ଆଉ ୩ ସ୍ଥାନରେ ଆରମ୍ଭହେଲା ‘ଇକୋ ରିଟ୍ରିଟ୍‌’

ଭୁବନେଶ୍ୱର,୨।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ଓଡିଶା ପର୍ଯ୍ୟଟନର ଶ୍ରେଷ୍ଠ ତିନୋଟି ଫ୍ଲାଗ୍‌ସିପ ଇଭେଣ୍ଟ ତଥା ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଏହି କ୍ରମରେ ରାଜ୍ୟର ୩ଟି ସ୍ଥାନ କୋଣାର୍କ, ଗଞ୍ଜାମର ସୋନାପୁର ଓ ଭିତରକନିକାରେ ଆରମ୍ଭ ହୋଇଛି ଇକୋ ରିଟ୍ରିଟ୍‌। ଏଥିସହ କୋଣାର୍କଠାରେ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ମଧ୍ୟ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଯୋଗଦେଇ କହିଛନ୍ତି, ଚଳିତବର୍ଷ ଇକୋ ରିଟ୍ରିଟ ପର୍ଯ୍ୟଟକଙ୍କ ପାଇଁ ଓଡିଶାର ପର୍ଯ୍ୟଟନ ତଥା ଆତିଥ୍ୟର ସର୍ବୋତ୍ତମ ସ୍ଥାନ ଅନୁସନ୍ଧାନ କରିବ ବୋଲି ଆଶା କରୁଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ଏମ୍‌ପି ରାଜଶ୍ରୀ ମଲ୍ଲିକ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଏବଂ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଲେନିନ ମହାନ୍ତି ଉପସ୍ଥିତ ଥିଲେ।
ପ୍ରଥମ ଦିନରୁ ହିଁ ଇକୋ ରିଟ୍ରିଟ୍‌ ପାଇଁ ପର୍ଯ୍ୟଟକଙ୍କ ଉତ୍ସାହ ବେଶ୍‌ ଅଧିକ ଦେଖିବାକୁ ମିଳିଛି। କୋଣାର୍କରେ ଜଳକ୍ରୀଡ଼ା ସହ ଅନ୍ୟାନ୍ୟ ସ୍ଥାନରେ ଆୟୋଜିତ ହେଉଥିବା ଆକ୍ଟିଭିଟିଗୁଡ଼ିକ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରୁଛି। ପ୍ରଥମ ଦିନରେ କୋଣାର୍କରେ ୩୫ରୁ ୩୫ଟି ରୁମ୍‌ ବୁକ୍‌ ହୋଇଯାଇଛି। ସେହିପରି ପର୍ଯ୍ୟଟକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳିଥିଲା। ଚଳିତ ବର୍ଷର ଇକୋ ରିଟ୍ରିଟ୍‌ ଏକ ସଫଳ ରୂପାୟନ ହେବ ବୋଲି ବିଭାଗ ପକ୍ଷରୁ ଆଶା ପ୍ରକାଶ ପାଇଛି। ଏହିସବୁ ସ୍ଥାନରେ ୩ମାସ ଲେଖାଏ ଇକୋ ରିଟ୍ରିଟ ଚାଲିବ। ଆବଶ୍ୟକ ହେଲେ ଏହି ସମୟକୁ ବୃଦ୍ଧି କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ନଭେମ୍ବର ୧ରୁ ହୀରାକୁଦ, ପୁଟ୍‌ସିଲ୍‌, ସାତକୋଶିଆ ଓ ଦାରିଙ୍ଗବାଡ଼ିଠାରେ ଇକୋ ରିଟ୍ରିଟ୍‌ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri