‘ନାରୀ ଶିକ୍ଷିତ ହେଲେ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବ’

ଭଞ୍ଜନଗର,୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଏବଂ ଘୁମୁସର ଗବେଷଣା ପ୍ରତିଷ୍ଠାନ(ଜିଜିପି) ପକ୍ଷରୁ ମିଳିତ ଭାବେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏଥିରେ ଘୁମୁସର ଗବେଷଣା ପ୍ରତିଷ୍ଠାନର ସଭାପତି ତଥା ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ. ସନ୍ତୋଷ କୁମାର ଆପଟ ଅଧ୍ୟକ୍ଷତା କରିଥିଲେ। ନାରୀମାନେ ହେଉଛନ୍ତି ପରିବାରର ଗୃହଲକ୍ଷ୍ମୀ । ନାରୀମାନେ ଶିକ୍ଷିତ ହେଲେ ପରିବେଶ ସୁରକ୍ଷା ସହ ଆର୍ଥିକ କ୍ଷେତ୍ରରେ ପ୍ରଗତି ହୋଇପାରିବେ। ଏଥିସହ ଶିକ୍ଷାର ଉନ୍ନତି ସହ ସ୍ବାସ୍ଥ୍ୟର ଉନ୍ନତି ମଧ୍ୟ ହୋଇପାରିବ ବୋଲି ବକ୍ତାମାନେ କହିଥିଲେ। ନାରୀ ଶିକ୍ଷିତ ହେଲେ ଦେଶର ପ୍ରଗତି ହୋଇପାରିବ। ତେଣୁ ନାରୀମାନଙ୍କୁ ଆହୁରି ଆଗକୁ ବଢିବା ପାଇଁ ସୁଯୋଗ ଦେବା ଉଚିତ୍‌ ବୋଲି ବକ୍ତାମାନେ କହିଥିଲେ।

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧ୍ୟକ୍ଷ ବିଭାସ ଦାସଙ୍କ ପରାମର୍ଶ କ୍ରମେ ଜାତୀୟ ସେବା ଯୋଜନା ଶାଖା ୧ ପକ୍ଷରୁ ଏହି ସଭା ମିଳିତ ଭାବେ ହୋଇଥିଲା। ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ ଡ ଶ୍ୟାମାପ୍ରସାଦ ମିଶ୍ର, ଅବସରପ୍ରାପ୍ତ ପ୍ରାଧ୍ୟାପକ ତଥା ପୂର୍ବତନ ଜାତୀୟ ସେବା ଯୋଜନା ଅଧିକାରୀ ତପନ କୁମାର ମିଶ୍ର, ଅବସରପ୍ରାପ୍ତ ପ୍ରାଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ଲୋକନାଥ ମହାନ୍ତି, ଅବସରପ୍ରାପ୍ତ ପ୍ରାଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ଡ ଶିରିଶ କୁମାର ଷଡଙ୍ଗୀ, ରାଜ୍ୟସ୍ତରୀୟ ଶିକ୍ଷକ ନେତା ଜଗବନ୍ଧୁ ଜେନା, ସନ୍ତୋଷ ଜେନା, ନେତାଜୀ ବିଷୋୟୀ, ଅଧ୍ୟାପକ ତଥା ପୂର୍ବତନ ଜାତୀୟ ସେବା ଯୋଜନା ଅଧିକାରୀ ଡ ରବୀନ୍ଦ୍ର କୁମାର ମିଶ୍ର, ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ବଟନି ବିଭାଗର ମୁଖ୍ୟ ଅଧ୍ୟାପିକା ସୁନିତା ରାଣୀ ଖଣ୍ଡୁଆଳ, ଜି ଉଦୟଗିରି କଲେଜର ବରିଷ୍ଠ ଅଧ୍ୟାପକ ବିନାୟକ ବିଶାଳ, ଶିକ୍ଷକ ବିଶ୍ୱଜିତ୍‌ ସ୍ବାଇଁ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ। ଯୋଜନା ଅଧିକାରୀ ବି ପ୍ରଧାନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।

ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏବଂ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ଛାତ୍ରୀମାନେ ଯୋଗ ଦେଇଥିଲେ। ଏହା ପୁର୍ବରୁ ଘୁମୁସର ଗବେଷଣା ପ୍ରତିଷ୍ଠାନର ଆଗାମୀ ବାର୍ଷିକ ଅଧିବେଶନ ଉପରେ ଆଲୋଚନା ହୋଇଥିଲା। ଏଥିରେ ଉକ୍ତ କର୍ମକର୍ତ୍ତାମାନେ ଯୋଗଦେଇ ଘୁମୁସର ଗବେଷଣା ପ୍ରତିଷ୍ଠାନର ରାଜ୍ୟ ସ୍ତରୀୟ ବାର୍ଷିକ ଅଧିବେଶନ କନ୍ଧମାଳ ଜିଲା ଟିକାବାଲିଠାରେ ମାର୍ଚ୍ଚ ୨୯ରେ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏଥିସହ କନ୍ଧମାଳ ଜିଲାର ୨ ଜଣ ବିଦ୍ୱାନ ବ୍ୟକ୍ତଙ୍କୁ ଉକ୍ତ ଉତ୍ସବରେ ସମ୍ବର୍ଦ୍ଧିତ କରିବା ପାଇଁ ଆଜିର ବୈଠକରେ ନିଷ୍ପତ୍ତି ହୋଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri