ବେଳାଭୂମିରେ ଶୀତତାପ ନିୟନ୍ତ୍ରିତ ରେଷ୍ଟୁରାଣ୍ଟ: ୭ରୁ ୧୦ ହଜାର ଟଙ୍କାରେ ବୁକ୍‌ ହେଉଛି ରୁମ୍‌

ଚିକିଟି,୧ା୧୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୁନାପୁର ବେଳାଭୂମିରେ ଚଳିତ ବର୍ଷର ଇକୋ ରିଟ୍ରିଟ ଆରମ୍ଭ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ବେଳାଭୂମିରେ ଏକ ସଭା ଆୟୋଜନ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ଯୋଗଦେଇ ରାଜ୍ୟ ସରକାର ପ୍ରାକୃତିକ ପରିବେଶରେ ଅବସର ବିନୋଦନ ପାଇଁ ଗତ କିଛି ବର୍ଷ ହେଲା ବିଭିନ୍ନ ସ୍ଥାନରେ ଇକୋ ରିଟ୍ରିଟ ବ୍ୟବସ୍ଥା କରିଛନ୍ତି ବୋଲି କହିଥିତ୍ଲେ। ଯାହାକି ପର୍ଯ୍ୟଟକମାନଙ୍କ ପାଇଁ ଆକର୍ଷଣ କେନ୍ଦ୍ର ବିନ୍ଦୁ ପାଲଟିଛି।

ବେଳାଭୂମିରେ ପର୍ଯ୍ୟଟକମାନଙ୍କ ପାଇଁ ୨୫ଟି ଅତ୍ୟାଧୁନିକ ତମ୍ବୁଘର ନିର୍ମାଣ ହୋଇଛି। ଏଥିରେ ହୋଟେଲ ଭଳି ଶୀତତାପ ନିୟନ୍ତ୍ରିତ ରେଷ୍ଟୁରାଣ୍ଟ, ସମ୍ମିଳନୀ କକ୍ଷ ରହିଛି। ତମ୍ବୁଘର ଗୁଡିକର ମୂଲ୍ୟ ୭ ହଜାର ଟଙ୍କାରୁ ଆରମ୍ଭ କରି ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ରହିଛି। କାର୍ଯ୍ୟକ୍ରମରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଉପଜିଲାପାଳ ଆଶୁତୋଷ କୁଲକର୍ଣ୍ଣି, ବ୍ରହ୍ମପୁର ଏସ୍‌ପି ଡ଼. ସର୍ବଣା ବିବେକ ଏମ, ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଭି କୀର୍ତ୍ତିଭାସନ, ଜିଲା ପର୍ଯ୍ୟଟକ ଅଧିକାରୀ ବିନୋଦ କୁମାର ବେହେରା, ଚିକିଟି ତହସିଲଦାର ବଳଦେବ ବେହେରା, ବିଡ଼ିଓ ପ୍ରମୋଦ କୁମାର ନାୟକଙ୍କ ସମେତ ବିଦ୍ୟୁତ ବିଭାଗ, ଗ୍ରାମ୍ୟଜଳ ଯୋଗାଣ ଏବଂ ଟିୟୁରିଜିମ୍‌ର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri