ଏବେ ଆହୁରି ଖରାପ ହେବ ଦେଶର ଆର୍ଥିକ ପରିସ୍ଥିତି: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ,୧୪ ।୫: ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମାସିଂଘେ କହିଛନ୍ତି ଦେଶର ଆର୍ଥିକ ସ୍ଥିତି ସୁଧୁରିବା ପୂର୍ବରୁ ଆହୁରି ଖରାପ ହେବ । ଏବେ ଶ୍ରୀଲଙ୍କା ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ବେଳେ ଏବେ ସେଠାରେ ଇନ୍ଧନର ଘୋର ଅଭାବ ଦେଖାଦଇଛି । ଏହାସହ ଖାଦ୍ୟ ସାମଗ୍ରୀର ଦର ବି ଆକାଶଛୁଆଁ ହୋଇଛି । କେତେଜଣ ଶ୍ରୀଲଙ୍କା ନାଗରିକ ଭୋଜନ କରିବା ବନ୍ଦ କରିଦେଇଥିବା ଜଣାପଡିଛି ।
ଏଭଳି ଆର୍ଥିକ ସଙ୍କଟକୁ ସୁଧାରିବାରେ ସରକାର ଅସଫଳ ହୋଇଥିବା ଦର୍ଶାଇ ଲୋକେ ବିରୋଧ ପ୍ରଦର୍ଶନ କରୁଛନ୍ତି, ଯାହା ପରେ ହିଂସାର ରୂପ ନେଉଛି । ଏହାପରେ ସୋମବାର ମହିନ୍ଦା ରାଜପାକ୍‌ସେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ବାଧ୍ୟ ହୋଇଥିଲେ । ଆଉ ଏହାର ଦୁଇ ଦିନ ପରେ ଅର୍ଥାତ୍ ଗୁରୁବାର ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ ହେଲେ ରାନିଲ ବିକ୍ରମାସିଂଘେ । ୨୬ ତମ ପ୍ରଧାନମନ୍ତ୍ରୀ ଭାବେ ସେ କାର୍ଯ୍ୟଭାର ସମ୍ଭାଳିଥିବା ବେଳେ ବିବିସିକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ସୁନିଶ୍ଚିତ କରିଥିଲେ, ଯେ ଦେଶର ସମସ୍ତ ପରିବାରକୁ ୩ଥର ଭୋଜନ ମିଳିବ ।
ସୂଚନାଯୋଗ୍ୟ, ବିଶ୍ୱର ବିଭିନ୍ନ ଦେଶରୁ ଅଧିକ ଆର୍ଥିକ ସହାୟତା ମାଗିଥିବା ନୂଆ ପ୍ରଧାନମନ୍ତ୍ରୀ କହିଛନ୍ତି ଦେଶର ଆର୍ଥିକ ସ୍ଥିତି ସୁଧୁରିବା ପୂର୍ବରୁ ଆହୁରି ବିଗିଡି ଯିବ । ହେଲେ ଦେଶରେ ଅନାହାର ସମସ୍ୟାକୁ ଆମେ ସମାଧାନ କରିବୁ । ତେଣୁ ଶ୍ରୀଲଙ୍କାବାସୀ ଧୈର୍ଯ୍ୟ ଧରନ୍ତୁ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?