ପ୍ରକୃତିପ୍ରେମୀଙ୍କୁ ଆକୃଷ୍ଟ କରୁଛି ମଣ୍ଡାସରୁ ଇକୋ ଟୁରିଜମ୍‌

ରାଇକିଆ,୧୭ା୩: କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମଧ୍ୟରେ ରାଇକିଆର ମଣ୍ଡାସରୁ ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରୁଛି। ଗତ କିଛିବର୍ଷ ମଧ୍ୟରେ ପ୍ରାକୃତିକ ସୋନ୍ଦର୍ଯ୍ୟ ସାଙ୍ଗକୁ ଏହାର ପୁନରୁଦ୍ଧାର ଯୋଗୁ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର ବିନ୍ଦୁ ପାଲଟିଛି ଏହି ଇକୋ ଟୁରିଜମ୍‌ କେନ୍ଦ୍ର। ବ୍ୟସ୍ତତା ଭିତରୁ ବାହାରି ଶାନ୍ତ, ସବୁଜ ଓ ଜଙ୍ଗଲ ପାହାଡ଼ ଘେରା ପରିବେଶର ମଜା ସାଙ୍ଗକୁ ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ରାଜ୍ୟ ତଥା ବାହାରୁ ଏଠାକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ। ରାଇକିଆ ସହରଠାରୁ ୧୦ କି.ମି. ଦୂରରେ ଥିବା ମଣ୍ଡାସରୁ ଇକୋ ଟୁରିଜମ୍‌ ସେଣ୍ଟର ମଧ୍ୟ ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରିଥାଏ। ଏଠାରେ ପ୍ରାକୃତିକ ସୌନ୍ଦର୍ଯ୍ୟ, ଜଳ ପ୍ରପାତ, କାଠରେ ତିଆରି ବଙ୍ଗଳା ଇତ୍ୟାଦି ରହିଥିବା ବେଳେ ରହିବା ଖାଇବା ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ ଥିବା ଯୋଗୁ ବର୍ଷତମାମ ପର୍ଯ୍ୟଟକ ଆସିଥାନ୍ତି। ବିଶେଷ କରି ଶୀତ ଋତୁରେ ଅଧିକ ପର୍ଯ୍ୟଟକଙ୍କ ଆଗମନ ହୋଇଥାଏ। ପୂର୍ବରୁ ଚାରୋଟି କାଠ ବଙ୍ଗଳାରେ ରହିବା ସୁବିଧା ଥିବା ବେଳେ ବର୍ତ୍ତମାନ ଆଉ ଦୁଇଟି କାଠ ବଙ୍ଗଳା ନିର୍ମାଣ କରାଯାଇଛି। ଏହି ପର୍ଯ୍ୟଟନସ୍ଥଳୀ ରାଜ୍ୟର ପ୍ରଥମ ଜୈବ ବିବିଧତା ଐତିହ୍ୟ ସ୍ଥଳୀ ଭାବରେ ମାନ୍ୟତା ପାଇଛି। ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ପରିଚାଳିତ ଏହି ଇକୋ ଟୁରିଜମ୍‌କୁ ଅଧିକ ଆକର୍ଷିତ କରିବା ପାଇଁ ସାଜସଜ୍ଜା ମଧ୍ୟ କରାଯାଉଛି। ଏହା ନିକଟରେ ରହିଛି ଜଳ ପ୍ରପାତ। ୧୫୦ ଫୁଟ ଉଚ୍ଚରୁ ପାଣି ପଡୁଥିବାରୁ ସେଥିପ୍ରତି ମଧ୍ୟ ପର୍ଯ୍ୟଟକ ଆକର୍ଷିତ ହେଉଛନ୍ତି। ପୂର୍ବରୁ ଜଳ ପ୍ରପାତକୁ ରାସ୍ତା ନ ଥିବାରୁ ଏହା ଲୋକଲୋଚନକୁ ଆସି ପାରିନଥିଲା। ଜଙ୍ଗଲ ଓ ପରିବେଶ ବିଭାଗ ତରଫରୁ ଏଥିପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯିବା ସହ ରାସ୍ତା ନିର୍ମାଣ କରଯାଇଥିଲା। ଏହା ନିକଟରେ ଜଳ ପ୍ରପାତ ଦୃଶ୍ୟମାନ ପାଇଁ ଏକ ୱାଚ ଭିୟୁ ପଏଣ୍ଟ ମଧ୍ୟ ନିର୍ମାଣ କରାଯାଇଛି। ଗତ ଡିସେମ୍ବର ଓ ଜାନୁୟାରୀରେ ବହୁ ସଂଖ୍ୟାରେ ପର୍ଯ୍ୟଟକ ଏଠାକୁ ଆସିଥିବା ବେଳେ ଏହି ଜଳ ପ୍ରପାତ ସମସ୍ତଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ଏହି ସ୍ଥାନ ବୁଲିବା ସହ ହିଲ ଟ୍ରେକିଂର ମଜା ମଧ୍ୟ ନେଉଛନ୍ତି ପର୍ଯ୍ୟଟକ। ଅନ୍ୟପକ୍ଷରେ ପିକ୍‌ନିକ୍‌ ପାଇଁ ମଧ୍ୟ ସମସ୍ତ ସୁବିଧା ଥିବାରୁ ଭିଡ଼ ଜମୁଛି। ରାଜ୍ୟ ସମେତ ବାହାରର ପର୍ଯ୍ୟଟକ ଏଠାକୁ ନିୟମିତ ଆସୁଥିବାରୁ କନ୍ଧମାଳ ପର୍ଯ୍ୟଟନ ଶିଳ୍ପକୁ ଏହା ଏକ ନୂଆ ସମ୍ଭାବନା ସୃଷ୍ଟି କରିଛି।

ପ୍ରଦୀପ କୁମାର ବେହେରା


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?