ଡିସେମ୍ବର ୧ରୁ ଇକୋ ରିଟ୍ରିଟ୍‌

ରାଜନଗର, ୩୦ା୧୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ପେଣ୍ଠଠାରେ ଚଳିତବର୍ଷ ଇକୋ ରିଟ୍ରିଟ୍‌ ଅନୁଷ୍ଠିତ ହେଉଛି। ଇକୋ ରିଟ୍ରିଟ୍‌ ଯେପରି ସଫଳ ହେବ, ସେଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଛି। ଭିତରକନିକାର ଇକୋ ରିଟ୍ରିଟ୍‌କୁ ଆସିବାକୁ ବୁକିଂ କରିଥିବା ଓ ଇଚ୍ଛା କରିଥିବା ପର୍ଯ୍ୟଟକ ଯେପରି ସକାରାମତ୍କ ଓ ନିଆରା ଅନୁଭୂତି ନେଇ ଫେରିବେ, ସେଥିପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ଡିସେମ୍ବର ୧ରେ ପେଣ୍ଠଠାରେ ଇକୋ ରିଟ୍ରିଟ୍‌ ଉଦ୍‌ଘାଟନ ହେବ ବୋଲି ଉପଜିଲାପାଳ ନିରଞ୍ଜନ ବେହେରା ସୂଚନା ଦେଇଛନ୍ତି।
ଭିତରକନିକାରେ ଏବେ ଚାଲିଛି ପର୍ଯ୍ୟଟନ ଋତୁ। ପ୍ରକୃତିପ୍ରେମୀ ପର୍ଯ୍ୟଟକମାନେ ଭିତରକନିକା ପରିଭ୍ରମଣ ଓ ଜଳଯାତ୍ରା କରିବାକୁ ପସନ୍ଦ କରିଥା’ନ୍ତି। ଇକୋ ରିଟ୍ରିଟ୍‌ରେ ରହିବାକୁ ବୁକିଂ କରିଥିବା ପର୍ଯ୍ୟଟକଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଜଳପଥ ଓ ସ୍ଥଳପଥରେ ଭିତରକନିକା ପରିଭ୍ରମଣର ସୁଯୋଗ ଦିଆଯିବ। ଦିନରେ ଭିତରକନିକାର ଶୋଭା ଅନୁଭବ କରିବେ ଓ ରାତିରେ ବିଳାସପୂର୍ଣ୍ଣ କଟେଜରେ ରହିବା ସହ ନାଚଗୀତର ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେବେ। ଇକୋ ରିଟ୍ରିଟ୍‌ ସ୍ଥଳରେ ଭାସମାନ ରେସ୍ତୋରଁାରେ ଜଳପାନଠୁଁ ଆରମ୍ଭ କରି ଯୋଗ କରିବାର ନିଆରା ଅନୁଭୂତି ସାଉଁଟିବେ। ପେଣ୍ଠ ବେଳାଭୂମି ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିଥାଏ। ବେଳାଭୂମିର ଶୋଭା ସହ ଭିତରକନିକାର ଶୋଭା ଉପଭୋଗ ପାଇଁ ପେଣ୍ଠରେ ଗତବର୍ଷଠାରୁ ଚଳିତବର୍ଷ ଇକୋ ରିଟ୍ରିଟ ଆୟୋଜନ କରାଯାଇଛି। ଇକୋ ରିଟ୍ରିଟ୍‌ ସ୍ଥଳରେ ଚଳିତବର୍ଷ ୩୦ଟି କଟେଜ୍‌ର ବ୍ୟବସ୍ଥା କରାଯାଇଛି। କଟେଜ୍‌ଗୁଡିକ ବିଳାସପୂର୍ଣ୍ଣ କରାଯାଇଛି। ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅପରପକ୍ଷରେ ମଙ୍ଗଳବାର କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ ପେଣ୍ଠ ଇକୋ ରିଟ୍ରିଟ ସ୍ଥଳରେ ପହଞ୍ଚତ୍ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ଜିଲାପାଳଙ୍କ ସହ ଉପଜିଲାପାଳ ଶ୍ରୀବେହେରା, ଏଡିଏମ୍‌, ତହସିଲଦାର ଅଶ୍ୱିନୀ କୁମାର ଭୂୟଁା, ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ, ଆଇଆଇସି ଶ୍ରୀକାନ୍ତ କୁମାର ବାରିକଙ୍କ ସହିତ ଲାଇନ ଡିପାର୍ଟମେଣ୍ଟର ଅଧିକାରୀମାନେ ଯୋଗ ଦେଇଥିଲେ। କେଉଁ କାମ ସରିଛି, କେଉଁ କାମ ବାକି ଅଛି, କାହାର କାମ ବାକି ଅଛି ସେ ନେଇ ସମୀକ୍ଷା କରିଥିଲେ। ବୁଧବାର ସୁଦ୍ଧା ସମସ୍ତ କାର୍ଯ୍ୟ ସାରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

ମେମୁ ଟ୍ରେନରୁ ପ୍ରିନ୍ସପାଲଙ୍କ ମୃତଦେହ ଉଦ୍ଧାର

ନୟାଗଡ଼,୮।୧୦(ଲୋକନାଥ ମିଶ୍ର): ଭୁବନେଶ୍ୱର-ଦଶପଲ୍ଲା ମେମୁ ଟ୍ରେନରୁ ଶରଣକୁଳ କଲେଜ ପ୍ରିନ୍ସପାଲ ମହେଶ୍ୱର ମହାପାତ୍ର(୫୬)ଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଦଶପଲ୍ଲା ଷ୍ଟେଶନରେ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଠାବ…

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?