ଆଉ ୩ ସ୍ଥାନରେ ଆରମ୍ଭହେଲା ‘ଇକୋ ରିଟ୍ରିଟ୍‌’

ଭୁବନେଶ୍ୱର,୨।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ଓଡିଶା ପର୍ଯ୍ୟଟନର ଶ୍ରେଷ୍ଠ ତିନୋଟି ଫ୍ଲାଗ୍‌ସିପ ଇଭେଣ୍ଟ ତଥା ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଏହି କ୍ରମରେ ରାଜ୍ୟର ୩ଟି ସ୍ଥାନ କୋଣାର୍କ, ଗଞ୍ଜାମର ସୋନାପୁର ଓ ଭିତରକନିକାରେ ଆରମ୍ଭ ହୋଇଛି ଇକୋ ରିଟ୍ରିଟ୍‌। ଏଥିସହ କୋଣାର୍କଠାରେ ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ମଧ୍ୟ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ଯୋଗଦେଇ କହିଛନ୍ତି, ଚଳିତବର୍ଷ ଇକୋ ରିଟ୍ରିଟ ପର୍ଯ୍ୟଟକଙ୍କ ପାଇଁ ଓଡିଶାର ପର୍ଯ୍ୟଟନ ତଥା ଆତିଥ୍ୟର ସର୍ବୋତ୍ତମ ସ୍ଥାନ ଅନୁସନ୍ଧାନ କରିବ ବୋଲି ଆଶା କରୁଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ଏମ୍‌ପି ରାଜଶ୍ରୀ ମଲ୍ଲିକ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଏବଂ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଲେନିନ ମହାନ୍ତି ଉପସ୍ଥିତ ଥିଲେ।
ପ୍ରଥମ ଦିନରୁ ହିଁ ଇକୋ ରିଟ୍ରିଟ୍‌ ପାଇଁ ପର୍ଯ୍ୟଟକଙ୍କ ଉତ୍ସାହ ବେଶ୍‌ ଅଧିକ ଦେଖିବାକୁ ମିଳିଛି। କୋଣାର୍କରେ ଜଳକ୍ରୀଡ଼ା ସହ ଅନ୍ୟାନ୍ୟ ସ୍ଥାନରେ ଆୟୋଜିତ ହେଉଥିବା ଆକ୍ଟିଭିଟିଗୁଡ଼ିକ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରୁଛି। ପ୍ରଥମ ଦିନରେ କୋଣାର୍କରେ ୩୫ରୁ ୩୫ଟି ରୁମ୍‌ ବୁକ୍‌ ହୋଇଯାଇଛି। ସେହିପରି ପର୍ଯ୍ୟଟକଙ୍କ ଭିଡ଼ ମଧ୍ୟ ଦେଖିବାକୁ ମିଳିଥିଲା। ଚଳିତ ବର୍ଷର ଇକୋ ରିଟ୍ରିଟ୍‌ ଏକ ସଫଳ ରୂପାୟନ ହେବ ବୋଲି ବିଭାଗ ପକ୍ଷରୁ ଆଶା ପ୍ରକାଶ ପାଇଛି। ଏହିସବୁ ସ୍ଥାନରେ ୩ମାସ ଲେଖାଏ ଇକୋ ରିଟ୍ରିଟ ଚାଲିବ। ଆବଶ୍ୟକ ହେଲେ ଏହି ସମୟକୁ ବୃଦ୍ଧି କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ନଭେମ୍ବର ୧ରୁ ହୀରାକୁଦ, ପୁଟ୍‌ସିଲ୍‌, ସାତକୋଶିଆ ଓ ଦାରିଙ୍ଗବାଡ଼ିଠାରେ ଇକୋ ରିଟ୍ରିଟ୍‌ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri