ଖୋଲିଲା ଇକୋ ରିଟ୍ରିଟ୍‌, ଛୁଟିଲା ପର୍ଯ୍ୟଟକଙ୍କ ସୁଅ

ଦାରିଙ୍ଗବାଡ଼ି,୧ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଚତୁର୍ଥ ଥର ପାଇଁ ଇକୋ ରିଟ୍ରିଟ୍‌ ରବିବାର ଖୋଲିଛି। ଇକୋ ରିଟ୍ରିଟ୍‌ର ଅଧ୍ୟକ୍ଷ ତଥା ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ମୁଖ୍ୟ ଅତିଥି ଭାବେ ଜି. ଉଦୟଗିରି ବିଧାୟକ ପ୍ରଫୁଲ ଚନ୍ଦ୍ର ପ୍ରଧାନ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟତମ ଅତିଥିଙ୍କ ମଧ୍ୟରେ ମୁଖ୍ୟବକ୍ତା ଭାବେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବାଲିଗୁଡା ଉପଜିଲାପାଳ ଡଃ ରୀନା ପ୍ରଧାନ, ଫୁଲବାଣୀ ଉପଜିଲାପାଳ ଚିତ୍ତରଞ୍ଜନ ମହନ୍ତ, ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ଭୁନାଥ ନନ୍ଦୀ, ତହସିଲଦାର ଶରତ ଶବର, ଜିଲା ପର୍ଯ୍ୟଟନ ଅଧିକାରୀ କୁମୁଦିନୀ ମଲିକ, ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକ, ଦାରିଙ୍ଗବାଡ଼ି ଆଇଆଇସି ଅଶୋକ କୁମାର ହାଁସଦାଙ୍କ ସମେତ ସନ୍ତୋଷ ସାହୁ, ଅରୁଣ ପ୍ରଧାନ, ପିଟର ଦିଗାଲ, ହରେନ କୁମାର ସାହୁ ପ୍ରମୁଖ ଯୋଗଦେଇଥିଲେ।

ଏହି ଅବସରରେ ବାଲିଗୁଡ଼ା ଉପଜିଲାପାଳ ଦାରିଙ୍ଗବାଡ଼ି ପର୍ଯ୍ୟଟନକ୍ଷେତ୍ରର ରୂପରେଖ ବଦଳୁଛି। ଆଗାମୀ ଦିନରେ ଆହୁରି ବ୍ୟାପକ ଭାବେ ରୂପାନ୍ତର କରାଯିବା ସହ ସୌନ୍ଦର୍ଯ୍ୟ କରାଯିବ। ଏଥିସହ ପର୍ଯ୍ୟଟକଙ୍କ ସାମାଜିକ ସୁରକ୍ଷା ସହ ମୌଳିକ ସୁବିଧା ପ୍ରଦାନ କରାଯିବ ବୋଲି କହିଥିଲେ। ଦାରିଙ୍ଗବାଡ଼ିରେ ଇକୋ ରିଟ୍ରିଟ୍‌ ଉଦ୍‌ଘାଟନ ସମୟରେ କୁହୁଡ଼ି ଚାଦର ତଳେ ଦାରିଙ୍ଗବାଡ଼ି ରହିଥିବା ବେଳେ କୁହୁଡି ସହ କୋହଲା ପାଗ ଯୋଗୁ ଶୀତ ଦ୍ବିଗୁଣିତ ହୋଇଥିଲା। ତେଣୁ ଦାରିଙ୍ଗବାଡ଼ିକୁ ଅତିଥିମାନେ ଓଡ଼ିଶାର କଶ୍ମୀର ଭାବେ ବିବେଚନା କରିଥିଲେ। ଇକୋ ରିଟ୍ରିଟ୍‌କୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥିବାବେଳେ ଏହାକୁ ଦେଖି ବହୁତ ଖୁସି ଅନୁଭବ ବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଦିନରେ ଦୁଇଟି ବଦଳି ଅର୍ଡର, ଶିକ୍ଷାବିତ୍‌ ମହଲରେ ଅସନ୍ତୋଷ

ଡେରାବିଶ, ୮ା୮(ବେବର୍ତ୍ତା ଅଜୟ ଦାସ): ରାଜ୍ୟ ଗଣଶିକ୍ଷା ବିଭାଗର କେନ୍ଦ୍ରାପଡ଼ା ଶିକ୍ଷା ଜିଲାରେ ବିଇଓଙ୍କ ଦୁଇଟି ବଦଳି ଅର୍ଡ଼ର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶିକ୍ଷାବିତ୍‌ଙ୍କ ମହଲରେ…

ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍‌ଆଇ

ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍‌ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା…

‘ମୁଁ ବାବା ବାଗେଶ୍ୱର ନୁହେଁ…’: କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (IIT) ଦିଲ୍ଲୀର ୫୭ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି…

ଖେଳୁଖେଳୁ ପୋଖରୀରେ ବୁଡ଼ିଗଲା ଶିଶୁପତ୍ର, ପରିବାର ଲୋକଙ୍କୁ ବିଧାୟକ ଭେଟି…

ମହାକାଳପଡ଼ା,୮ା୮(ପ୍ରତାପ ଚନ୍ଦ୍ର ସ୍ବାଇ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବରଜ ଗ୍ରାମର ଶଙ୍କର ଦେ’ଙ୍କ ୪ବର୍ଷର ପୁଅ ସଙ୍କେତ ଶୁକ୍ରବାର ପୋଖରୀରେ ବୁଡ଼ି ମୃତ୍ୟୁ…

ଜିଲା ଯୋଜନା ବୋର୍ଡ ସଦସ୍ୟ ହେଲେ ମହେନ୍ଦ୍ର ରଣା: ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା:୮/୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋନ ୧ ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣାଙ୍କୁ ଜିଲା ଯୋଜନା ବୋର୍ଡର ସଦସ୍ୟ ଭାବେ ମନୋନୀତ କରାଯାଇଛି।…

ମୋଦିଙ୍କୁ ଭେଟି ଏତେବଡ଼ କଥା କହିଦେଲେ ରାଘବ ଚଢା, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୮।୮: ରାଜ୍ୟ ସଭା ଏମପି ରାଘବ ଚଢା ଶନିବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ବୈଠକ ପରେ, ଚଢା ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ ରେ…

ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଉଦ୍ଧାର

ବାରିପଦା,୮।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଧୀନ ଉପରବାରାହାକାମୁଡା (ୟୁବିକେ) ରେଞ୍ଜ ଅନ୍ତର୍ଗତ ଜଟିଆନୀ କ୍ୟାମ୍ପ ନିକଟରେ (କୋର କ୍ଷେତ୍ର) ପ୍ରାୟ…

ଉଚ୍ଚଶିକ୍ଷାର ଆଲୋକବର୍ତ୍ତିକା ବାୟାବାବା କଲେଜ, ୧୯ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହୋଇଥିବା ଏହି ଶିକ୍ଷାନୁଷ୍ଠାନ ଆଜି…

ମହାକାଳପଡ଼ା, ୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦର ମହକୁମାସ୍ଥିତ ବାୟା ବାବା କଲେଜରେ ୪୯ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri