ଏହି ଦିନ ଖୋଲିବ ଇକୋ ରିଟ୍ରିଟ: ଜିଲାପାଳ ଦେଲେ ବଡ଼ ସୂଚନା, ଏଥର ପର୍ଯ୍ୟଟକଙ୍କୁ…

ଦାରିଙ୍ଗବାଡି, ୧୦।୧୧ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ବଢିବା ସାଙ୍ଗକୁ ପର୍ଯ୍ୟଟକ ମଧ୍ୟ ଭିଡ଼ ମଧ୍ୟ ବଢିଛି। ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରର ଉନ୍ନୟନ ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ ଚଳାଇଛନ୍ତି । ସେହିପରି ରାଜ୍ୟ ସରକାରଙ୍କ ପକ୍ଷରୁ ଦୀର୍ଘ ୫ ବର୍ଷ ହେଲା ଦାରିଙ୍ଗବାଡିରେ ଇକୋ ରିଟ୍ରିଟର ବ୍ୟବସ୍ଥା କରି ସେଠାରେ ତମ୍ବୁ ଘର କରୁଛନ୍ତି। ଯେଉଁଥିରେ ପର୍ଯ୍ୟଟକ ପଞ୍ଚ ତାରକା ହୋଟେଲର ସୁବିଧା ପାଉଛନ୍ତି । ତାହା ଚଳିତ ବର୍ଷ ମଧ୍ୟ କରାଯାଇଛି। ପ୍ରାୟ ୮୦ ପ୍ରତିଶତ ଇକୋ ରିଟ୍ରିଟର କାର୍ଯ୍ୟ ସାରିଥିବା କନ୍ଧମାଳ ଜିଲାପାଳ ବେଦ ଭୂଷଣ କହିଛନ୍ତି। ସେ ସୋମବାର ସନ୍ଧ୍ୟାରେ ଇକୋ ରିଟ୍ରିଟ ପରିସର ମଧ୍ୟରେ ସମୀକ୍ଷା କରିଛନ୍ତି । ଆସନ୍ତା ନଭେମ୍ବର ୧୫ ରେ ଏହାର ଶୁଭ ଉଦ୍‌ଘାଟନ କରାଯିବ ବୋଲି ଜିଲାପାଳ ବେଦଭୂଷଣ ସୂଚନା ଦେଇଛନ୍ତି । ସେ ଆହୁରି କହିଛନ୍ତି ଯେ ଚଳିତ ଥର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରର ରୂପାନ୍ତର କାର୍ଯ୍ୟ କରାଯାଉଛି । କଫି ବଗିଚା ଏବେ ସମ୍ପୂର୍ଣ୍ଣ ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଉଛି ବୋଲି ସେ କହିଛନ୍ତି । ଏଥିସହ ଚଳିତ ଥର ପର୍ଯ୍ୟଟକଙ୍କୁ
ଜି.ଉଦୟଗିରି ବ୍ଲକ ମୁକୁଳିଙ୍ଗିଆ ପର୍ଯ୍ୟଟନକ୍ଷେତ୍ର ସହ କୋଟଗଡ଼ ବ୍ଲକ ଲୁର୍ଦୁ ଜଳପ୍ରପାତ ବୁଲିବାକୁ ଅତିରିକ୍ତ ସୁଯୋଗ ମିଳିବ ବୋଲି ଜିଲାପାଳ କହିଛନ୍ତି । ଏହି ସମୀକ୍ଷା ବୈଠକରେ ଜିଲାପାଳ ବେଦ ଭୂଷଣଙ୍କ ସହ କନ୍ଧମାଳ ଜିଲାମୁଖ୍ୟ ଉନ୍ନୟନ ଅଧିକାରୀ ଶମ୍ବୁନାଥ ନନ୍ଦୀ, ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସ, ଦାରିଙ୍ଗବାଡି ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଧୀରୋଜ ପାତ୍ର, ସହକାରୀ ନିର୍ବାହୀ ଯନ୍ତ୍ରୀ ସଞ୍ଜୟ ରଥ, ଜିଲା ପର୍ଯ୍ୟଟନ ଅଧିକାରୀ କୁମୁଦୁନୀ ମଲିକ, ଇକୋ ରିଟ୍ରିଟର ପରିଚାଳକ ସୁମନ୍ତ ସରକାର ପ୍ରମୁଖ ଉପସ୍ଥିତ ରହିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri