ବଜେଟ୍‌ ପୂର୍ବରୁ ଆସିଲା Economic Survey Report: ବଢିଲା ମୁଣ୍ଡପିଛା ଆୟ

ଭୁବନେଶ୍ୱର,୧୫।୨: ବଜେଟ୍‌ ପୂର୍ବରୁ ଆସିଲା ଅର୍ଥନୈତିକ ସର୍ଭେ ରିପୋର୍ଟ। 2024-25 Financial Year ରେ ଓଡିଶା ଅର୍ଥନୀତିର ଆକାର ୯.୫ଲକ୍ଷ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି ଯାହା ପ୍ରାୟ ୧୧୩ ବିଲିୟନ ଆମେରିକୀୟ ଡଲାର ଅଟେ । ୨୦୨୪-୨୫ ମସିହାରେ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ହାର ବାସ୍ତବରେ ୭.୨ ପ୍ରତିଶତ ରହିବ ବୋଲି ଆକଳନ କରାଯାଇଛି । ଏହି ବର୍ଷରେ ଓଡିଶା ଅର୍ଥନୀତିର ସମସ୍ତ କ୍ଷେତ୍ରରେ ସୁଦୃଶ୍ୟ ଅଭିବୃଦ୍ଧି ପରିଲକ୍ଷିତ ହୋଇଛି । ଏହା ସର୍ବଭାରତୀୟ ସ୍ତରର ୬.୪ ପ୍ରତିଶତ ତୁଳନାରେ ଅଧିକ ।

Odisha Budget 2024-25 ରାଜ୍ୟ ଅର୍ଥନୀତିରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଯୋଗଦାନ ପ୍ରାୟ ୧୯ ପ୍ରତିଶତ ଓ ଏହାର ଅଭିବୃଦ୍ଧି ହାର ୩.୩ ପ୍ରତିଶତ ଅଟେ । ଯାହା ସର୍ବଭାରତୀୟ ସ୍ତରର ଅଭିବୃଦ୍ଧି ସହ ପ୍ରାୟତଃ ସମାନ। ଅପର ପକ୍ଷରେ ରାଜ୍ୟ ଅର୍ଥନୀତିରେ ଶିଳ୍ପ କ୍ଷେତ୍ରର ଯୋଗଦାନ ୪୪ ପ୍ରତିଶତ ଥିବାବେଳେ ଏହାର ଅଭିବୃଦ୍ଧି ହାର ୬.୧ ପ୍ରତିଶତ ଯାହାକି ସର୍ବଭାରତୀୟ ସ୍ତର ସହିତ ପ୍ରାୟ ସମାନ ।

2024-25 Financial Year ରେ ମୁଣ୍ଡପିଛା ଆୟ ୧୦.୬ ପ୍ରତିଶତ ବୃଦ୍ଧି ପାଇ ୧.୮୩ ଲକ୍ଷ ଟଙ୍କା ସ୍ତରରେ ପହଞ୍ଚିଛି ଏବଂ ସର୍ବଭାରତୀୟ ମୁଣ୍ଡପିଛା ଆୟ ଠାରୁ ଏହାର ବ୍ୟବଧାନ ଏକ ଅଙ୍କ (୮.୮ ପ୍ରତିଶତ)କୁ ହ୍ରାସ ପାଇଛି । ଅନ୍ୟ ରାଜ୍ୟ ତୁଳନାରେ Capita Income ହିସାବରେ ଓଡିଶା ଏକାଦଶ ସ୍ଥାନରେ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri