Posted inଜାତୀୟ

ଲୋକ ସଭା ନିର୍ବାଚନ ପୂର୍ବରୁ ଏଏପିକୁ କିଏ ଦେଲା ଚାନ୍ଦା, ଇଲେକ୍ଟୋରାଲ ବଣ୍ଡ୍‌ର ନୂଆ ସୂଚନାରେ ଖୁଲାସା

ନୂଆଦିଲ୍ଲୀ,୧୮।୩: ଇଲେକ୍ଟୋରାଲ ବଣ୍ଡ୍‌ ବିଷୟରେ ସୂଚନା ସାର୍ବଜନୀନ ହେବା ପରେ ପ୍ରତିଦିନ ନୂଆ ଖୁଲାସା ହେଉଛି। ଗୋଟିଏ ପଟେ ବଣ୍ଡ୍‌କୁ ନେଇ ଭାରତୀୟ ଜନତା ପାର୍ଟି ବିରୋଧୀ ଦଳ ଟାର୍ଗେଟ୍‌ରେ ଥିବା ବେଳେ ଆମ ଆଦମୀ ପାର୍ଟିକୁ ମିଳିଥିବା ର୍ନିବାଚନ ବଣ୍ଡ୍‌ ସହ ଜଡିତ ସୂଚନା ମଧ୍ୟ ସାମ୍ନାକୁ ଆସିଛି।

ନିର୍ବାଚନ ଆୟୋଗ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଏପ୍ରିଲ ୨୦୧୮ରୁ ମେ’୨୦୧୯ମଧ୍ୟରେ ଆମ ଆଦମୀ ପାର୍ଟି (ଏଏପି) ପାଞ୍ଚଟି କମ୍ପାନୀ ଏବଂ ଦୁଇ ଜଣବ୍ୟକ୍ତିଙ୍କ ଠାରୁ ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ ୫.୭୫କୋଟି ଟଙ୍କା ମିଳିଛି। ଏହି ୫.୭୫ କୋଟି ଟଙ୍କା ମଧ୍ୟରୁ ୩ କୋଟି ଟଙ୍କା ବଜାଜ ଗ୍ରୁପ ପ୍ରଦାନ କରିଛି। ଏହି ରାଶି ୧୦ ଏପ୍ରିଲ ୨୦୧୯ରେ ଜମା କରାଯାଇଥିଲା। ବଜାଜ ଗ୍ରୁପ ପକ୍ଷରୁ ମିଳିଥିବା ଏହି ଚାନ୍ଦା ସେହି ବର୍ଷ ଲୋକ ସଭା ନିର୍ବାଚନ ପୂର୍ବରୁ ଦଳ ଗ୍ରହଣ କରିଥିବା ସବୁଠାରୁ ବଡ ଚାନ୍ଦା ଥିଲା।

ତଥ୍ୟ ଅନୁଯାୟୀ, ଏପ୍ରିଲ ୨୦୧୮ରୁ ଜୁଲାଇ ୨୦୨୩ ମଧ୍ୟରେ ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ ଏଏପି ୬୯.୦୬ କୋଟି ଟଙ୍କା ପାଇଛି। ତେଣୁ ପାର୍ଟି କେବଳ ମେ ୨୦୧୯ ପର୍ଯ୍ୟନ୍ତ ସମୟ ଅବଧି ପାଇଁ ଦାତାମାନଙ୍କ ନାମ ପ୍ରକାଶ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri