ଡିସେମ୍ବର ୧ରୁ ଇକୋ ରିଟ୍ରିଟ୍‌

ରାଜନଗର, ୩୦ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ପେଣ୍ଠଠାରେ ଚଳିତବର୍ଷ ଇକୋ ରିଟ୍ରିଟ୍‌ ଅନୁଷ୍ଠିତ ହେଉଛି। ଇକୋ ରିଟ୍ରିଟ୍‌ ଯେପରି ସଫଳ ହେବ, ସେଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ଭିତରକନିକାର ଇକୋ ରିଟ୍ରିଟ୍‌କୁ ଆସିବାକୁ ବୁକିଂ କରିଥିବା ଓ ଇଚ୍ଛା କରିଥିବା ପର୍ଯ୍ୟଟକ ଯେପରି ସକାରାମତ୍କ ଓ ନିଆରା ଅନୁଭୂତି ନେଇ ଫେରିବେ, ସେଥିପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ଡିସେମ୍ବର ୧ରେ ପେଣ୍ଠଠାରେ ଇକୋ ରିଟ୍ରିଟ୍‌ ଉଦ୍‌ଘାଟନ ହେବ ବୋଲି ଉପଜିଲାପାଳ ନିରଞ୍ଜନ ବେହେରା ସୂଚନା ଦେଇଛନ୍ତି।
ଭିତରକନିକାରେ ଏବେ ଚାଲିଛି ପର୍ଯ୍ୟଟନ ଋତୁ। ପ୍ରକୃତିପ୍ରେମୀ ପର୍ଯ୍ୟଟକମାନେ ଭିତରକନିକା ପରିଭ୍ରମଣ ଓ ଜଳଯାତ୍ରା କରିବାକୁ ପସନ୍ଦ କରିଥା’ନ୍ତି। ଇକୋ ରିଟ୍ରିଟ୍‌ରେ ରହିବାକୁ ବୁକିଂ କରିଥିବା ପର୍ଯ୍ୟଟକଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଜଳପଥ ଓ ସ୍ଥଳପଥରେ ଭିତରକନିକା ପରିଭ୍ରମଣର ସୁଯୋଗ ଦିଆଯିବ। ଦିନରେ ଭିତରକନିକାର ଶୋଭା ଅନୁଭବ କରିବେ ଓ ରାତିରେ ବିଳାସପୂର୍ଣ୍ଣ କଟେଜରେ ରହିବା ସହ ନାଚଗୀତର ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେବେ। ଇକୋ ରିଟ୍ରିଟ୍‌ ସ୍ଥଳରେ ଭାସମାନ ରେସ୍ତୋରଁାରେ ଜଳପାନଠୁଁ ଆରମ୍ଭ କରି ଯୋଗ କରିବାର ନିଆରା ଅନୁଭୂତି ସାଉଁଟିବେ। ପେଣ୍ଠ ବେଳାଭୂମି ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିଥାଏ। ବେଳାଭୂମିର ଶୋଭା ସହ ଭିତରକନିକାର ଶୋଭା ଉପଭୋଗ ପାଇଁ ପେଣ୍ଠରେ ଗତବର୍ଷଠାରୁ ଚଳିତବର୍ଷ ଇକୋ ରିଟ୍ରିଟ ଆୟୋଜନ କରାଯାଇଛି। ଇକୋ ରିଟ୍ରିଟ୍‌ ସ୍ଥଳରେ ଚଳିତବର୍ଷ ୩୦ଟି କଟେଜ୍‌ର ବ୍ୟବସ୍ଥା କରାଯାଇଛି। କଟେଜ୍‌ଗୁଡିକ ବିଳାସପୂର୍ଣ୍ଣ କରାଯାଇଛି। ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅପରପକ୍ଷରେ ମଙ୍ଗଳବାର କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ ପେଣ୍ଠ ଇକୋ ରିଟ୍ରିଟ ସ୍ଥଳରେ ପହଞ୍ଚତ୍ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଜିଲାପାଳଙ୍କ ସହ ଉପଜିଲାପାଳ ଶ୍ରୀବେହେରା, ଏଡିଏମ୍‌, ତହସିଲଦାର ଅଶ୍ୱିନୀ କୁମାର ଭୂୟଁା, ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ, ଆଇଆଇସି ଶ୍ରୀକାନ୍ତ କୁମାର ବାରିକଙ୍କ ସହିତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀମାନେ ଯୋଗ ଦେଇଥିଲେ। କେଉଁ କାମ ସରିଛି, କେଉଁ କାମ ବାକି ଅଛି, କାହାର କାମ ବାକି ଅଛି ସେ ନେଇ ସମୀକ୍ଷା କରିଥିଲେ। ବୁଧବାର ସୁଦ୍ଧା ସମସ୍ତ କାର୍ଯ୍ୟ ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri