Posted inଭଦ୍ରକ

ଅର୍ଥନୀତିଜ୍ଞ ସନାତନ ମହାନ୍ତିଙ୍କ ପରଲୋକ

ଭଦ୍ରକ ଅଫିସ,୧୬।୫:  ଭଦ୍ରକର ସାରସ୍ବତ ସାଧକ, ଅର୍ଥନୀତିଜ୍ଞ ପ୍ରଫେସର ଡ. ସନାତନ ମହାନ୍ତି (୯୪)ଙ୍କର ଶନିବାର ଜାନୁଗଞ୍ଜସ୍ଥିତ ବାସଭବନରେ ପରଲୋକ ଘଟିଛି। ଆଗରପଡ଼ାସ୍ଥିତ କୁଅଁାଶମଢ଼ିଆ ପୈତୃକ ବାସଭବନ ଠାରେ ତାଙ୍କର ଶେଷକୃତ୍ୟ କରାଯାଇଛି। ପ୍ରଫେସର ମହାନ୍ତି ରାଜ୍ୟରେ ଜଣେ ଉଚ୍ଚକୋଟୀର ଅର୍ଥନୀତି ବିଶାରଦ, ଅଧ୍ୟାପକ ଭାବେ ପରିଚିତ। ତାଙ୍କ ରଚିତ ପ୍ରଥମ ପୁସ୍ତକ ‘ଇଂଲଣ୍ଡର ଅର୍ଥନୀତି ବିକାଶ’ ୧୯୭୯ରେ ପ୍ରକାଶିତ ହୋଇଥିଲା। ସେ ଭଦ୍ରକ ଇନ୍‌ଟାକର ଉପଦେଷ୍ଟା, ଗାନ୍ଧୀ ବିଚାର ମଞ୍ଚ, ଭଦ୍ରକ ସାହିତ୍ୟ ସଂସ୍କୃତି ପରିଷଦର ପ୍ରତିଷ୍ଠାତା, ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଉପଦେଷ୍ଟା ଓ ମହତାବ ସ୍ମାରକୀ ପରିଷଦର ସଭାପତି ଥିଲେ। ଏହାବ୍ୟତୀତ ବହୁ ସାମାଜିକ ଅନୁଷ୍ଠାନ ସହ ସେ ଜଡ଼ିତ ଥିଲେ। ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାଶ, ଭଦ୍ରକ ବିଧାୟକ ସଞ୍ଜିବ କୁମାର ମଲ୍ଲିକ ପ୍ରମୁଖ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri