ଜୁନ ୧ରୁ ଅର୍ଥନୈତିକ ଅବରୋଧ ଆନ୍ଦୋଳନ

ତାଳଚେର,୩୦ା୫(ନି.ପ୍ର.): ତାଳଚେର ସରକାରୀ ମେଡିକାଲ କଲେଜ ପରିଚାଳନା ନେଇ ରାଜ୍ୟ ସରକାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରୁ ନ ଥିବାରୁ ପୂର୍ବ ଘୋଷଣା ଅନୁଯାୟୀ ତାଳଚେର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜୁନ ୧ ତାରିଖଠାରୁ ତାଳଚେରରେ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଆନ୍ଦୋଳନ କରାଯିବ। ଶନିବାର ଏମ୍‌ସିଏଲ୍‌ ସହ ହୋଇଥିବା ବୈଠକ ବିଫଳ ହେବା ପରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତିରେ ଏ ନେଇ ସୂଚନା ଦିଆଯାଇଛି।
ପ୍ରକାଶ ଯେ, ତାଳଚେର ମେଡିକାଲ କଲେଜ ପରିଚାଳନା କରିବାକୁ ସରକାର ଘୋଷଣା କରିସାରିଛନ୍ତି। ହେଲେ ଏ ନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇନାହିଁ। ଆସନ୍ତା ୩୧ ତାରିଖ ମଧ୍ୟରେ ବିଜ୍ଞପ୍ତି ପ୍ରକାଶ କରା ନ ଗଲେ ଜୁନ୍‌ ୧ରୁ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଆନ୍ଦୋଳନ କରାଯିବ ବୋଲି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବରୁ ଦାବିପତ୍ର ମାଧ୍ୟମରେ ଜଣାଇ ଦିଆଯାଇଥିଲା। ଏ ନେଇ ଏମ୍‌ସିଏଲ୍‌ର ଜଗନ୍ନାଥ ଏରିଆ ମହାପ୍ରବନ୍ଧକଙ୍କ କାର୍ଯ୍ୟାଳୟରେ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ଓ କ୍ରିୟାନୁଷ୍ଠାନ କମିଟି ମଧ୍ୟରେ ବୈଠକ ବସିଥିଲା। ଏଥିରେ ଏମ୍‌ସିଏଲ୍‌ ଅଧ୍ୟକ୍ଷଙ୍କ ପ୍ରତିନିଧି ରାମଲାଲ ଖଡିଂ, ଜଗନ୍ନାଥ କ୍ଷେତ୍ର ମହାପ୍ରବନ୍ଧକ ଅଶୋକ କୁମାର ଧଳ, ଚିଫ୍‌ ପର୍ସନାଲ ମ୍ୟାନେଜର ଦୁର୍ଗାପ୍ରସାଦ ସାମଲ, ପର୍ସନାଲ ମ୍ୟାନେଜର ବିରଞ୍ଚି ନାରାୟଣ ଦାସ, କ୍ରିୟାନୁଷ୍ଠାନ କମିଟି ଆବାହକ ପଦ୍ମଚରଣ ସାମଲ, ପୂର୍ବତନ ନଗରପାଳ କେଶବ ଭୂତିଆ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦିଗାମ୍ବର ଗଡ଼ନାୟକ, ପ୍ରେସ୍‌ କ୍ଲବ ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ, ଶ୍ରମିକ ନେତା ମନୋଜ ପ୍ରଧାନ, ପୂର୍ବତନ ସରପଞ୍ଚ ସୁନୀଲ ବିଶ୍ୱାଳ, ଚୈତନ୍ୟ ପ୍ରଧାନ, ବିନୋଦ ଲାଲ, ଭୂପେନ ଥମ୍ବ ପ୍ରମୁଖ ଉପସ୍ଥିତ ଥିଲେ। ମେଡିକାଲ କଲେଜ ପରିଚାଳନା ପାଇଁ ରାଜ୍ୟ ସରକାର ମାଗିଥିବା ଆବଶ୍ୟକ ଅର୍ଥ ଓ ଅନ୍ୟାନ୍ୟ ସୁବିଧା କୋଇଲା ଖଣି କର୍ତ୍ତୃପକ୍ଷ ଯୋଗାଇ ଦେବା ପାଇଁ ସମ୍ମତି ପ୍ରକାଶ କରିଥିବାରୁ ଆନ୍ଦୋଳନ ନ କରିବା ପାଇଁ ଖଣି କର୍ତ୍ତୃପକ୍ଷ କ୍ରିୟାନୁଷ୍ଠାନ କମିଟିକୁ ଅନୁରୋଧ କରିଥିଲେ। ହେଲେ ସରକାର କାହିଁକି ବିଜ୍ଞପ୍ତି ପ୍ରକାଶ କରୁନାହାନ୍ତି ବୋଲି କମିଟି ପକ୍ଷରୁ ପ୍ରଶ୍ନ କରାଯାଇଥିଲା। ଦୀର୍ଘ ୪ ବର୍ଷ ହେବ ମେଡିକାଲ କଲେଜ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିଲେ ମଧ୍ୟ ଏହା କେବେଠାରୁ କାର୍ଯ୍ୟକ୍ଷମ ହେବ ସେ ନେଇ ନିର୍ଦ୍ଦିଷ୍ଟ ପ୍ରତିଶ୍ରୁତି ସରକାର ତାଳଚେରବାସୀଙ୍କୁ ଦିଅନ୍ତୁ ବୋଲି କହି କମିଟି କର୍ମକର୍ତ୍ତାମାନେ ବୈଠକରୁ ଉଠି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri