ଡିସେମ୍ବର ୧ରୁ କୋରାପୁଟରେ ଇକୋ ରିଟ୍ରିଟ୍‌

ସୁନାବେଡ଼ା/ସେମିଳିଗୁଡ଼ା, ୧୨।୧୧(ସ୍ବ.ପ୍ର.): କୋରାପୁଟ ଜିଲାରେ ଡିସେମ୍ବର ୧ରୁ ଆରମ୍ଭ ହେଉଛି ଇକୋ ରିଟ୍ରିଟ୍‌। ପର୍ଯ୍ୟଟକ ସେଠାରେ ରହି ସେମିଳିଗୁଡ଼ା ବ୍ଲକ ଅଧୀନ ଦୁଧାରୀ ପଞ୍ଚାୟତର ପୁଟସିଲି ଓ ଫୁଲବନ୍ଧ ମଧ୍ୟରେ ଥିବା ଗିର୍ଲିମାଳି ପର୍ବତର ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିପାରିବେ। ଏଥିରେ ମୋଟ ୨୮ଟି କଟେଜ ବ୍ୟବସ୍ଥା କରାଯାଇଛି। ଉକ୍ତ କଟେଜର ତାରକା ହୋଟେଲ ଭଳି ସେବା ଲୋକଙ୍କୁ ମିଳିବ। ପର୍ଯ୍ୟଟକଙ୍କ ପାଇଁ ତାରକା ହୋଟେଲ ଭଳି ଖାଦ୍ୟ ବ୍ୟବସ୍ଥା କରାଯାଇଛି। ଏହା ସହ ଏଠାରେ ପର୍ଯ୍ୟଟକଙ୍କୁ କୋରାପୁଟିଆ ଖାଦ୍ୟ ମଧ୍ୟ ଦିଆଯିବ ବୋଲି ସୂଚନା ମିଳିଛି। ଏଥିସହ ୨ଶହ କର୍ମଚାରୀ ପର୍ଯ୍ୟଟକଙ୍କୁ ସେବା ଯୋଗାଇବା ପାଇଁ ନିୟୋଜିତ କରାଯାଇଛି ବୋଲି ସୂଚନା ମିଳିଛି।
ଗତବର୍ଷ ଇକୋ ରିଟ୍ରିଟ୍‌ ପରିଚାଳନା ଦାୟିତ୍ୱ ରାଜସ୍ଥାନର ଏକ ସଂସ୍ଥାକୁ ଦିଆଯାଇଥିଲା। ଅନ୍‌ଲାଇନରେ ବହୁ ପର୍ଯ୍ୟଟକ କଟେଜ୍‌ ପାଇଁ ବୁକିଂ କରିଥିଲେ ମଧ୍ୟ ସେମାନଙ୍କୁ ସେବା ଯୋଗାଇଦେବାରେ ଫେଲ୍‌ ମାରିଥିଲା ସଂସ୍ଥା। ଏହାକୁ ନେଇ ପର୍ଯ୍ୟଟନ ବିଭାଗକୁ କଟୁ ସମାଲୋଚନାର ଶିକାର ହେବାକୁ ପଡିଥିଲା। ଚଳିତ ବର୍ଷ ଦିଲ୍ଲୀର ଏକ ସଂସ୍ଥାକୁ ଇକୋ ରିଟ୍ରିଟ୍‌ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଇକୋ ରିଟ୍ରିଟ୍‌ର ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଥିବା ଅଭିଯୋଗ ଆଣିଛନ୍ତି ସଂସ୍ଥାର ଜଣେ ଉଚ୍ଚ ପଦସ୍ଥ କର୍ମଚାରୀ। ପୂର୍ବ ସଂସ୍ଥା ଦ୍ବାରା ବିଜୁଳି ଦେୟ ବାକି ରହିଥିବାରୁ ଏପରି ଅସୁବିଧା ହୋଇଛି ବୋଲି ସେ ଅଭିଯୋଗ କରିଛନ୍ତି। ଏନେଇ ସଂସ୍ଥାର ଅଧିକାରୀ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସମସ୍ୟାର ଶୀଘ୍ର ସମାଧାନ କରାଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri