୍ୟପ୍ରଦେଶ ୩, ତାମିଲନାଡୁ ୬, କର୍ନାଟକ ୪, ଓଡ଼ିଶା ୩, ମହାରାଷ୍ଟ୍ର ୬, ପଞ୍ଜାବ ୨, ରାଜସ୍ଥାନ ୪, ଉତ୍ତରାଖଣ୍ଡ ୧, ବିହାର ୫, ଝାଡ଼ଖଣ୍ଡ ୨ ଓ ହରିୟାଣାର ୨ଟି ଆସନ ପାଇଁ ମତଦାନ କରାଯିବ । ଏହାର ନେଟିଫିକେଶନ ୨୪ ମେ’ରେ ଜାରି କରାଯିବ, ସେହିପରି ୩୧ ମେ’ ନାମାଙ୍କନ ପାଇଁ ଶେଷ ତାରିଖ ଧାର୍ଯ୍ୟ କରାଯାଇଛି ।
ନୋମିନେଶର ସ୍କୃଟନି ଜୁନ ୧ ତାରିଖରେ ସ୍ଥିର ହେବ । ସେହିପରି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଜୁନ ୩ ରଖାଯାଇଛି । ସମସ୍ତ ୫୭ଟି ଯାକ ଆସନରେ ୧୦ ଜୁନ ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ଏହାପରେ ୧୦ ଜୁନରେ ହିଁ ସନ୍ଧ୍ୟା ୫ଟାରେ ଭୋଟ ଗଣନା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri