ଆସନ୍ତା ସପ୍ତାହରୁ ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା

ଭୁବନେଶ୍ୱର, ୮।୮(ବ୍ୟୁରୋ): କଟକ ଏସ୍‌ସିବି ମେଡିକାଲରେ ଆସନ୍ତା ସପ୍ତାହରୁ ଆରମ୍ଭ ହେବ ବହୁ ପ୍ରତୀକ୍ଷିତ ଏକ୍‌ମୋ ଚିକିତ୍ସା ସେବା। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରି ଆସିଲାଣି ବୋଲି ଶନିବାର ଡିଏମ୍‌ଇଟି ଡା. ସିବିକେ ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏସ୍‌ସିବିରେ ୯ଟି ଏକ୍‌ମୋ ମେଶିନ ସ୍ଥାପନ ହୋଇଛି। ଆବଶ୍ୟକ ମାନବ ସମ୍ବଳ ମଧ୍ୟ ନିଯୁକ୍ତ ହୋଇସାରିଛନ୍ତି। ଗୋଟିଏ ବ୍ୟାଚ୍‌ କୋଲକାତାରୁ ପ୍ରଶିକ୍ଷଣ ନେଇ ଫେରିଛନ୍ତି। ଏକ୍‌ମୋ ପାଇଁ ଏସ୍‌ସିବିରେ ୨ଟି ୟୁନିଟ୍‌ କରାଯାଇଛି। ପ୍ରଥମ ୟୁନିଟ୍‌ରେ ୬ଟି ଓ ଦ୍ୱିତୀୟ ୟୁନିଟ୍‌ରେ ୩ଟି ମେଶିନ ରହିବ। ଦ୍ୱିତୀୟ ୟୁନିଟ୍‌ର ୩ଟି ମେଶିନ କୋଭିଡ୍‌ ରୋଗୀଙ୍କୁ ସେବା ଯୋଗାଇବ। ତେବେ କୋଭିଡ୍‌ ପରବର୍ତ୍ତୀ ଜଟିଳତା ପାଇଁ ଅନ୍ୟ ୬ଟି ମେଶିନ ରହିବ ବୋଲି ଡିଏମ୍‌ଇଟି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କୋଭିଡ୍‌ ସମୟରେ ରାଜ୍ୟରେ ଏକ୍‌ମୋ ମେଶିନ ଅଭାବରୁ ବହୁ ରୋଗୀ ରାଜ୍ୟ ବାହାରକୁ ଚିକିତ୍ସା ଲାଗି ଯାଉଥିଲେ। ଏପରିକି ଏକ୍‌ମୋ ଅଭାବରୁ ବହୁ ରୋଗୀଙ୍କ ଜୀବନ ରକ୍ଷା ସମ୍ଭବ ହୋଇପାରୁ ନ ଥିଲା ବୋଲି ଅଭିଯୋଗ ହେଉଥିଲା। ଏହାପରେ ରାଜ୍ୟ ସରକାର ଏସ୍‌ସିବିକୁ ଏକ୍‌ମୋ ମେଶିନ ଆଣିବାକୁ ନିଷ୍ପତ୍ତି ନେଇଥିଲେ। ପୂର୍ବରୁ ଭୁବନେଶ୍ୱରରେ କେବଳ ଦୁଇଟି ଘରୋଇ ହସ୍ପିଟାଲରେ ଏହି ମେଶିନ ଥିବାବେଳେ କୌଣସି ସରକାରୀ ହସ୍ପିଟାଲରେ ଏହି ଚିକିତ୍ସା ସେବା ଦିଆଯାଉ ନ ଥିଲା। କିଛିଦିନ ତଳେ ଭୁବନେଶ୍ୱର ଏମ୍‌ସରେ ଏକ୍‌ମୋ ଚିକିତ୍ସା ଆରମ୍ଭ ହୋଇଥିବାବେଳେ ଏବେ ଏସ୍‌ସିବିରେ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri