Posted inଜାତୀୟ

ପୂରଣ ହେବ କି କେଜ୍‌ରିଓ୍ବାଲଙ୍କ ଦାବି, ଦିଲ୍ଲୀ ନିର୍ବାଚନକୁ ନେଇ ECI ଦେଲେ ବଡ଼ ସୂଚନା, କହିଲେ…

ନୂଆଦିଲ୍ଲୀ,୧୫ା୯: ଆସନ୍ତା ବର୍ଷ ଦିଲ୍ଲୀରେ ହେବାକୁ ଥିବା ବିଧାନସଭା ନିର୍ବାଚନ ସମ୍ପର୍କରେ ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ଏକ ରାଜନୈତିକ କାର୍ଡ ଖେଳିଛନ୍ତି। ଯେଉଁଥିରେ ସେ କହିଛନ୍ତି, ସେ ଦୁଇ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ଏହି ସମୟରେ ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ସହିତ ନଭେମ୍ବରରେ ଦିଲ୍ଲୀ ବିଧାନସଭା ନିର୍ବାଚନ ମଧ୍ୟ କରାଯାଉ ବୋଲି କେଜ୍‌ରିଓ୍ବାଲ ଦାବି କରିଛନ୍ତି। ତେବେ ନିର୍ବାଚନ ଆୟୋଗ ଏହା ଉପରେ ସ୍ପଷ୍ଟୀକରଣ ଦେଇଛନ୍ତି।

ସୂଚନାନୁସାରେ, ନିର୍ବାଚନ ଆୟୋଗ କହିଛନ୍ତି ଯେ, ବର୍ତ୍ତମାନ ସମୟ ପୂର୍ବରୁ ଦିଲ୍ଲୀରେ ନିର୍ବାଚନ ହେବାର ସମ୍ଭାବନା ନାହିଁ। ଏତେ କମ୍‌ ସମୟ ମଧ୍ୟରେ ବିଧାନସଭା ନିର୍ବାଚନ ସମ୍ଭବ ନୁହେଁ ବୋଲି ଆୟୋଗ କହିଛନ୍ତି।

ଦଳୀୟ ମୁଖ୍ୟାଳୟରେ ତାଙ୍କ କର୍ମୀଙ୍କୁ ସମ୍ବୋଧିତ କରିବା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଁ ଦୁଇ ଦିନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଯାଉଛି। ଯେପର୍ଯ୍ୟନ୍ତ ଜନସାଧାରଣ ଏହାର ନିଷ୍ପତ୍ତି ନ ଦିଅନ୍ତି, ମୁଁ ମୁଖ୍ୟମନ୍ତ୍ରୀ ଚେୟାରରେ ବସିବି ନାହିଁ। ମୁଁ ପ୍ରତ୍ୟେକ ଘର ଏବଂ ଗଳିକନ୍ଦିକୁ ଯିବି ଏବଂ ଜନସାଧାରଣଙ୍କ ନିଷ୍ପତ୍ତି ନ ପାଇବା ପର୍ଯ୍ୟନ୍ତ ମୁଁ ମୁଖ୍ୟମନ୍ତ୍ରୀ ଆସନରେ ବସିବି ନାହିଁ।’

ସେ ଆହୁରି ମଧ୍ୟ କହିଛନ୍ତି, ମୋତେ ସର୍ବଦା ଆଶୀର୍ବାଦ ଦେଇଥିବାରୁ ମୁଁ ଭଗବାନଙ୍କୁ ଧନ୍ୟବାଦ ଦେଉଛି। ଆମେ ସମସ୍ତ ସମସ୍ୟାର ସମାଧାନ କରୁଛୁ। ଆମେ ବଡ଼ ଶତ୍ରୁମାନଙ୍କ ସହ ଲଢୁଛୁ ଏବଂ ସଫଳ ବି ହେଉଛୁ। ଆମେ କେବଳ ଏକ ଛୋଟ ଦଳ। ମୁଁ ଭଗବାନଙ୍କୁ ଧନ୍ୟବାଦ ଦେଉଛି ଯେ, ସେମାନଙ୍କର ଷଡ଼ଯନ୍ତ୍ର ମୋ’ ପଥର ପରି ଆତ୍ମାକୁ ଭାଙ୍ଗି ପାରିବ ନାହିଁ, ମୁଁ ଦେଶ ପାଇଁ ସଂଗ୍ରାମ ଜାରି ରଖିବି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?