ଅର୍ଥନୈତିକ ସଙ୍କଟ ଲୋକଙ୍କ ମନରୁ ପୋଛି ଦେଲା ସାମ୍ପ୍ରଦାୟିକତା ଭାବନା…

କଲମ୍ବୋ, ୧୦।୪ : ଆର୍ଥିକ ସଙ୍କଟ ଯୋଗୁଁ ଶ୍ରୀଲଙ୍କାରେ ଜନଅସନ୍ତୋଷ ଦେଖାଦେଇଛି। ଅତ୍ୟାବଶ୍ୟକ ସାମଗ୍ରୀର ଦାମ୍‌ ବୃଦ୍ଧି ପାଉଛି। ଲୋକମାନେ ସରକାରଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି। ଶ୍ରୀଲଙ୍କାର ଆର୍ଥିକ ସ୍ଥିତିକୁ ସ୍ବାଭାବିକ କରିବା ପାଇଁ ଭାରତ ନିରନ୍ତର ସାହାଯ୍ୟ କରୁଛି। ଏହି ସବୁ ଅସୁବିଧା ମଧ୍ୟରେ, ଖୁସି ଖବର ହେଉଛି ଯେ ଶ୍ରୀଲଙ୍କାରେ ବର୍ତ୍ତମାନ ପର୍ଯ୍ୟନ୍ତ ଯାହା ଅସମ୍ଭବ ଥିଲା ତାହା ସମ୍ଭବ ହୋଇଛି। ଅର୍ଥନୈତିକ ସଙ୍କଟ ଲୋକଙ୍କ ମନରୁ ସାମ୍ପ୍ରଦାୟିକତା ଭାବନା ପୋଛି ଦେଇଛି। ଲୋକେ ଜାତି ଧର୍ମର କାନ୍ଥ ଭାଙ୍ଗି ଏକତ୍ରିତ ହୋଇଛନ୍ତି।

ସିଂହଳୀ, ତାମିଲ ଏବଂ ମୁସଲମାନମାନେ ଏକଜୁଟ ହୋଇ ସରକାରଙ୍କ ବିରୋଧରେ ବିରୋଧ ପ୍ରଦର୍ଶନ କରୁଛନ୍ତି। ସରକାରରେ ଥିବା ରାଜନୈତିକ ଦଳ ଶ୍ରୀଲଙ୍କାର ଜାତିଗତ ବିଭାଜନକୁ ଅଣଦେଖା କରିଛନ୍ତି। ଶ୍ରୀଲଙ୍କାର ଲୋକଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଏକ ଜାତିଗତ କାନ୍ଥ ରହିଆସିଥିଲା। ଏହାକୁ ଶେଷ କରିବା ପାଇଁ କେହି କିଛି କରିନାହାଁନ୍ତି। ମାତ୍ର ଏହାର ସୁଯୋଗ ନେଇଛନ୍ତି। ୨୦୦୯ରେ ଗୃହଯୁଦ୍ଧ ଶେଷ ହେବା ପରେ ମଧ୍ୟ ଏହାକୁ ପ୍ରୋତ୍ସାହିତ କରାଯାଇଥିଲା।

ଖବରକାଗଜ ଇଣ୍ଡିଆନ ଏକ୍ସପ୍ରେସ ଅନୁଯାୟୀ, ରାସ୍ତାରେ ବିକ୍ଷୋଭକାରୀମାନେ ସ୍ଲୋଗାନ ଦେଉଛନ୍ତି, ’ଆମେ ଶ୍ରେଣୀ ଦ୍ୱାରା ବିଭକ୍ତ ନୁହଁ, ଜାତି ଦ୍ୱାରା ବିଭାଜିତ ନୁହଁ’।
’ଆମେ ଭାରତ ସରକାରଙ୍କ ପ୍ରତି କୃତଜ୍ଞ’। ତାମିଲ ସାଂସଦ ଏମ.ଏ ସୁମନ୍ତୀରନ କହିଛନ୍ତି ଅତୀତକୁ ଓଲଟପାଲଟ କରିବା ପାଇଁ ବର୍ତ୍ତମାନ ଏକ ସୁଯୋଗ ସୃଷ୍ଟି ହୋଇଛି। ସେଥିପାଇଁ ସେ ଶ୍ରୀଲଙ୍କାର ତାମିଲଙ୍କ ପାଇଁ ଖାଦ୍ୟ ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ସାମଗ୍ରୀ ପଠାଇବା ଲାଗି ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପ୍ରସ୍ତାବକୁ ନମ୍ର ଭାବେ ମନା କରିଥିଲେ।

ସୁମନ୍ତୀରନ ଇଣ୍ଡିଆନ ଏକ୍ସପ୍ରେସକୁ କହିଛନ୍ତି, ଭାରତ ସରକାରଙ୍କ ଦ୍ୱାରା ଦିଆଯାଇଥିବା ସହାୟତା ପାଇଁ ଆମେ କୃତଜଜ୍ଞ। ତାମିଲନାଡୁର ମୁଖ୍ୟମନ୍ତ୍ରୀଙ୍କ ସହାୟତା ପ୍ରସ୍ତାବକୁ ଆମେ ସ୍ବାଗତ କରୁଛୁ। କିନ୍ତୁ ସେହି ସହାୟତା କେବଳ ତାମିଲଙ୍କ ପାଇଁ ନୁହେଁ ଏହି ସମୟରେ ସମସ୍ତ ଶ୍ରୀଲଙ୍କାବାସୀଙ୍କ ପାଇଁ ହେବା ଉଚିତ। ଏହାର ସକାରାତ୍ମକ ପ୍ରଭାବ ପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri